ଆଜିର ରାଶିଫଳ, 10 ଡିସେମ୍ବର 2019 ମଙ୍ଗଳବାର, ହନୁମାନ ଆଜିଠୁ ଏହି ୫ଟି ରାଶିର ସବୁ ଇଚ୍ଛା ପୂରଣ କରିବେ

୧-ମେଷ

ବ୍ୟବସାୟରେ ଭାଗିଦାରୀମାନଙ୍କଠାରୁ ସାହାଯ୍ୟ ପାଇବେ । ଋଣ ଭରଣାରେ କଷ୍ଟ ହେବ । ଶତୃମାନେ କ୍ଷତି କରିବାକୁ ଚେଷ୍ଟା କରି ଅପଦସ୍ତ ହେବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ବନ୍ଧୁଙ୍କ ସାହାଯ୍ୟ ସହଯୋଗ ପାଇବେ । ସ୍ୱାସ୍ଥ୍ୟରେ ଉନ୍ନତି ହେବ । ବ୍ୟବସାୟ ବାଣିଜ୍ୟ ମାମଲାରେ ଦୂରସ୍ଥାନ ଯିବାକୁ ପଡିବ ଓ ଲାଭ ହେବ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । ସନ୍ତାନମାନଙ୍କର ଉନ୍ନତି, ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

୨-ବୃଷ

ରାଜନୀତିରେ ପ୍ରଶଂସା, ବିଦ୍ୟାକ୍ଷେତ୍ର ରେ ସଫଳ, କୃଷିଦ୍ରବ୍ୟ ବାଣିଜ୍ୟରେ ଲାଭ । ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା, ଖେଳ ଓ ବିଦ୍ୟାରେ ସଫଳତା ମିଳିବ । ଅଟକିଥିବା ଧନ ପ୍ରାପ୍ତି ହେବ । ବ୍ୟବସାୟ,ବାଣିଜ୍ୟରେ ଲାଭପାଇବେ । ପାରିବାରିକ ଶୃଙ୍ଖଳା ରକ୍ଷା କରିବା ସହ ଆର୍ଥିକସ୍ଥିତି ପ୍ରାୟତଃ ଭଲ ରହିବ । ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ । ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ଆଶ୍ୱସ୍ତି ସୂଚକ କଥା ଶୁଣି ମନ ଖୁସି ରହିବ । ମହିଳାମାନେ ସମ୍ପର୍କୀୟମାନଙ୍କ ଦ୍ୱାରା ସୁବିଧା ପାଇବେ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୩-ମିଥୁନ

ପରିବାରର ସାହାଯ୍ୟରେ ଉପକୃତ ହେବେ । ରାଜନୀତିରେ ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିବନ୍ଧକ ସୃଷ୍ଟି କଲେ ମଧ୍ୟ ପ୍ରଶଂସା ପାଇବେ । ମହିଳାମାନଙ୍କର ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ପରିସ୍ଥିତିରେ ଉନ୍ନତି ଘଟିବ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟ ନ ହରାଇ କାର୍ଯ୍ୟ କଲେ ଭଲହେବ । ଧନନିବେଶ ପାଇଁ ଆଜି ଉପଯୁକ୍ତ ସମୟ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ । ନୂଆ ଚାକିରୀ ହେବାର ସୁଯୋଗ ମିଳିବ । ଭବିଷ୍ୟତକୁ ଧ୍ୟାନରେ ରଖି ଯଶ ପ୍ରତିଷ୍ଠା ମିଳିବ । ପରିବହନ ବ୍ୟବସାୟିକସ୍ଥିତି ସୁଦୃଢ ହେବ । ପ୍ରତିକାର–ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

୪-କର୍କଟ

ପରିବାରରେ ଆନନ୍ଦ ଲହରୀ ଖେଳିଯିବ । ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ମହିଳାମାନେ ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ବ୍ୟବସାୟୀମାନଙ୍କର ବହୁତ ଦିନର ବାକିପଡିଥିବା ଅର୍ଥ ପାଇବେ ଓ ଆୟର ମାର୍ଗ ପ୍ରଶସ୍ତ ହେବ । ରାଜନୀତିରେ ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ ଓ ବନ୍ଧୁମିତ୍ର, ଭାଇ ଭଳି ବ୍ୟକ୍ତିମାନେ ସହଯୋଗ କରିବେ । ଖେଳରେ ଓ ବିଦ୍ୟାରେ ଉନ୍ନତି ହେବ ଏବଂ ଦୂରଯାତ୍ରାରେ ସୁଖମିଳିବା ସହ ଲାଭ ବାନ୍ ହେବେ । ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

