ଆଜିର ରାଶିଫଳ 1 ମେ 2019, ବୁଧବାର – ହନୁମାନ ଙ୍କ ବିଶେଷ କୃପା ରହିବ ଏହି ୩ଟି ରାଶି ଉପରେ

ମେଷ:-

ବ୍ୟବସାୟ ବାଣିଜ୍ୟ ମାମଲାରେ ଦୂରସ୍ଥାନ ଯିବାକୁ ପଡିବ ଓ ଲାଭ ହେବ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । ସନ୍ତାନମାନଙ୍କର ଉନ୍ନତି, ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇବେ । ଋଣ ଭରଣାରେ ସହଜ ହେବ । କର୍ମ କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ ।  ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ବୃଷ:-

କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ଆଶ୍ୱସ୍ତି ସୂଚକ କଥା ଶୁଣି ମନ ଖୁସି ରହିବ । ମହିଳାମାନେ ସମ୍ପର୍କୀୟମାନଙ୍କ ଦ୍ୱାରା ସୁବିଧାପାଇବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ । ରାଜନୀତିରେ ପ୍ରଶଂସା, ବିଦ୍ୟାକ୍ଷେତ୍ର ରେ ସଫଳ, କୃଷିଦ୍ରବ୍ୟ ବାଣିଜ୍ୟରେ ଲାଭ । ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ଖେଳରେ ସଫଳତା ମିଳିବ । ଅଟକିଥିବା ଧନ ପ୍ରାପ୍ତି ହେବ । ବ୍ୟବସାୟ, ବାଣିଜ୍ୟରେ ଲାଭପାଇବେ । ପାରିବାରିକ ଶୃଙ୍ଖଳା ରକ୍ଷା କରିବା ସହ ଆର୍ଥିକସ୍ଥିତି ପ୍ରାୟତଃ ଭଲ ରହିବ । ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ ।  ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

ମିଥୁନ:-

କର୍ମ କ୍ଷେତ୍ରରେ ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ବ୍ୟବସାୟୀମାନଙ୍କର ବହୁତ ଦିନର ବାକିପଡିଥିବା ଅର୍ଥ ପାଇବେ ଓ ଆୟର ମାର୍ଗ ପ୍ରଶସ୍ତ ହେବ । ରାଜନୀତିରେ ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ ଓ ବନ୍ଧୁମିତ୍ର, ଭାଇ ଭଳି ବ୍ୟକ୍ତିମାନେ ସହଯୋଗ କରିବେ । ପରିବାରର ସାହାଯ୍ୟରେ ଉପକୃତ ହେବେ । ମହିଳାମାନଙ୍କର ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ପରିସ୍ଥିତିରେ ଉନ୍ନତି ଘଟିବ । ଛାତ୍ରଛାତ୍ରୀମାନଙ୍କର ଖେଳରେ ଓ ବିଦ୍ୟାରେ ଉନ୍ନତି ହେବ ଏବଂ ଦୂରଯାତ୍ରାରେ ସୁଖମିଳିବା ସହ ଲାଭ ବାନ୍ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ରାଜନୀତିରେ ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିବନ୍ଧକ ସୃଷ୍ଟି କଲେମଧ୍ୟ ପ୍ରଶଂସା ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟ ନ ହରାଇ କାର୍ଯ୍ୟ କଲେ ବ୍ୟବସାୟିକସ୍ଥିତି ସୁଦୃଢ ହେବ । ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବା ଫଳରେ ପରିବାରରେ ଆନନ୍ଦ ଲହରୀ ଖେଳିଯିବ । ମହିଳାମାନେ ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ସନ୍ତାନ ମାନଙ୍କର ଉନ୍ନତ୍ତି ଓ ଅଗ୍ରଗତି ଘଟିବ ବିଦ୍ୟା କ୍ଷେତ୍ରରେ ମଧ୍ୟ ସଫଳ ହେବେ ।  ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

ସିଂହ:-

କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ । ମହିଳାମାନେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ଆୟ ଉତ୍ତମ ହେବ ଓ କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ । ନିଜ ଲୋକଙ୍କ ତରଫରୁ ଆଶ୍ଵା ସନା ବା ସହାନୁଭୂତି ପାଇବେ । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ । ଖର୍ଚ୍ଚ ବଢ଼ିବାଯୋଗେ ପରିବାରରେ ଅସନ୍ତୋଷ ଦେଖାଦେଇ ପାରେ । ବ୍ୟବସାୟରେ ଭାଗିଦାରୀଙ୍କ ପାଇଁ କ୍ଷତିରୁ ବଞ୍ଚିଯିବେ ।  ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

