ଆଜି ସରସ୍ଵତୀ ପୂଜା, ଆଜିର ରାଶିଫଳ, 10 ଫେବୃୟାରୀ 2019, ରବିବାର – ମା ସରସ୍ଵତୀ ଏହି ୫ଟି ରାଶିର ସବୁ ଦୁଃଖ ଦୂର କରିବେ

ମେଷ:-

ସମ୍ମାନର ସହିତ ଦିନଚର୍ଯ୍ୟା କରି ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ବ୍ୟବସାୟରେ ଆଶା ମୁତାବକ ଲାଭ ପାଇବେ । ଶାରିରୀକ ଅସୁସ୍ଥତା ଦୂରହେବ । କର୍ମ କ୍ଷେତ୍ରରେ ଉପରିସ୍ଥ  କର୍ମଚାରୀଙ୍କ ଠାରୁ ପ୍ରଶଂସା ପାଇବେ । ମହିଳାମାନେ ଗୁରୁ ଗୁରୁଜନମାନଙ୍କର ସହଯୋଗ ପାଇବେ । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ଅବିବାହିତ ଯୁବକ ଓ ଯୁବତୀ ମାନଙ୍କର ବିବାହ ଧାର୍ଯ୍ୟ ହେବ । ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରି ପାରିବେ ।

ବୃଷ:-

ବ୍ୟବସାୟ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ ହୋଇ ଆର୍ଥୀକ ଉନ୍ନତି ଘଟିବ । ନୂତନ ବ୍ୟବସାୟ ଆରମ୍ଭ କଲେ ଆଶାତୀତ ଲାଭ ହେବ । ନୂତନ କର୍ମ ନିଯୁକ୍ତିର ସୂଚନା ପାଇବେ । ପିତା ମାତାଙ୍କ ଠାରୁ ସହଯୋଗ ମିଳିବ । ପରିବାର ଓ ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ । ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ । କର୍ମଜୀବିମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ରାଜନେତାମାନେ ସ୍ଥଳବିଶେଷରେ ବ୍ୟୟ ସଂକୋଚନ ନ କଲେ ଆପଣା ଲୋକଙ୍କ ବିରକ୍ତି ଭାଜନ ହେବେ । ପ୍ରତିକାର : ଷଣ୍ଢକୁ କିଛି ଖୁଆନ୍ତୁ ।

ମିଥୁନ:-

ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ । ସୁଖ ସମ୍ପଦ ପ୍ରାପ୍ତି ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ବ୍ୟବସାୟ ଓ କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ ।

କର୍କଟ:-

ଶତୃମାନେ ପରାଜିତ ହେବେ । ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇବେ । ମାନସିକ ଅଶାନ୍ତି ଦୂରେଇଯିବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ପ୍ରେମିକ-ପ୍ରେମିକାମାନେ ଗୁପ୍ତ ପ୍ରେମରେ ବିଫଳ ହୋଇ ବିବାହ ସମ୍ବନ୍ଧ ସ୍ଥିର ହେବ । ପରୀକ୍ଷାରେ ସଫଳ ହେବେ । କର୍ମକ୍ଷେତ୍ରରେ ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ଚିନ୍ତିତ ରହିବେ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ ।

ସିଂହ:-

ବ୍ୟବସାୟର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧିହେବ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଆର୍ଥିକ ସ୍ଥିତି ସୁଧୁରିଯିବ । ବକେୟା ଅର୍ଥ ପ୍ରାପ୍ତି ହେବ ଏବଂ ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ । କର୍ମରେ ପଦୋନ୍ନତି ହେବାର ସୂଚନା ପାଇବେ । ମହିଳାମାନେ ବ୍ରତ, ଉପାସନାରେ ବ୍ରତୀ ହେବେ ।

କନ୍ୟା:-

ବ୍ୟବସାୟରେ ଉନ୍ନତି ହେବ । ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ । ଦାମ୍ପତ୍ୟ ସୁଖ ବୃଦ୍ଧିହେବ । ଋଣ ଭାରରୁ ମୁକ୍ତି ପାଇବେ । ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ । ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ । ପ୍ରତିକାର :  ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ତୁଳା:-

ଭାଗୀଦାର ବ୍ୟବସାୟରେ ଆର୍ଥିକସ୍ଥିତି ଆବଶ୍ୟକଠାରୁ ଅଧିକ ବିସ୍ତାରିତ ହେବ । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ ଓ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ମହିଳାମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ନୂତନ କର୍ମପ୍ରାପ୍ତି ହେବ । ବିବାହ ସମ୍ବନ୍ଧ ସ୍ଥିର ହେବ । ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ବାଦ ବିବାଦ ମେଣ୍ଟି ଯିବା ଫଳରେ ଆତ୍ମସନ୍ତୋଷ ଆଣିଦେବ ।

ବିଛା:-

ବ୍ୟବସାୟରେ ଉନ୍ନତି ହେବ । ସ୍ୱାସ୍ଥ୍ୟ ଭଲ ରହିବ ।  କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟିବ ଓ ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ । ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ରାଜନୀତିରେ କୃତକାର୍ଯ୍ୟ ହେବେ । ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ପ୍ରତିକାର: ରୁଟି ଓ ମିଠା ଭୋକିଲା ଲୋକଙ୍କୁ ଖୁଆନ୍ତୁ ।

ଧନୁ:-

ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ ଓ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ ।  ବ୍ୟବସାୟ ବୃଦ୍ଧି ହେବ । ସ୍ୱଳ୍ପ ଲାଭ ଦ୍ୱାରା ଆର୍ଥିକ ଉନ୍ନତି ହେବ । କର୍ମ କ୍ଷେତ୍ରରେ ଉନ୍ନତି କରିବେ । ନୂତନ କର୍ମଆଶାୟୀ ଯୁବକ ଯୁବତୀମାନଙ୍କର ଆଶା ପୂରଣ ହେବ । ପାରିବାରିକ ଜୀବନରେ ଶାନ୍ତି ଆସିବ । ମାଲିମୋକଦ୍ଦମାରେ ବିଜୟ ଲାଭ କରିବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ ।

ମକର:-

ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ଧାର୍ମିକ କାର୍ଯ୍ୟରେ ଦୂର ସ୍ଥାନକୁ ଯାତ୍ରା କରିବେ । ପ୍ରତିକାର:  ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ ।

କୁମ୍ଭ:-

ନୂତନ କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ସୁଖ ସମୃଦ୍ଧି ବୃଦ୍ଧି ପାଇବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ନୂତନକର୍ମ ପ୍ରାପ୍ତିରେ ସଫଳ ହେବେ । ପାରିବାରିକ ଜୀବନ ସୁଖମୟ ହେବ । ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ଜମି, ଜମା, ଘରବାଡ଼ି ନେଇ ଅଦାଲତର ଦ୍ୱାରସ୍ଥ ହୋଇ ପାରନ୍ତି । ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ଦାମ୍ପତ୍ୟ କଳହ ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ପ୍ରତିକାର:  ରୁଟି ଓ ଗୁଡ ଗାଈକୁ ଖାଇବାକୁ ଦିଅନ୍ତୁ ।

ମୀନ:-

କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର ହେବ । ନୂତନ କର୍ମ ନିଯୁକ୍ତି ପାଇବେ । ବ୍ୟବସାୟ କ୍ଷେତ୍ରରୁ  ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ । ପିତା-ମାତାଙ୍କ ସହ ସମ୍ପର୍କ ଭଲ ରହିବ । ମହିଳାମାନେ ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ । ରାଜନେତାମାନେ ଦୂର ସ୍ଥାନକୁ ଯାତ୍ରା କରିବେ ଓ  ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ପ୍ରତିକାର : କୁକୁରକୁ ଖାଇବାକୁ ଦିଅନ୍ତୁ ।