ଆଜିର ରାଶିଫଳ 10 ଅଗଷ୍ଟ 2019, ଶନିବାର, ଶନିଦେବ ଙ୍କ କୃପାରୁ ଏହି ୫ଟି ରାଶି ଧନ ଲାଭ କରିବେ ଓ ଦୁଃଖ ଦୂର ହେବ

ମେଷ:-

ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ଧନନିବେଶ ପାଇଁ ଆଜି ଉପଯୁକ୍ତ ସମୟ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖାଦେବ । ଭାଇ ଭଉଣୀ ମାନଙ୍କ ସହ ମନୋମାଳିନ୍ୟ ଦୂର ହେବ । ସ୍ଥାନାନ୍ତରଣ ପାଇଁ ଚେଷ୍ଟା କଲେ ସଫଳ ହେବେ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ମହିଳାମାନେ ସନ୍ତାନ ଙ୍କ ଭବିଷ୍ୟତ ନେଇ ଖୁସି ରହିବେ । ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟରେ ଭଲ ଲାଭ ପାଇବେ ଓ ବାକିଥିବା ଅର୍ଥପ୍ରାପ୍ତି ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ରାଜନେତାମାନଙ୍କର ଶତୃ ପରାଜିତ ହୋଇ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ମହିଳାମାନଙ୍କର ଉତ୍ତମ ରୋଜଗାର ମିଳିବ । ଗୃହସ୍ଥ ଜୀବନ ସୁଖମୟ ହେବ ।   ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ନୂତନ ଯୋଜନାରେ ସଫଳତା ମିଳିବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମିଥୁନ:-

ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପରିବାରରେ ସୁଖ ଶାନ୍ତି ବଜାୟ ରହିବ । ଛାତ୍ର-ଛାତ୍ରୀମାନେ ଦୂର ସ୍ଥାନକୁ ଯାତ୍ରା କରିବେ । ରାଜନେତାମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଘରୋଇ କର୍ମଚାରୀ ମାନେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ଆର୍ଥିକ ଉନ୍ନତିରେ ସଫଳତା ଓ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ ।   ଆର୍ଥିକ କ୍ଷେତ୍ରରେ ଉନ୍ନତି, ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ଅସୁବିଧା ପରିସ୍ଥିତିକୁ ସାମାନ୍ୟ ଚେଷ୍ଟାରେ ସଜାଡି ଦେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ଖୁସି ହେବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ ଓ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ପୂର୍ବରୁ ଥିବା ପାରିବାରିକ ସମସ୍ୟା ଆଜି ସମାଧାନ ହୋଇ ଶାନ୍ତିର ବାତାବରଣ ଦେଖା ଦେବ । ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ଶରୀର ସୁସ୍ଥ ରହିବ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ । ବ୍ୟବସାୟରେ ସାଧାରଣ ପରିଶ୍ରମ ଫଳରେ ଅଧିକ ଉନ୍ନତି ହେବ । ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ । ପାରିବାରିକ ଅଶାନ୍ତି ଦୂରେଇ ଯିବ । ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ । ମହିଳା ମାନଙ୍କର ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।

ତୁଳା:-

ଶିକ୍ଷା କ୍ଷେତ୍ରରେ ସଫଳ ହେବେ । ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଥିଲେ ଆଜି ତାହା ସମାଧାନ ହେବ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନବୃଦ୍ଧି ହେବ । ଧାର୍ମିକ କାର୍ଯ୍ୟରେ ଯୋଗ ଦେଲେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ । ବାକିଥିବା ଅର୍ଥ ପ୍ରାପ୍ତି ହେବ । କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇ ପାରନ୍ତି ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ସ୍ୱାସ୍ଥ୍ୟରେ ଉନ୍ନତି, ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ । ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବ । ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ଗୃହରେ ମାଙ୍ଗଳିକ କାର୍ଯ୍ୟରେ ଧନ ବ୍ୟୟହେବ । ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ରାଜନୀତି କ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-

ବ୍ୟବସାୟ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟଦାୟକ ହେବ । ସ୍ୱାସ୍ଥ୍ୟରେ ଉନ୍ନତି, ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ । ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ । କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ସୁନା, ଚାନ୍ଦି, ବ୍ୟବସାୟରେ ଅତ୍ୟଧିକ ଲାଭ ପାଇବେ । ସଂଚାଳକ, ଓକିଲ, ନ୍ୟାୟଧୀଶ, ଚିକିତ୍ସକ, କଳାକାରମାନଙ୍କର ପ୍ରବଳ ଉନ୍ନତି ହେବ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ସାଧାରଣ ଦିନଚର୍ଯ୍ୟ । ଅତୁଟ ରହିବ ।  ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମକର:-

ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିବେ । ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ । ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ । ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ । ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଦୀର୍ଘଦିନର ଆଶା ଆଜି ପୂରଣ ହେବ । ଉଚ୍ଚପଦବୀରେ ଅଧିଷ୍ଠିତ ହୋଇ ପାରନ୍ତି । ପର ହାତରେ ଥିବା ଧନ ପ୍ରାପ୍ତି ହେବ । ଅଧା ହୋଇଥିବା କାର୍ଯ୍ୟ ସହଜରେ ପୂରଣ ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-

ପୁରାତନ ରୋଗର ଉପଶମ ପାଇଁ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ସାଂସାରିକ ଜୀବନ ସୁଖମୟ ହେବ । ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ଚାନ୍ଦି, ବାଦ୍ୟଯନ୍ତ୍ର, ଚଳଚିତ୍ର, ଔଷଧ, ଶାଢ଼ୀ, ଷ୍ଟେସନାରୀ ଓ ମହିଳାମାନଙ୍କର ସୌଖୀନ ଦ୍ରବ୍ୟାଦି ବ୍ୟବସାୟରେ ଅଧିକଲାଭ କରିପାରିବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ ।

ମୀନ:-

ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଶାରିରୀକ ଅସୁସ୍ଥତା ଦୂରହେବ । ରାଜନୀତି କ୍ଷେତ୍ରରେ ଅଧିକ ପରିଶ୍ରମ କରିବା ଫଳରେ ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିବେ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।