ଆଜିର ରାଶିଫଳ 10 ମେ 2019, ଶୁକ୍ରବାର – ସାଇବାବା ଙ୍କ ବିଶେଷ କୃପା ରହିବ ଏହି ୪ଟି ରାଶି ଉପରେ

ମେଷ:-

ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ । କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ବୃଷ:-

ଶତୃମାନେ ଦୂରେଇ ଯିବେ ଓ ମାନସିକ ଶାନ୍ତି ମିଳିବ । ନୂତନ ଦ୍ରବ୍ୟ କ୍ରୟ କରିବେ । ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ସାମାଜିକ ପତିଆରା ଅମଳିନ ରହିବ । ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ ଓ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । କର୍ମ କ୍ଷେତ୍ରରେ ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ବ୍ୟାପାର ଓ କାରବାରରେ ସୁଧାର ଆସିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସରକାରୀ କାମରେ ସଫଳତା ପାଇବେ ।  ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ସିଂହ:-

ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ସନ୍ତାନ ଯୋଗେ ଚିନ୍ତିତ ରହିବେ । ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି । ମନରେ ଅଶାନ୍ତି ଅସନ୍ତୋଷ ଦେଖାଦେବ ।  ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ ।

କନ୍ୟା:-

କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ରାଜନୀତିରେ ଉନ୍ନତି ହେବ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ । କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ଆର୍ଥିକ ସ୍ଥିତି ସ୍ଵଛଳତା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ହେବ । ପରୀକ୍ଷା ରେ ଆଶା ମୁତାବକ ଫଳ ପାଇବେ । ନିଜର ପ୍ରତିଷ୍ଠା ବୃଦ୍ଧି ଧାରଣାକୁ ଉଜ୍ଜ୍ୱଳ ପଥରେ ପରିଣତ କରିବେ । ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଛା:–

ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ଛାତ୍ରଛାତ୍ରୀମାନଙ୍କର ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ପ୍ରତିକାର- ଇଷ୍ଟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ଧନୁ:–

ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ଟଙ୍କାର ଆବଶ୍ୟକତା ପୂରଣ ହୋଇପାରେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ରାଜନୀତିରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେଇପାରେ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ଅର୍ଥ ଉପାର୍ଜନରେ ଏକନିଷ୍ଠ ହେବେ । ଧନ ପାଇବାର ରାସ୍ତା ଖୋଲିଯିବ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ ।  ପ୍ରତିକାର-ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ ।

କୁମ୍ଭ:-

ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଶତୃମୁକ୍ତ ନିରୁପଦ୍ରବ ଜୀବନ ଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ । ପାରିବାରିକ ଜୀବନରେ ଶାନ୍ତି, ଭାଇଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ । ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ । ଆୟ ଅପରିବର୍ତ୍ତିତ ରହିବ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ ।  ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

ମୀନ:-

ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ । ରାଜନୀତିରେ ଉନ୍ନତି ହେବ । ବନ୍ଧୁବାନ୍ଧବଙ୍କ ଦିଗରୁ ହସଖୁଶିର ବାତାବରଣ ସୃଷ୍ଟି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ । ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ ।  ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।