ଆଜିର ରାଶିଫଳ, 10 ମାର୍ଚ୍ଚ 2019, ରବିବାର – ଶନି ମଙ୍ଗଳ ହେଲେ ଏକାଠି ଏହି ୪ ରାଶିର ସବୁ କାମ ହେଇଯିବ

ମେଷ:-

ବ୍ୟବସାୟରେ ଉନ୍ନତି ହେବାସହ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ । ନୂତନ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ । ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ଋଣ ଭାରରୁ ମୁକ୍ତି ପାଇବେ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ଆର୍ଥିକସ୍ଥିତି ଆବଶ୍ୟକଠାରୁ ଅଧିକ ବିସ୍ତାରିତ ହେବ ।

ବୃଷ:-

ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବ । ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ମିତ୍ରଙ୍କ ସହିତ ସମୟ ବିତେଇବେ । ମନରେଥିବା କାମନା ପୂର୍ଣ୍ଣ ହେବ । ଛାତ୍ର-ଛାତ୍ରୀମାନଙ୍କୁ ପରିଶ୍ରମ ଓ ମେହନତର ପରିଣାମ ସ୍ୱରୂପ ନୂଆ ଜ୍ଞାନର ବୃଦ୍ଧି ହେବ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ ।  ବ୍ୟବସାୟରେ  ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । କର୍ମଜୀବିମାନେ  ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ  ସହଯୋଗ ପାଇବେ ।

ମିଥୁନ:-

ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ ।  କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ଅଟକି ଥିବା କାର୍ଯ୍ୟ ପୂରଣ ହେବ । ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ ।  ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଶାନ୍ତି ଅନୁଭବ କରିବେ ।

କର୍କଟ:-

ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେବେ । ସଂମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ । ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ । ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ଆର୍ଥିକସ୍ଥିତି ସୁଧୁରି ଯିବ, କିନ୍ତୁ ଅହଂକାରକୁ ତ୍ୟାଗ କରିବାକୁ ହେବ ।

ସିଂହ:-

ଶାରୀରିକ କଷ୍ଟ ଦୂର ହେବ । ଦୂର ସ୍ଥାନକୁ ଯାତ୍ରା ଯୋଗ ଅଛି । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ ।  ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉନ୍ନତି ହେବ । ଆର୍ଥିକ ସ୍ଥିତି  ସୁଧୁରିଯିବ । ବକେୟା ଅର୍ଥ ପ୍ରାପ୍ତି ହେବ ଏବଂ ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ । ହରାଇଥିବା ଧନ ପ୍ରାପ୍ତି ହେବ ଓ ଯଶ ପ୍ରତିଷ୍ଠା ମିଳିବ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ ।

କନ୍ୟା:-

ଶାରିରୀକ ଅସୁସ୍ଥତା ଦୂରହେବ । ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ । ହରାଇଥିବା ଧନ ପ୍ରାପ୍ତି ହେବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ । ସମସ୍ତ କ୍ଷେତ୍ରରେ ଖୁସି ମିଳିବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ପ୍ରତିକାର :  ଭିକାରୀକୁ ନିରାଶ କରନ୍ତୁ ନାହିଁ ।

ତୁଳା:-

ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ଜୟଲାଭ ହେବ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ । ବ୍ୟାପାର ଓ କାମ-କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷଜନକ ହେବ । ଜୀବନ ସାଥିଙ୍କ ସହଯୋଗରେ ଆଶାତୀତ ଲାଭ ପାଇବେ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ରାଜନୀତିରେ ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ସହ ପ୍ରଶଂସିତ ହେବେ ।

ବିଛା:-

ବହୁତ ଦିନରୁ ଚିନ୍ତା କରୁଥିବା କାର୍ଯ୍ୟ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । କର୍ମଚାରୀମାନେ କର୍ମ କ୍ଷେତ୍ରରେ ଉନ୍ନତି କରିବେ । ନୂତନ କର୍ମଆଶାୟୀ ଯୁବକ ଯୁବତୀମାନଙ୍କର ଆଶା ପୂରଣ ହେବ । ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ ।  ପାରିବାରିକ ଜୀବନରେ ଶାନ୍ତି ଆସିବ । ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ସାମାଜିକ ପତିଆରା ଅମଳିନ ରହିବ । କର୍ମକ୍ଷେତ୍ରରେ  ପଦୋନ୍ନତି, ସୁଖ, ସମ୍ପତ୍ତି ଲାଭ, ସାହାଯ୍ୟ ପ୍ରାପ୍ତି ଓ ଗୃହବାହନ ପ୍ରାପ୍ତିହେବାର ଯୋଗ ଅଛି । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ବିପଦରେ ପକାଇବ ।

ଧନୁ:-

କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ । ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ । ଚାକିରୀରେ ପଦୋନ୍ନତି ହେବାର ସୂଚନା ପାଇବେ । ମହିଳାମାନେ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ । ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । ସୁନା, ରୂପା, ଅଳଙ୍କାର ଇତ୍ୟାଦି ବ୍ୟବସାୟରେ ଉନ୍ନତି ହେବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ ।

ମକର:-

ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ । ମାଙ୍ଗଳିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବାକୁ ପଡିବା ଫଳରେ କଷ୍ଟ ସ୍ଵୀକାର କରିବେ । ଶତୃ ବୃଦ୍ଧି ଓ ଆର୍ଥିକ ଅନାଟନ ଦେଖା ଦେବ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ହେବେ । ପରିବାରରେ ଅଶାନ୍ତି ଦେଖାଦେବ । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ । ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଶାରିରୀକ ଅସୁସ୍ଥତା ଦୂରହେବ ।

କୁମ୍ଭ:-

ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ । ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ । ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ । ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ ।

ମୀନ:-

କର୍ମ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବା ଦ୍ଵାରା ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ଦୁଃଖୀ ଲୋକଙ୍କୁ ସାହାର୍ଯ୍ୟ କରିବେ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ ଓ ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ଛାତ୍ର-ଛାତ୍ରୀମାନେ ଖେଳ, କୁଦ, ପ୍ରତିଯୋଗିତା ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ବାଦବିବାଦ, ମାଲିମୋକଦ୍ଦମାରେ ରାଜକୀୟ ସମ୍ମାନ ପାଇବେ ।