ଆଜିର ରାଶିଫଳ, 11 ଏପ୍ରିଲ 2020, ଶନିବାର, ଶନିଦେବଙ୍କ କୃପା ରହିବ ଏହି ୪ଟି ରାଶି ଉପରେ

୧-ମେଷ

ନୂତନ ଯୋଜନାରେ ସଫଳତା ମିଳିବ । ବ୍ୟବସାୟବୃଦ୍ଧି ଆର୍ଥିକ ଉନ୍ନତିରେ ସଫଳତା ଓ ମାନ ସମ୍ମାନ ବୃଦ୍ଧି ହେବ । କର୍ମଚାରୀମାନେ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ । ପରିବାରରେ ସୁଖ ଶାନ୍ତି ବଜାୟ ରହିବ । ଛାତ୍ର-ଛାତ୍ରୀମାନେ ଦୂର ସ୍ଥାନକୁ ଯାତ୍ରା କରିବେ । ରାଜନେତାମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ ।

୨-ବୃଷ

ପୂର୍ବରୁ ଥିବା ପାରିବାରିକ ସମସ୍ୟା ଆଜି ସମାଧାନ ହେବ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । ଯୁବକ ଯୁବତୀମାନେ କଠିନ ପରିଶ୍ରମ କରିବା ଦ୍ଵାରା ଯଶ-ମାନ ସମ୍ମାନ ମିଳିବ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ଶିକ୍ଷା କ୍ଷେତ୍ରରେ ମନଯୋଗ ଦେବେ ।

୩-ମିଥୁନ

ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବ । ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ଗୃହରେ ମାଙ୍ଗଳିକ କାର୍ଯ୍ୟରେ ଧନ ବ୍ୟୟହେବ । ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ ।

୪-କର୍କଟ

ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁଁ ଓ କଠିନ ପରିଶ୍ରମ ହେତୁ ଶାରିରୀକ ଏବଂ ମାନସିକ କଷ୍ଟ ଭୋଗିବେ । ଶରୀର ଅସୁସ୍ଥ ରହିବ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ନ ଦେଇ ଅଯଥାରେ ସମୟ ନଷ୍ଟ କରିବେ । ପରିବାରରେ ଅଯଥା ଝଗଡ଼ା ବଢ଼ିଯିବା ଫଳରେ ନିଜେ ଲଜ୍ଜିତ ହେବେ । ଖରାପ ପିଲାଙ୍କ ସହ ସାଙ୍ଗ ହୋଇ ସନ୍ତାନ କୁ-ମାର୍ଗଗାମୀ ହେବେ । ବିହିନ୍ନ ପ୍ରକାର କଥା ଚିନ୍ତାକରି କୌଣସି କାମ ପ୍ରତି ମନ ଲାଗିବ ନାହିଁ ।

୫-ସିଂହ

ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ସାଧାରଣ ପରିଶ୍ରମ ଫଳରେ ଅଧିକ ଉନ୍ନତି ହେବ । ପାରିବାରିକ ଅଶାନ୍ତି ଦୂରେଇ ଯିବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଇଚ୍ଛାକରି ଆଳସ୍ୟ ହେବେ । ଚେଷ୍ଟା କଲେ କର୍ମ ନିଯୁକ୍ତିରେ ସଫଳ ହେବେ । ଯୁବକ ଯୁବତୀମାନଙ୍କର ଉଚ୍ଚପ୍ରଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ ।

୬-କନ୍ୟା

ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ବାଧା ଆସିବ । ଅଯଥା ଧଁ । ଦୌଡ଼ ଯୋଗେ କ୍ଳାନ୍ତ-ଶ୍ରାନ୍ତ ହେବେ ।

୭-ତୁଳା

ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂର ହେବ । ଆଦର୍ଶବାଦୀ ହେବେ । ସରକାରୀ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ । ଭାଇ ଓ ଭଉଣୀମାନଙ୍କ ସହ ମନୋମାଳିନ୍ୟ ଦୂର ହେବ । ମହିଳାମାନେ ସନ୍ତାନ ଙ୍କ ଭବିଷ୍ୟତ ନେଇ ଖୁସି ରହିବେ ।

୮-ବିଚ୍ଛା

ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ । ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ । ଶିକ୍ଷା କ୍ଷେତ୍ରରେ ସଫଳ ହେବେ । ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଥିଲେ ଆଜି ତାହା ସମାଧାନ ହେବ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ ଓ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନବୃଦ୍ଧି ହେବ । ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ । ଶତୃମାନେ ମିତ୍ରଭାବ ଆଚରଣ କରିବେ ।

୯-ଧନୁ

ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି, ଶତୃ ବୃଦ୍ଧି ହେଲେ ମଧ୍ୟ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ଅସୁବିଧା ପରିସ୍ଥିତିକୁ ସାମାନ୍ୟ ଚେଷ୍ଟାରେ ସଜାଡି ଦେବେ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ମହିଳାମାନେ ଦାମ୍ପତ୍ୟ ସୁଖରେ ଖୁସି ହେବେ ।

୧୦-ମକର

ବ୍ୟବସାୟରେ ଭଲ ଲାଭ ପାଇବେ ଓ ବାକିଥିବା ଅର୍ଥପ୍ରାପ୍ତି ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ରାଜନେତାମାନଙ୍କର ଶତୃ ପରାଜିତ ହୋଇ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ମହିଳାମାନଙ୍କର ଉତ୍ତମ ରୋଜଗାର ମିଳିବ । ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖାଦେବ ଓ ଗୃହସ୍ଥ ଜୀବନ ସୁଖମୟ ହେବ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ ।

୧୧-କୁମ୍ଭ

ଧାର୍ମିକ କାର୍ଯ୍ୟରେ ଯୋଗ ଦେଲେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ । ବାକିଥିବା ଅର୍ଥ ପ୍ରାପ୍ତି ହେବ । କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବେ । ସ୍ୱାସ୍ଥ୍ୟରେ ଉନ୍ନତି, ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ । ରାଜନେତାମାନେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ ।

୧୨-ମୀନ

ଅଧିକ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ସରକାରୀ କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ଶରୀର ସୁସ୍ଥ ରହିବ । ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । ଛାତ୍ର-ଛାତ୍ରୀମାନେ ପରୀକ୍ଷା ଓ ପ୍ରତିଯୋଗିତାରେ ସଫଳ ହେବେ । ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ ।