ଆଜିର ରାଶିଫଳ, 10 ନଭେମ୍ବର 2019 ରବିବାର, ସୁର୍ଯ୍ୟ ଦେବଙ୍କ କୃପାରୁ ରୁ ଏହି ୪ଟି ରାଶିର ଭାଗ୍ୟ ଚମକି ଉଠିବ

୧-ମେଷ

ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରି ପାରିବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ଦାମ୍ପତ୍ୟ କଳହର ଅବସାନ ଘଟିବ ଓ ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ । ମହିଳାମାନେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳହେବେ ।

୨-ବୃଷ

ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ । ସ୍ଥାୟି ରୋଗୀମାନେ ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ । ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ମହିଳାମାନେ ସାମାଜିକ କାର୍ଯ୍ୟରେ ରତ ହେବେ । ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ । ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ । ରାଜନୀତି କ୍ଷେତ୍ରରେ ଧୀରସ୍ଥିର ଭାବରେ ସମସ୍ୟା ସୁଧାରୀ ନେବା ଉଚିତ୍ ।

୩-ମିଥୁନ

ରାଜନୈତିକ କ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ । ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇ ପାରେ । ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇ ପାରନ୍ତି । ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ । ଅଧୁରା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ । ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଓ ଅବସର ମିଳିପାରେ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ ।

୪-କର୍କଟ

ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ କ୍ଷତିରେ ପଡିବେ । ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ । ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପରିବାରରେ ସୁଖଶାନ୍ତି ଫେରି ଆସିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ।

୫-ସିଂହ

ନୂତନ ସଂସ୍ଥାର ଆୟୋଜନ କରିବେ । କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ । ମହିଳା ମାନଙ୍କର ସମ୍ମାନ ବୃଦ୍ଧି ହେବାସହ ସୁନାମ ଅର୍ଜନ କରିବେ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦର ସମାଧାନ କରିବାକୁ ଚେଷ୍ଟା କରନ୍ତୁ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ । ବ୍ୟବସାୟରେ ଲକ୍ଷ୍ମୀଙ୍କ କୃପା ଫଳରେ ପୂର୍ଣ୍ଣ ସଫଳତା ସହ ପୂର୍ବ ସମସ୍ୟାର ସମାଧାନ ହୋଇ ଆକସ୍ମିକ ଧନ ପ୍ରାପ୍ତ ହେବ ।

୬-କନ୍ୟା

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ମହିଳାମାନେ ସକ୍ରିୟ ହେବେ । ବିରୋଧିମାନେ ଦୂରେଇଯିବେ । ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ । ଯାନ ବାହନ ସୁଖ ମିଳିବ । ବିଦ୍ୟା, ଖେଳରେ ପ୍ରଶଂସିତ ହେବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ଗୃହସମସ୍ୟା ସମାଧାନ ହେବ । ଅଟକିଥିବା କାର୍ଯ୍ୟ ପୂରଣ ହେବ । କର୍ମକ୍ଷେତ୍ରରେ ସଫଳତା ମିଳିବ ଓ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ।

୭-ତୁଳା

ଆଶାଜନକ ଫଳ ପ୍ରାପ୍ତିହେବ । ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ । ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ । ଧାତୁ ବା ଅଳଙ୍କାରାଦି କ୍ରୟ କରିବେ । ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବିରୋଧିମାନେ ଦୂରେଇ ଯିବେ । ପ୍ରାୟକାର୍ଯ୍ୟ ପୂରଣ ହେବ । ଦୂରଯାତ୍ରାରେ ସଫଳତା ଓ ଲାଭପାଇବେ । ପ୍ରିୟଜନଙ୍କ ସହ ମିଳନ ହେବ । ଅଟକିଥିବା କାର୍ଯ୍ୟ ଚାଲୁ ହେବ । ଉତ୍ତରଦାୟିତ୍ୱ ବଢ଼ିବ । ବିଦ୍ୟାରେ ଉନ୍ନତିହେବ ।

୮-ବିଚ୍ଛା

ବ୍ୟବସାୟିକ ସ୍ଥିତି ଅଚାନକ ବୃଦ୍ଧି ହେବା ଫଳରେ ଆଶାନୁରୂପ ଅର୍ଥାଗମ ହେବ । ନୂତନ ଚାକିରୀ ପାଇଁ ପ୍ରୟାସ ରତ ଯୁବକମାନେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସ୍ଵାସ୍ଥ୍ୟର ଅବନତି ନେଇ ଚିନ୍ତିତ ରହିବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ ।

୯-ଧନୁ

ବ୍ୟବସାୟିକ ସ୍ଥିତି ଅଚାନକ ବୃଦ୍ଧି ହେବା ଫଳରେ ଆଶାନୁରୂପ ଅର୍ଥାଗମ ହେବ । ନୂତନ ଚାକିରୀ ପାଇଁ ପ୍ରୟାସ ରତ ଯୁବକମାନେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସ୍ଵାସ୍ଥ୍ୟର ଅବନତି ନେଇ ଚିନ୍ତିତ ରହିବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ ।

୧୦-ମକର

ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ମହିଳାମାନେ ଅନ୍ଧଭାବରେ ବିଶ୍ୱାସକଲେ ଧୋକା ଖାଇବେ । ସନ୍ତାନ ଯୋଗେ ଚିନ୍ତିତ ରହିବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ । ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ ।

୧୧-କୁମ୍ଭ

ବନ୍ଧୁ, ମିତ୍ର ଭାଗୀଦାରୀଙ୍କ ପାଇଁ ଲାଭାପାଇ ଆନନ୍ଦିତ ହେବେ । ଉତ୍ତମ ରୋଜଗାର ମିଳିବ । ନୂତନ ଯୋଜନାରେ ସଫଳତା ମିଳିବ ଓ ଆର୍ଥିକ ଉନ୍ନତିହେବ । ପ୍ରତିଯୋଗିତା ପରୀକ୍ଷାରେ ସଫଳ ହୋଇ ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ଜୟଯୁକ୍ତ ହେବେ । ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ । ଦୂର ସ୍ଥାନକୁ ଯାତ୍ରା କରିବେ । ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ଶରୀର ସୁସ୍ଥ ରହିବ । ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ ।

୧୨-ମୀନ

ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ପରିବହନରେ ବିଶେଷ ଲାଭବାନ ହେବେ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ ଓ ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ । କର୍ମକ୍ଷେତ୍ରରେ ଅଦମ୍ୟ ଉଦ୍ୟମ ବା ଚେଷ୍ଟାଦ୍ୱାରା ସାଫଲ୍ୟ ହେବେ । ପାରିବାରିକ ଜୀବନରେ ସୁଖ-ଶାନ୍ତି ଲାଭ ଓ ତତ୍ ସଙ୍ଗେ ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ ।