ଆଜିର ରାଶିଫଳ, 1 ଜାନୁୟାରୀ 2019, ମଙ୍ଗଳବାର – ମା ମଙ୍ଗଳାଙ୍କ କୃପା ରହିବ ଏହି 7ଟି ରାଶି ଉପରେ

ମେଷ:–

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ମାନସିକ ଚାପବୃଦ୍ଧି ଓ ସ୍ୱାସ୍ଥ୍ୟ ସଙ୍କଟ ସୃଷ୍ଟି ହେବ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ । ପ୍ରତିକାର- ଭୋକିଲା ଲୋକକୁ ନିରାଶ କରିବେ ନାହିଁ ।

ବୃଷ:–

ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । କର୍ମ କ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇବେ । ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ । ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ । ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ପ୍ରତିକାର:- କୁକୁରକୁ ଖାଇବାକୁ ଦେବେ ।

ମିଥୁନ:–

ବାଦ-ବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ପଦୋନ୍ନତି ହେବ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ । ସାମାଜିକ ପତିଆରା ଅମଳିନ ରହିବ । ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ । ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ ।

କର୍କଟ:–

ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପରିବାରରେ ମାନ ମନାନ୍ତର ଦୂର ହେବ । ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହେବେ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ । ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ରାଜନୈତିକ କ୍ଷେତ୍ରରେ ଅପବାଦ ଅପଯଶ ମିଳିପାରେ । ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇବେ । ପ୍ରତିକାର:- କୁକୁରଙ୍କୁ ଖାଦ୍ୟ ଦେବା ଉଚିତ୍ ।

ସିଂହ:–

ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମ୍ମୁଖୀନ ହୋଇ ପାରନ୍ତି । ପୁରାତନ ରୋଗର ପ୍ରକୋପ ବୃଦ୍ଧି ଯୋଗେ ସ୍ୱାସ୍ଥ୍ୟରେ ଅବନ୍ନତି, ମାନସିକ ଅସ୍ଥିରତା ଓ ମନ ଉତ୍ତେଜିତ ରହିବ । ପାରିବାରିକ ସ୍ତରରେ କିଛି କୁହୁଳା ଆଶାନ୍ତି ସୃଷ୍ଟି ହେବ । ପ୍ରତିକାର:- ଦିବ୍ୟଙ୍ଗଙ୍କୁ ଲଡୁ ଖାଇବାକୁ ଦିଅନ୍ତୁ ।

କନ୍ୟା:–

ଉଚ୍ଚଆଶା ସଫଳ ହେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ସୁଖ ଶାନ୍ତିରେ ଦିନଟି କାଟିବେ । ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ । ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଆଜି ଚେଷ୍ଟା କରିବେ । ପ୍ରତିକାର:- କେଶର, ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ତୁଳା:–

ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ସରକାରୀ କର୍ମକ୍ଷେତ୍ରରେ ଉନ୍ନତିହେବ । ଚାକିରି କ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବ୍ୟବସାୟରେ ଲାଭବାନ ହେବେ । ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତ୍କାରରେ ସଫଳତା ମିଳିବ । ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ । ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ବିଛା:–

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ରାଜନୈତିକ କ୍ଷେତ୍ରରେ ଦଦୁଲ୍ୟମାନ ପରିସ୍ଥିତି ସୃଷ୍ଟିହେବ । ବିଭିନ୍ନ କାର୍ଯ୍ୟରେ ବାଧା ସୃଷ୍ଟି ହେବ । କୌଣସି ଶୁଭ କାର୍ଯ୍ୟ କରିବା ଅନୁଚିତ । ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ । ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରିପାରନ୍ତି । ଦୂରଯାତ୍ରାରେ ଶତୃ ଓ ବିରୋଧିମାନେ ଅପଦସ୍ଥ କରିବେ । ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ । ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ ।

ଧନୁ:–

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ପ୍ରବାସ ଯାତ୍ରାରେ ପୀଡା ଅନୁଭବ କରିବେ । ମନ ଉତ୍ତେଜିତ ଫଳରେ ମାନସିକ ଏକାଗ୍ରତା ଭଙ୍ଗ ହେବ । ଆର୍ଥିକଦିଗରୁ ସୁବିଧାହେଲେ ମଧ୍ୟ ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଉପୁଜି ପାରେ । ନିଜଲୋକଙ୍କ ଶତ୍ରୁତା ଫଳରେ ମନରେକ୍ଷୋଭ ଓ ହତାଶଭାବ ଦେଖା ଦେବ । ଶରୀର ଭଲ ରହିବନାହିଁ । ଆୟଅପେକ୍ଷା ବ୍ୟୟ ବୃଦ୍ଧିପାଇବ । ପୁରୁଣା ସମସ୍ୟା ଓ ପୁରୁଣା ରୋଗ ପୁନରାୟ ମୁଣ୍ଡ ଟେକିବ । ପ୍ରତିକାର:- ଷଣ୍ଢକୁ କିଛି ଖାଦ୍ୟ ଦିଅନ୍ତୁ ।

ମକର:–

ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ । ଉଚ୍ଚ ଆଶାରେ ଆଗେଇବେ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ଓ ଆୟ ବଢିବ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ । ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି । ପ୍ରତିକାର:- ଗାଈକୁ ପନିପରିବା ଖାଇବାକୁ ଦେବେ ।

କୂମ୍ଭ:–

ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତିହେବ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ । ଚକ୍ଷୁପୀଡା ପ୍ରତି ସତର୍କତା ଅବଲମ୍ବନ କରିବେ । ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳାର ଅଭାବ ଦେଖାଦେବ । ଆୟ ବ୍ୟୟରେ ତାଳମେଳ ରହିବ ନାହିଁ ଯାହାଫଳରେ ମନ ବିଷାଦଗ୍ରସ୍ତ ରହିବ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ମୀନ:–

ପରିବାରରେ ମାନ ମନାନ୍ତର ଦୂର ହେବ । ବିଦେଶ ଯାତ୍ରାରେ ଲାଭବାନ ହେବେ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ । ଉତ୍ତମ ରୋଜଗାର ହେବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ନୂତନ ଗୃହ ନିର୍ମାଣ କରିବେ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି । ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ ।