ଆଜିର ରାଶିଫଳ 11 ଅଗଷ୍ଟ 2019, ରବିବାର, ଶନି ମଙ୍ଗଳ ହେଲେ ଏକାଠି ଏହି ୪ ରାଶିର ସବୁ କାମ ହେଇଯିବ

ମେଷ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଦାମ୍ପତ୍ୟ ଜୀବନ ଆନନ୍ଦରେ କଟିବ । ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ଦୂରଯାତ୍ରାରେ ସଫଳ ହେବେ । କର୍ମକ୍ଷେତ୍ରରେ ଅନେକ ପ୍ରକାର ସୁବିଧା ସୁଯୋଗ ପାଇଆଶା ପୂରଣ ହେବାର ରାସ୍ତା ଖୋଲିଯିବ । ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟି ପାରେ । ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆତ୍ମସନ୍ତୋଷ ମିଳିବ । ମହିଳାମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିଣୀ ହୋଇ ପାରିବେ । ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ପାରିବାରିକ ସମସ୍ୟା ଗୁଡିକୁ ସୁଧାରି ନେବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ବାଦବିବାଦ, ମାଲିମକଦ୍ଦମାରେ ବିଜୟି ହେବେ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମିଥୁନ:-

ହରାଇଥିବା ଧନ ପ୍ରାପ୍ତି ହେବ । କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ମାନସିକ ଅଶାନ୍ତି ଦୂର ହେବ । ବସ୍ତ୍ରାଭୂଷଣ ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ । ଅଧାଥିବା କାର୍ଯ୍ୟ ପୂରଣ ହେବ । ଆର୍ଥୀକ ସ୍ୱଚ୍ଛଳତା ଦେଖା ଦେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହଁ । ଇ ପାରିବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ ।  ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

କର୍କଟ:-

ଭୌତିକ ସୁଖ ସୁବିଧା ପ୍ରାପ୍ତିହେବ । ନିଜ ଆଚାର ବ୍ୟବହାର ଦ୍ଵାରା ଗୁରୁଜନଙ୍କ ସନ୍ତୋଷ ଭାଜନ ହେବେ । ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ଦୂର ହେବ । ଦାମ୍ପତ୍ୟ ସୁଖରେ ଆଶାତୀତ ଲାଭ ପାଇବେ । ଶତୃମାନେ ତଳମୁହାଁ ହେବେ । ଆର୍ଥୀକ କ୍ଷେତ୍ରରେ ଉନ୍ନତି ଦେଖାଦେବ । ମାନସିକ ଦୁଃଶ୍ଚିନ୍ତା ଦୂର ହେବ । ନୂତନକର୍ମ ନିଯୁକ୍ତି ପାଇଁ ଚେଷ୍ଟା ସଫଳ ହେବ । ଇଲୋକ୍ଟ୍ରୋନିକ୍ ଉପକରଣ, ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି । ପ୍ରତିଯୋଗୀ ପରୀକ୍ଷାରେ ପରିଣାମ ଅନୁକୂଳ ହେବାଦ୍ୱାରା ଚାରିଗୁଣ ଖୁସି ବଢ଼ିଯିବ । ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ପ୍ରମୋଶନ, ବେତନ ବୃଦ୍ଧି, ଇଚ୍ଛିତ ସ୍ଥାନକୁ ସ୍ଥାନାନ୍ତରଣ, ଅଟକି ଥିବା ଧନ ମିଳିଯିବ । ପୈତୃକ ସମ୍ପତ୍ତି ନେଇ ବିବାଦର ସମାଧାନ ହେବ । ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ପୂରଣ ହେବ । ଉଚ୍ଚ ଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା କରିବେ । ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । ବନ୍ଧୁ ମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ । ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ । ବାକିଥିବା ଅର୍ଥପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ସ୍ୱାସ୍ଥ୍ୟରେ ଉନ୍ନତି, ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ କର୍ମୋନ୍ନତି, ସନ୍ତାନସୁଖ ପ୍ରାପ୍ତି, ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହୋଇ ପାରନ୍ତି । ଶାରିରୀକ ଅସୁସ୍ଥତା ଦୂରହେବ । ପରିବାର ତଥା କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ । ରାଜନେତାମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ ।  ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ତୁଳା:-

ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ । ସେୟାର ମାର୍କେଟ, ଲଟେରୀ, ଜୁଆ ଆଦିରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ । ନୂତନ ଚାକିରି ପାଇଁ ପ୍ରୟାସ ରତ ଯୁବକ ଯୁବତୀମାନେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ । ବନ୍ଧୁ ବାନ୍ଧବମାନଙ୍କର ସମାଗମ ହେବ । କର୍ମ କ୍ଷେତ୍ରରେ ସମ୍ମାନ ଲାଭ ସହ ନୂଆ ଯୋଜନା ପ୍ରସ୍ତୁତ କରିବେ । ପ୍ରତିଯୋଗି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପାରନ୍ତି । ଶରୀର ସୁସ୍ଥ ରହିବ । ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ବାଦବିବାଦ ଓ ମାଲିମକଦ୍ଦମାର ଅବସାନ ହେବ । ବ୍ୟବସାୟ କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସାହାଯ୍ୟ ପାଇବେ । ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେସନାରୀ, ଔଷଧ ବ୍ୟବସାୟୀ ମାନଙ୍କର ଆଶାତିତ ଲାଭ ହେବ । ଶରିର ସୁସ୍ଥ ରହିବ । ସରକାରୀ କ୍ଷେତ୍ରରେ ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ପ୍ରାପ୍ତି ହେବ । କର୍ମନିଯୁକ୍ତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂରଣ ହୋଇପାରେ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-

ପୁରାତନ ରୋଗର ପ୍ରକୋପ ହ୍ରାସ ହେବ । ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଶାନ୍ତି ଅନୁଭବ କରିବେ । ମହିଳାମାନଙ୍କର ସୌଖୀନ ଦ୍ରବ୍ୟାଦି ବ୍ୟବସାୟରେ ବିଶେଷ ଲାଭ କରି ପାରିବେ ଓ ଉତ୍ତମ ରୋଜଗାର ହେବ ।   ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ । ଜାଗା, ଜମି, ସ୍ଥାବର ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହୋଇଯିବ । ହର୍ସୋଲ୍ଲାସ ବାତାବରଣ ପରିବାରରେ ଖେଳିଯିବ । ଅଟକି ଥିବା କାର୍ଯ୍ୟ ଚାଲୁ ହେବ, ସନ୍ତାନମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସା ପାଇବେ । ମହିଳାମାନେ ଗୁରୁ ଗୁରୁଜନ ମାନଙ୍କର ସହଯୋଗ ପାଇବେ । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରି ପାରିବେ । ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଆଶା ମୁତାବକ ଲାଭ ପାଇବେ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ । ଶାରିରୀକ ଅସୁସ୍ଥତା ଦୂରହେବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ । ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂରହେବ ।  ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।

କୁମ୍ଭ:-

ଋଣଭାର ଲାଘବ ହେବା ଫଳରେ ମାନସିକ ଶାନ୍ତି ଓ ସ୍ୱାସ୍ଥ୍ୟ ଭଲ ରହିବ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ ବିତିବ ଓ ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ । ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନହେବ । ସାକ୍ଷାତକାର ପାଇଁ ଦୂରଯାତ୍ରା କରି ପାରନ୍ତି । କର୍ମକ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ । ଭାଗୀଦାର ବ୍ୟବସାୟରେ ଆର୍ଥିକସ୍ଥିତି ଆବଶ୍ୟକଠାରୁ ଅଧିକ ବିସ୍ତାରିତ ହେବ । ପାରିବାରିକ କ୍ଷେତ୍ରରେ ବାଦ ବିବାଦ ମେଣ୍ଟି ଯିବା ଫଳରେ ଆତ୍ମସନ୍ତୋଷ ଆଣିଦେବ ।  ମହିଳାମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବା ସହ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।