ଆଜିର ରାଶିଫଳ, 10 ସେପ୍ଟେମ୍ବର 2019 ମଙ୍ଗଳବାର, ହନୁମାନ ଙ୍କ କୃପାରୁ ଏହି ୪ଟି ରାଶି ଆଜି ବିଜୟୀ ହେବେ

ମେଷ:-

ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ । ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବା ସହ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ । ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ । ସୁଖ ସମ୍ପଦ ପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ଖାଦ୍ୟ ପେୟରେ ନୀତିନିୟମ ରକ୍ଷା କରିବା ସହିତ ମନକୁ ଶାନ୍ତ ରଖି ପାରିଲେ ସ୍ୱାସ୍ଥ୍ୟ ଠିକ୍ ରହିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ପ୍ରେମ କ୍ଷେତ୍ରରେ ମିତ୍ର ମାନଙ୍କ ଦ୍ଵାରା ଲାଭ ପାଇବେ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ପିଲାମାନଙ୍କ ଗବେଷଣା କ୍ଷେତ୍ର ପ୍ରାୟତଃ ପ୍ରଶସ୍ତ ରହିବ । ପ୍ରତିଯୋଗୀତା କ୍ଷେତ୍ରକୁ ମୁହାଁଇଲେ ବାଧାବିଘ୍ନକୁ ପଛରେ ପକାଇ ଅଗ୍ରଗତିର ବେଗ ବଢିଯିବ । ହାତଖାଲି ହେବା ବେଳକୁ ଦୈବୀ ସହାୟତା ତଥା କର୍ମଯୋଗ ଦ୍ଵାରା ଖାଲି ହାତ ପୁଣି ଭରି ହୋଇ ଯିବ । ବ୍ୟବସାୟ ବାଣିଜ୍ୟ ପାଇଁ ଦୂରଗାମୀ ହେଲେ ସବୁ ମତେ ଉନ୍ନତିର ସମ୍ଭାବନା ବୃଦ୍ଧିହେବ । ଉଚ୍ଚ ସମ୍ଭବନାର ଆଶା  ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ନୂଆ ଜ୍ଞାନର ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଅସାଧାରଣ ସ୍ଥିତି ରହିବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ଉତ୍ତୀର୍ଣ୍ଣ ହେବେ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମିଥୁନ:-

ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ମନ ଖୁସିହେବ । ପିଲାମାନଙ୍କ ପାଠପଢା ନେଇ ବହୁ ଦିଗରୁ ମନୋବଳ ଓ ସାମର୍ଥ୍ୟ ବୃଦ୍ଧି ପାଇବ । ନୂତନ ସମ୍ପତି କ୍ରୟ କରିବେ । ପାରିବାରିକ କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ । ଉଚ୍ଚକର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ । ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନ ଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବା ସହ ମାନସିକ ଶାନ୍ତି ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ନିଜର ଯୋଗ୍ୟତା, ଦକ୍ଷତା ଓ କ୍ଷମତାର ସଦୁପୋଯୋଗ କରିବା ଫଳରେ ବହୁତ ଲାଭ ମିଳିବ । ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ । ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବା ସହ ବର୍ଚସ୍ଵ ପ୍ରଭାବ ଓ ପରାକ୍ରମ ବଢିବ । ଉପରିସ୍ଥ  ଅଧିକାରୀ କାମରେ ପ୍ରସନ୍ନ ରହିବେ । ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ । ପ୍ରେମିକ ପ୍ରେମିକାମାନେ ଆମୋଦ-ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ । ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

ସିଂହ:-

ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ । କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ । ମହିଳାମାନେ ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ । ବ୍ୟବସାୟରେ ସ୍ଵାର୍ଥପରତା ଓ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ଶୁଭ ପରିଣାମ ମଧ୍ୟ ସାମ୍ନାକୁ ଆସିବ । ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ । ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ନୂତନ ବସ୍ତୁ କ୍ରୟ କରିପାରିବେ । ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । ଆର୍ଥିକ ସ୍ଥିତିରେ ସୁଧାର ଆସିବା ସହ ସ୍ୱାସ୍ଥ୍ୟ ଭଲ ରହିବ । ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତି ହୋଇ ପାରେ । କାମ-କାର୍ଯ୍ୟର ଦାୟିତ୍ଵ ବଢିବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । କଠିନ ପରିଶ୍ରମ କରିବା ଦ୍ଵାରା ଯଶ-ମାନ ସମ୍ମାନ ମିଳିବ । ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-

ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ । ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ବିବାଦୀୟ ସ୍ଥିତି ଦେଖାଦେଲେ ମଧ୍ୟ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ । ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । ବ୍ୟବସାୟୀମାନଙ୍କୁ ନୂଆ କାମ ନୂଆ ପ୍ରେରଣା ଦେବ । ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ । ପ୍ରାୟକ୍ଷେତ୍ରରେ ଜୟ-ଜୟକାର ହେବ । ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ । ଆମୋଦ-ପ୍ରମୋଦ, କ୍ରିଡା, ଦୂରଯାତ୍ରା ସବୁଥିରେ ସଫଳତା ମିଳିବ । ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଧନ ଲାଭ ସହିତ ଜିମ୍ମେଦାରୀ ବଢିଯିବ ଓ ଅର୍ଥସଙ୍କଟରୁ ମୁକ୍ତି ମିଳିବ । ଜାଗାଜମି ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ । ଭାଇମାନଙ୍କ ଠାରୁ ଲାଭ ପାଇବେ । ବାହନ ଆଦି କ୍ରୟ କରି ପାରିବେ । ସ୍ଵାସ୍ଥ୍ୟରେ ସୁଧାର ଆସିବ । ଘରୋଇ ଚାକିରି କରିଥିବା ବ୍ୟକ୍ତିମାନେ ବହୁତ ଲାଭ ଉଠାଇ ପାରିବେ । ପତ୍ନୀ, ସନ୍ତାନ ଓ ପରିବାରରେ ସମୟ ବିତେଇବେ । କୌଣସି ସହଯୋଗୀଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ । କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ଧନୁ:-

ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବା ସହ ଆୟବୃଦ୍ଧି, ଋଣମୁକ୍ତି, ଲୋକ ସମ୍ପର୍କ ବୃଦ୍ଧି ହେବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ । ଗୃହରେ ଶୁଭ କାର୍ଯ୍ୟ ମଧ୍ୟ ହୋଇପାରେ । ଧନ ଲାଭ ସହିତ ଜିମ୍ମେଦାରୀ ବଢିଯିବ । ବାହନ ଆଦି କ୍ରୟ କରିପାରିବେ । ସ୍ଵାସ୍ଥ୍ୟରେ ସୁଧାର ଆସିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ । ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

କୁମ୍ଭ:-

ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ଶତୃମାନେ ମଥାନତ କରିବେ ଓ ବିରୋଧୀ ମାନେ କୌଣସି କ୍ଷତି କରି ପାରିବେ ନାହିଁ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ଜାଗା, ଜମି, ସ୍ଥାବର ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହୋଇଯିବ । ସାମାଜିକ ପ୍ରତିଷ୍ଠା ବୃଦ୍ଧି ହେବ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ହର୍ସୋଲ୍ଲାସ ବାତାବରଣ ପରିବାରରେ ଖେଳିଯିବ । ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ । ବ୍ୟବସାୟ ପାଇଁ ଯାତ୍ରା କରିବାକୁ ବାଧ୍ୟ ହେବେ ଓ ଭାଗୀଦାର ବାଣିଜ୍ୟ ବ୍ୟବସାୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ । ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ । ସାମାଜିକ ସ୍ଥିତି ଓ ମାନସମ୍ମ ।ନ ବଜାୟ ରହିବ । ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ । ଅଟକି ଥିବା କାର୍ଯ୍ୟ ଚାଲୁ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।