ଆଜିର ରାଶିଫଳ, 1 ଡିସେମ୍ବର 2018 ଶନିବାର – ଏହି ୫ଟି ରାଶି ଉପରେ ଶନିଦେବ ଙ୍କ କୃପା ଆଜିଠୁ ରହିବ

ମେଷ:–

ନୂଆ ନିଯୁକ୍ତି ପାଇ ରୋଜଗାର ସମସ୍ୟା ସୁଧୁରି ଯିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପାରିବାରିକ ବ୍ୟବସାୟ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ମହିଳାମାନେ ଉଚିତ୍ପନ୍ଥା ଗ୍ରହଣ କରିବେ । ପ୍ରତିକାର:- ଗାଈକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବନାହିଁ । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ । କଳା,ସାହିତ୍ୟ, କ୍ରୀଡ଼ା,ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ମହିଳାମାନେ ନିଜର ଇଚ୍ଛା ବିରୋଧରେ କୌଣସି କର୍ମକରି ଅନୁତାପ କରିବେ । ପ୍ରତିକାର:- ଭୋକିଲା ଲୋକକୁ ଖାଇବାକୁ ଦିଅନ୍ତୁ ।

ମିଥୁନ:–

ବ୍ୟବସାୟରେ ସଫଳତା ଅର୍ଜନ ଓ ଦୂରଯାତ୍ରାର କଷ୍ଟ ପାଇବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ବାଦ-ବିବାଦରୁ ଦୂରେଇ ରୁହନ୍ତୁ । ଶାରୀରିକ ପୀଡ଼ାଯୋଗୁ ଖର୍ଚ୍ଚ ଅଧିକ ହେବ । ମହିଳାମାନେ ମାନସିକ ସୁସ୍ଥତା ଅନୁଭବ କରିବେ । ବିଦ୍ୟାରେ ଅମନ ଯୋଗହେବେ । ପ୍ରତିକୁଳ ପରିସ୍ଥିତି ଦୂରେଇଯିବ ଏବଂ ଅଧିକଖର୍ଚ୍ଚ ହେବ । ଆଳସ୍ୟ ବୃଦ୍ଧିପାଇବ । ପ୍ରତିକାର:- ବୃଦ୍ଧାଙ୍କର ସେବା କରନ୍ତୁ ।

କର୍କଟ:-

ବ୍ୟବସାୟିକକ୍ଷେତ୍ରରେ ଉନ୍ନତିହେବ । ଅର୍ଥଲାଭର ମାର୍ଗ ଖୋଲିଯିବ । ଶୁଭ ସମାଚାର ମିଳିବ । ଲେଖକ, ପତ୍ରକାର, ରାଜନୈତିକ, ସଙ୍ଗୀତଜ୍ଞ, ଠିକାଦାର ଓ ସରକାରୀ କର୍ମରତଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ । ମହିଳା ମାନେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ନୂତନକର୍ମ ଯୋଗୁ ଆୟ ବୃଦ୍ଧି ହେବ । ଧନ ଲାଭ ହେବାରୁ ମନଖୁସି ରହିବ । ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ । ପ୍ରତିକାର:-କୌଣସିଏକ ରୋଗୀର ସେବା କରନ୍ତୁ ।

ସିଂହ:–

ବ୍ୟବସାୟରେ ସଫଳତା ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ପରିବାରର ପରିସ୍ଥିତି ସମାଧାନ କରିବେ । କର୍ମକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ ଓ ଅଧିକାରୀ ଖୁସିହେବେ । ସନ୍ତାନସୁଖ ମିଳିବ । ମହିଳାମାନେ ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର:-ଗାଈକୁ ଅଟା ଖାଇବାକୁ ଦିଅନ୍ତୁ ।

କନ୍ୟା:-

ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ନୂଆ ଯୋଜନାରେ ସଫଳହେବେ । ବ୍ୟବସାୟପାଇଁ ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରିବାରରେ ସମସ୍ତ ପରିସ୍ଥିତି ସମାଧାନ ହୋଇ ଖୁସିର ବାତାବରଣ ସ୍ଥାୟି ରହିବ । ନୂତନ ସମ୍ବନ୍ଧ ସୃଷ୍ଟିହେବ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ । ପ୍ରତିକାର:- ପୂଜା ସ୍ଥାନରେ କିଛି ଅର୍ଥ ଦାନକରନ୍ତୁ ।

