ଆଜିର ରାଶିଫଳ, 1 ଏପ୍ରିଲ 2020, ବୁଧବାର, ଆଜିଠୁ ଏହି ୪ଟି ରାଶିର କୁବେର ଖଜାନା ଖୋଲିବେ ମା ଲକ୍ଷ୍ମୀ

୧-ମେଷ

ସରକାରୀ କର୍ମଚାରୀମାନଙ୍କର ପଦୋନ୍ନତିର ସୂଚନା ପାଇବେ । ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ । ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମଲାଭ ପ୍ରାପ୍ତି ହେବ । ମହିଳାମାନେ କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ । ଶରୀର ସୁସ୍ଥ ରହିବ । କର୍ମସଂଧାନୀ ମାନେ ନିଯୁକ୍ତିର ସୁଯୋଗ ପାଇବେ ।

୨-ବୃଷ

କର୍ମକ୍ଷେତ୍ରରେ ସାସାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ସହକର୍ମୀ ମାନଙ୍କ ଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି ପାଇଁ ଚେଷ୍ଟା କଲେ କର୍ମପ୍ରାପ୍ତି ହେବ ।

୩-ମିଥୁନ

ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ରାଜନୀତି କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ମହିଳାମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧିହେବ ।

୪-କର୍କଟ

କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟକ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ମହିଳାମାନଙ୍କର ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ ।

୫-ସିଂହ

ବ୍ୟବସାୟରେ ଆଶାତୀତ ଲାଭ ପାଇ ନୂତନ ଦ୍ରବ୍ୟ କ୍ରୟ କରିବେ । ସରକାରୀ କର୍ମଚାରୀମାନେ ସ୍ଥାନ ପରିବର୍ତ୍ତନ ପାଇଁ ଚେଷ୍ଟା କରିବେ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ । ଶାରିରୀକ ଅସୁସ୍ଥତା ଦୂର ହେବ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବାସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ ।

୬-କନ୍ୟା

ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ । ମହିଳାମାନେ ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ମାନସିକ ଅଶାନ୍ତି ଦୂର ହେବ । ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । ଆର୍ଥିକ ଅନାଟନ ଦେଖା ଦେବ ।

୭-ତୁଳା

ବ୍ୟବସାୟକ୍ଷେତ୍ରରେ ଆର୍ଥିକ ଉନ୍ନତି ଦେଖାଦେବ । ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ । ଯୁବକ-ଯୁବତୀମାନଙ୍କର ଶତୃମାନେ ଦୂରେଇ ଯିବେ । ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ଆତ୍ମୀୟମାନେ ବିଶ୍ୱାସ ଘାତକତା କରିବେ ।

୮-ବିଚ୍ଛା

କର୍ମ କ୍ଷେତ୍ରରେ ମାନ-ସମ୍ମାନ ବୃଦ୍ଧି ହେବ । ମହିଳାମାନଙ୍କର ଧାର୍ମିକ କାର୍ଯ୍ୟରେ କମ୍ ରୁଚି ରହିବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । କୌଣସି ପୁରାତନ ରୋଗରୁ ମୁକ୍ତି ମିଳିବ । ପାରିବାରିକକ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦ ଆସ୍ଵାଦନ କରିବେ । ଯୁବକଯୁବତୀ ମାନଙ୍କର ଆୟରସ୍ରୋତ ବୃଦ୍ଧିହେବ । ଦାମ୍ପତ୍ୟ ସୁଖରେ ବାଧା ଓ ପ୍ରେମିକ ପ୍ରେମିକାମାନେ ନିନ୍ଦିତ ଅପମାନିତ ହୋଇପାରନ୍ତି ।

୯-ଧନୁ

ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ଭଲ ସମ୍ପର୍କ ରହିବ । ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ରାଜନୀତି କ୍ଷେତ୍ରରେ କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ । ଶତୃ ବୃଦ୍ଧି ଓ ଆର୍ଥିକ ଅନାଟନ ଦେଖା ଦେଇ ପାରେ । ପରିବାରରେ ଅଶାନ୍ତି ଦେଖାଦେବା ସହ ମହିଳାମାନଙ୍କର ସ୍ୱାସ୍ଥ୍ୟ ଖରାପ ହୋଇପାରେ ।

୧୦-ମକର

କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ଯୁବକ-ଯୁବତୀମାନେ ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ ।

୧୧-କୁମ୍ଭ

ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ମାନସିକ ଦୁଃଶ୍ଚିନ୍ତା ଦୂର ହେବ । ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ବ୍ୟବସାୟରେ ଭଲ ଲାଭ ହେବ । ସରକାରୀ କର୍ମଚାରୀମାନେ ପ୍ରଶଂସା ପାଇବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ ।

୧୨-ମୀନ

ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ । କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ । ପାରିବାରିକ କ୍ଷେତ୍ରରେ ସୁଖ ଓ ଶାନ୍ତି ପ୍ରାପ୍ତି ହେବ । ଛାତ୍ର-ଛାତ୍ରୀମାନେ ଯାନ ବାହନ ଇତ୍ୟାଦି କ୍ରୟ କରିବା ପାଇଁ ଜିଦ୍ ଧରି ପାରନ୍ତି । ମହିଳାମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ । ଶରୀର ସୁସ୍ଥ ରହିବ ।