କନ୍ୟା:-

ଆର୍ଥିକ ସ୍ଥିତି ସ୍ଵଛଳ ରହିବ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ । ଯାନବାହାନ କ୍ରୟ ବିକ୍ରୟ ଓ ସଂପତ୍ତି କ୍ରୟ ବିକ୍ରୟ ଦ୍ୱାରା ପ୍ରଚୁର ଲାଭ ପାଇବେ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ବ୍ୟବସାୟରେ ସାହାଯ୍ୟ ସହଯୋଗ ପାଇ ମହତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯିବ । ରାଜନୈତିକ କ୍ଷେତ୍ରରେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ କ୍ଷାତି ବଢ଼ିବ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ ଓ ଦାମ୍ପତ୍ୟଜୀବନ ସୁଖମୟ ହେବ । ପ୍ରତିଦ୍ୱନ୍ଦିତାରେ ବିଜୟୀ ହୋଇ ନୂଆ ନିଯୁକ୍ତିର ସମ୍ଭାବନା ଅଛି ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ତୁଳା:-

ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । କର୍ମକ୍ଷେତ୍ରରେ ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ରାଜନୀତିରେ ପରୋପକାର ସମାଜସେବା କାର୍ଯ୍ୟରେ କୃତକାର୍ଯ୍ୟ ହେବେ । ମଉଜ-ମସ୍ତିରେ ସମୟ କଟିପାରେ । ବିଦ୍ୟା ଓ ଖେଳରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ । ଗୃହ ସମସ୍ୟା ଦୂର ହୋଇ କାର୍ଯ୍ୟ ମଧ୍ୟମ ଧରଣର ହେବ । ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ । ମହିଳାମାନଙ୍କର ମନୋରଞ୍ଜନ କରିବା ପାଇଁ ସମୟ ମିଳିବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ଆର୍ଥିକସ୍ଥିତି ପୂର୍ବପରି ରହିବ । ସାମୟିକ ଚିନ୍ତା ଦୂରହେବ । ମହିଳାମାନେ ପିଲାଙ୍କସହ ଖୁସିରେ ରହିବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ରାଜନୀତିରେ ପ୍ରସଂଶା, ବିଦ୍ୟାରେଉନ୍ନତି, ଖେଳରେ ବିଜୟୀ ହେବେ । ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

ଧନୁ:-

ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ମହିଳାମାନେ ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ । ନୂତନ ବନ୍ଧୁଙ୍କ ଯୋଗେ ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ରାଜନୀତିରେ ପ୍ରସଂଶା, ବିଦ୍ୟାରେଉନ୍ନତି, କୃଷିରେ ମନସନ୍ତୁଷ୍ଟ, ଖେଳରେ ବିଜୟୀ ହେବେ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି ।  ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

ମକର:-

ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ରୋଗୀ, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ବିତିଯାଇଥିବା ମାମଲାରେ ସଫଳତା ମିଳିବ । କାର୍ଯ୍ୟ କ୍ଷେତ୍ରରେ ସମ୍ବନ୍ଧରେ ପ୍ରଗାଢତା ଆସିବ ଓ ଆଶାତୀତ ଲାଭ ଉଠେଇବେ । ରାଜନୀତିରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ବିଦ୍ୟାର୍ଥୀଙ୍କର ବିଦ୍ୟାରେଉନ୍ନତି ହେବାରୁ ମନ ଖୁସି ରହିବ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-

ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ । ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠା ବୃଦ୍ଧି ହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି । ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ ।  ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ମୀନ:-

ପୁରୁଣା ମିତ୍ରଙ୍କ ଦ୍ଵାରା ସୁସମ୍ବାଦ ପ୍ରାପ୍ତି ହେବ । ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବ । ମନ ଲଗାଇ କାର୍ଯ୍ୟ କରିବା ଫଳରେ ଧନ ପ୍ରାପ୍ତି ହେବ । ଚାକିରୀରେ ପ୍ରମୋଶନ ମିଳିବାର ସମ୍ଭାବନା ଅଛି । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇ ପାରନ୍ତି । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । କାରବାରରେ ସ୍ଥିତି ଠିକ୍ ରହିବ । ବିଦ୍ୟାର୍ଥୀଙ୍କ ମାନସିକସ୍ଥିତି ଭଲ ରହିବ । ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହି ପ୍ରସଂଶା ପାଇବେ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।