ତୁଳା:–

ମହିଳା ଓ ପୁରୁଷ ମାନଙ୍କର ବନ୍ଧୁ ମିତ୍ରଙ୍କର ସହଯୋଗ ପାଇବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ଶତୃମାନେ ପରାଜିତ ହେବେ । ଧନଲାଭ ହେବାଦ୍ୱାରା ସମସ୍ତକାର୍ଯ୍ୟ ପୂର୍ଣ୍ଣ ହେବ । ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । ପ୍ରତିକାର:- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ବିରୋଧିମାନେ ଦୂରେଇ ଯିବେ । ପ୍ରାୟକାର୍ଯ୍ୟ ପୂରଣ ହେବ । ଦୂରଯାତ୍ରାରେ ସଫଳତା ଓ ଲାଭପାଇବେ । ପ୍ରିୟଜନ ଙ୍କସହ ମିଳନ ହେବ । ଅଟକିଥିବା କାର୍ଯ୍ୟ ଚାଲୁ ହେବ । ଉତ୍ତରଦାୟିତ୍ୱ ବଢ଼ିବ । ବିଦ୍ୟାରେ ଉନ୍ନତିହେବ । ଆଶାଜନକ ଫଳ ପ୍ରାପ୍ତିହେବ । ବ୍ୟବସାୟିକକ୍ଷେତ୍ରରେ ଉନ୍ନତିହେବ । ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ । ଧାତୁ ବା ଅଳଙ୍କାରାଦି କ୍ରୟ କରିବେ । ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ । ପ୍ରତିକାର:- ଅସହାୟା ବୃଦ୍ଧାଙ୍କର ସେବା କରନ୍ତୁ ।

ଧନୁ:–

ମହିଳା ଓ ପୁରୁଷ ମାନଙ୍କର ମନୋକାମନା ପୂରଣ ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ । ବ୍ୟବସାୟ କ୍ଷେତ୍ରରେ ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ । ସ୍ଥଗିତ ଥିବା ଧନ ମିଳିଯିବ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ । ରାଜନୀତି ଓ ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ପୂରଣ ହେବ । ପ୍ରତିକାର:- ଭୋକିଲା ଲୋକକୁ କିଛି ଖାଦ୍ୟ ଦିଅନ୍ତୁ ।

ମକର:–

ପରିବାରରେ ଅପ୍ରିତିକର ପରିସ୍ଥିତିକୁ କୌଶଳକ୍ରମେ ସମାଧାନ କରିବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ବନ୍ଧୁ ଓ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗମିଳିବ । ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ । ରାଜନୀତି କ୍ଷେତ୍ରରେ ନିଜର ଲୋକମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ । ସମସ୍ତ ଚେଷ୍ଟା ସଫଳ ହେବ । ନୂତନ କାର୍ଯ୍ୟରେ ଉନ୍ନତି ହେବା ସହ ଶାନ୍ତିପାଇବେ । ପ୍ରତିକାର:- କୁକୁରକୁ କିଛି ଖାଦ୍ୟ ଦିଅନ୍ତୁ ।

କୁମ୍ଭ:–

ପୁରାତନ ରୋଗର ଉପଶମ ପରିଲକ୍ଷିତ ହେବ । ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ । କ୍ରୀଡ଼ାବିଦ୍ ମାନେ ପ୍ରଶଂସିତ ହେବେ । ସ୍ୱାସ୍ଥ୍ୟ, ପରିବାର, କର୍ମକ୍ଷେତ୍ର, ସତସଙ୍ଗ ଓ ମନୋରଞ୍ଜନ ପାଇଁ ସମୟ ଅନୁକୂଳ ରହିବ । ପ୍ରତିକାର:- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ମୀନ:–

ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ । ଗୃହ ନିର୍ମାଣ କରିବେ । ଦୂରଯାତ୍ରାରେ ଲାଭପାଇବେ । ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ । ଆକସ୍ମିକ ଧନପ୍ରାପ୍ତିହେବ । ଚିକିତ୍ସକ, ରସାୟନଜ୍ଞ, କେମିକାଲ୍, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ । ଦୂରଯାତ୍ରା କରି ନିଜକୁ ସୁସ୍ଥ ମନେକରିବେ । କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ । ରାଜନୀତିରୁ ଲାଭ ମିଳିବ । ପ୍ରତିକାର:- ଗାଈକୁ ଖାଇବାକୁ ଦିଅନ୍ତୁ ।