୫-ସିଂହ

ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ । ଖର୍ଚ୍ଚ ବଢ଼ିବାଯୋଗେ ପରିବାରରେ ଅସନ୍ତୋଷ ଦେଖାଦେବ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ବ୍ୟବସାୟରେ ଭାଗିଦାରୀଙ୍କ ପାଇଁ କ୍ଷତିରୁ ବଞ୍ଚିଯିବେ । ମହିଳାମାନେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ସନ୍ତାନ ମାନଙ୍କର ଉନ୍ନତ୍ତି ଓ ଅଗ୍ରଗତି ଘଟିବ ବିଦ୍ୟା କ୍ଷେତ୍ରରେ ମଧ୍ୟ ସଫଳ ହେବେ । ଆୟ ଉତ୍ତମ ହେବ ଆର୍ଥିକ ସ୍ଥିତି ସ୍ଵଛଳ ରହିବ ଓ କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ । ନିଜ ଲୋକଙ୍କ ତରଫରୁ ଆଶ୍ଵାସନା ବା ସହାନୁଭୂତି ପାଇବେ । ପ୍ରତିକାର– କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

୬-କନ୍ୟା

ଦାମ୍ପତ୍ୟଜୀବନ ସୁଖମୟ ହେବ । କାର୍ଯ୍ୟରେ ପରିଶ୍ରମ ଦ୍ୱାରା ଲାଭ ପାଇବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ଯାନବାହାନ ଓ ସଂପତ୍ତି କ୍ରୟ ବିକ୍ରୟ ଦ୍ୱାରା ପ୍ରଚୁର ଲାଭ ପାଇବେ । ମହତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯିବ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ରାଜନୈତିକ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୭-ତୁଳା

ନୂଆ ନିଯୁକ୍ତିର ସମ୍ଭାବନା ଅଛି । ବିଦ୍ୟା ଓ ଖେଳରେ ଉନ୍ନତି ହେବ । ରାଜନୀତିରେ କୃତକାର୍ଯ୍ୟ ହେବେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ମଉଜ-ମସ୍ତିରେ ସମୟ କଟିପାରେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ । ମହିଳାମାନଙ୍କର ସ୍ୱଜନ ଓ ମିତ୍ରଙ୍କ ଠାରୁ ପୂର୍ଣ୍ଣ ସହଯୋଗ ମିଳିବ । ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ । ଯାନ ବାହନ ସୁଖ ମିଳିବ । ଆର୍ଥିକ ଦିଗରୁ ଉନ୍ନତି ଅନୁଭବ କରି ନୂତନ ପଦାର୍ଥ କ୍ରୟ କରିପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ବିଶ୍ୱାସର ସହ କାମ କରିବେ । ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

୮-ବିଚ୍ଛା

ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ଆର୍ଥିକସ୍ଥିତି ପୂର୍ବପରି ରହିବ । ସାମୟିକ ଚିନ୍ତା ଦୂରହେବ । ମହିଳାମାନେ ପିଲାଙ୍କସହ ଖୁସିରେ ରହିବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ରାଜନୀତିରେ ପ୍ରସଂଶା, ବିଦ୍ୟାରେଉନ୍ନତି, ଖେଳରେ ବିଜୟୀ ହେବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ପ୍ରତିକାର–ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

୯-ଧନୁ

ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରିବେ । ରାଜନୀତିରେ ପ୍ରସଂଶା, ଖେଳରେ ବିଜୟୀ ହେବେ । ମହିଳାମାନେ ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ । ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ନୂତନ ବନ୍ଧୁଙ୍କ ଯୋଗେ ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ । ସବୁପରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

୧୦-ମକର

ବିତିଯାଇଥିବା ମାମଲାରେ ସଫଳତା ମିଳିବ । କାର୍ଯ୍ୟ କ୍ଷେତ୍ରରେ ସମ୍ବନ୍ଧରେ ପ୍ରଗାଢତା ଆସିବ ଓ ଆଶାତୀତ ଲାଭ ଉଠେଇବେ । ରାଜନୀତିରେ ପ୍ରସଂଶା ଓ ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ବିଦ୍ୟାର୍ଥୀଙ୍କର ବିଦ୍ୟାରେଉନ୍ନତି ହେବାରୁ ମନ ଖୁସି ରହିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ । ରୋଗୀ, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୧୧-କୁମ୍ଭ

ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତହେବେ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ । ପ୍ରତିକାର– କୁକୁରକୁ ଖାଇବାକୁ ଦିଅନ୍ତୁ ।

୧୨-ମୀନ

ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । କାରବାରରେ ସ୍ଥିତି ଠିକ୍ ରହିବ । ବିଦ୍ୟାର୍ଥୀଙ୍କ ମାନସିକସ୍ଥିତି ଭଲ ରହିବ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମ୍ମୁଖୀନ ହୋଇପାରନ୍ତି । ଫୋନ, ମୋବାଇଲ୍, ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଦ୍ଵାରା ସୁସମ୍ବାଦ ପ୍ରାପ୍ତି ହେବ । ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବ । ମନ ଲଗାଇ କାର୍ଯ୍ୟ କରିବା ଫଳରେ ଧନ ପ୍ରାପ୍ତି ହେବ । ଚାକିରୀରେ ପ୍ରମୋଶନ ମିଳିବାର ସମ୍ଭାବନା ଅଛି । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।