ଆଜିର ରାଶିଫଳ 1 ଜୁଲାଇ 2019, ସୋମବାର – ଏହି ୪ଟି ରାଶି ଉପରେ ମହାଦେବଙ୍କ କୃପା ରହିବ

ମେଷ:-

କର୍ମକ୍ଷେତ୍ରରେ ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ । ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଶିକ୍ଷାକ୍ଷେତ୍ରରେ ଊତ୍ସାହ ଏବଂ ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ । ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ମହିଳାମାନେ ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ପାରିବେ । ରାଜନୀତି କ୍ଷେତ୍ରରେ କଥା ଓ ବ୍ୟବହାର ନିୟନ୍ତ୍ରଣ ନକଲେ ଲୋକ ସଂପର୍କରେ ବାଧା ଉପୁଯିବ ।  ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

ବୃଷ:-

ମହିଳା ମାନଙ୍କର ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ଶତୃମାନେ ପରାଜିତ ହେବେ । ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ । ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ । ବନ୍ଧୁ ପରିବାର ଠାରୁ ସୁଖ ମିଳିବ । ଗୃହରେ ମାଙ୍ଗଳିକ କାର୍ଯ୍ୟ ପାଇଁ ଆୟୋଜନ କରିବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ ।  ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

ମିଥୁନ:-

ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସଫଳତା ମିଳିବ । ମହିଳାମାନେ ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ । ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । କର୍ମକ୍ଷେତ୍ରରେ  କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ । ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ବିରୋଧୀମାନେ ହଇରାଣ ହୋଇ ମଥାନତ କରିବେ । ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା ମଧ୍ୟ କରିବାକୁ ପଡିବ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ । କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ ଓ ପଦୋନ୍ନତିର ସୂଚନା ପାଇବେ । ନୂତନ କର୍ମ ନିଯୁକ୍ତି ପାଇ ପାରନ୍ତି । ପିତା ମାତାଙ୍କ ଠାରୁ ସହଯୋଗ ମିଳିବ । ପରିବାର ଓ ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ । ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ ।  ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।

ସିଂହ:-

ରାଜନୀତି କାର୍ଯ୍ୟରେ ସାମାଜିକ ଉତ୍ସବରେ ଯୋଗ ଦେଲେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିପାରେ । ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ । ଆର୍ଥିକ ଚିନ୍ତା ଦୁରହେବ ଓ ପିତାଙ୍କ ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ । ମହିଳାମାନେ ପିଲାମାନଙ୍କ ସଫଳତାରେ ଖୁସିହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ଅଧିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବେ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-

ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଶତ୍ରୁବାଧା ଦୂରେଇ ଯିବ ଓ ଋଣରୁ ମୁକ୍ତି ପାଇବା ପାଇଁ ଚେଷ୍ଟା କରିବେ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ନିଜର ଯୋଜନାମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ ।  ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ ।

ତୁଳା:-

ନିର୍ମାଣମୂଳକ ଯୋଜନାରେ ଆଗେଇବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ଦୂରଯାତ୍ରାର ସୁଯୋଗ ପାଇବେ ଓ ସଫଳତା ମିଳିବ । ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ । ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ । ବ୍ୟବସାୟରେ ସଫଳତା ଅର୍ଜନ  ତଥା କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ ।  ପ୍ରତିକାର:-ହଳଦୀ ଚନ୍ଦନ ମଥାରେ ଲଗାନ୍ତୁ ।

ବିଚ୍ଛା:-

କର୍ମ କ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ହେବ ଓ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ । ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ । ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

ଧାର୍ମିକକାର୍ଯ୍ୟରେ ରୁଚି ବଢ଼ିବ । ସମୟ ଆନନ୍ଦମୟ ହେବ । ହୋଟେଲ, କଳାକାର, ଶିଳ୍ପକାରୀ, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଂ, ତେଲବ୍ୟବସାୟୀ, ପନିପରିବା ଚାଷୀମାନେ ବିଶେଷ ଲାଭାନ୍ୱିତ ହେବେ । ଆର୍ଥିକ ସାହାଯ୍ୟ ମିଳିବ । କର୍ମକ୍ଷେତ୍ରରେ ଶୁଭଖବର ପାଇ ଖୁସି ହେବେ । ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ । ମହିଳାମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ଅର୍ଜନ କରିବେ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-

ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ । ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ । ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ । ବନ୍ଧୁ ମିଳନରେ ମହିଳାମାନଙ୍କ ମନ ପ୍ରଫୁ୍ଲ୍ଲ ରହିବ । ପରିବା ଚାଷି ଓ ବ୍ୟବସାୟୀମାନେ ଆଶାତୀତ ଲାଭପାଇବେ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପାରିବାରିକ ଅଶାନ୍ତି ଦୂରେଇ ଯିବ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ଇଚ୍ଛାକରି ସ୍ଥାନାନ୍ତରିତ ହେବାକୁ ଚେଷ୍ଟା କରିବେ ।  ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ଶିକ୍ଷାକ୍ଷେତ୍ରରେ ଅପେକ୍ଷା କରିଥିବା କାମରେ ଶୁଭ ସୂଚନା ପାଇବେ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥହେବେ । ମହିଳାମାନେ ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍ । ପନିପରିବା ଫସଲ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ମଧ୍ୟ ଲାଭହେବ ।  ପ୍ରତିକାର:-ଅସହାୟକୁ ନିରାଶ କରନ୍ତୁ ନାହିଁ ।

ମୀନ:-

କଳା, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ । ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ । ମହିଳାମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ।  ପ୍ରତିକାର:- ଅରୁଆଚାଉଳ କୁଆଙ୍କୁ ଖାଇବାକୁ ଦିଅନ୍ତୁ ।