ଆଜିର ରାଶିଫଳ 11 ଜୁଲାଇ 2019, ଗୁରୁବାର – ଆଜିଠାରୁ ମା ଲକ୍ଷ୍ମୀଙ୍କ କୃପା ରହିବ ଏହି ୪ଟି ରାଶି ଉପରେ

ମେଷ:-

ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ । ମାନ-ପ୍ରତିଷ୍ଠା ବଢିବ । ମଉଜ-ମସ୍ତିରେ ସମୟ କଟିପାରେ । ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ । ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ । କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ । ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରି ସମସ୍ୟାକୁ ସମାଧାନ କରିବେ । ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତିର ସମାଧାନ କରି ପ୍ରଶଂସା ପାଇବେ । ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ ।  ପ୍ରତିକାର-ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ମିଥୁନ:-

ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରାଜନୈତିଜ୍ଞ, ଶିଳ୍ପକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ । ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

କର୍ମ କ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ  ।   ଶୁଭ କାମ କରି ପ୍ରଶଂସିତ ହେବେ । ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ, ଆୟବୃଦ୍ଧି ହେବ, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-

ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ପାରିବାରିକ କ୍ଷେତ୍ରରେ ସ୍ନେହ  ସଦ୍ଭାବ ଦେଖାଦେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ଶତୃମାନେ ମଥାନତ କରିବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ । ସାମାଜିକ ସ୍ତରରେ ସମ୍ମାନଲାଭ କରିବେ । ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟି ଯିବ । ବାଦବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-

ବ୍ୟବସାୟରେ ସାମାନ୍ୟ ଲାଭ ଓ ପରିବହନରେ ବିଶେଷ ଲାଭବାନ ହେବେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପନେବେ । ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି । ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍ । ଭୟ ସତ୍ତ୍ୱେ ଜୟ, ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । କେତେକ କର୍ମରେ ବାଧା ସୃଷ୍ଟି ହେଲେ ମଧ୍ୟ ସଫଳ ହେବେ ।  ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ତୁଳା:-

ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଶତୃମାନେ ପରାଜିତ ହେବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ରାଜନୀତିରେ ସଫଳତା ମିଳିବ । ନୂଆ ସମ୍ପର୍କ ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ । ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ । ବନ୍ଧୁ ପରିବାର ଠାରୁ ସୁଖ ମିଳିବ । ପରିଶ୍ରମ ଦ୍ଵାରା ବ୍ୟବସାୟ ବଢିବ । ଗୃହରେ ମାଙ୍ଗଳିକ କାର୍ଯ୍ୟ ହେବା ପାଇଁ ଆୟୋଜନ କରିବେ । ସାମାଜିକ ଉତ୍ସବରେ ଯୋଗ ଦେବେ । ଧନଲାଭ ହେବାରୁ ଖୁସି ହେବେ । ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ । ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ । ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ । ଆର୍ଥିକ ଚିନ୍ତା ଦୁରହେବ ଓ ପିତାଙ୍କ ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

ରାଜନୀତି କାର୍ଯ୍ୟରେ ସଫଳତା ମିଳିବ । ବିରୋଧୀମାନେ ହଇରାଣ ହେବେ । ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇଯିବ । ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା ମଧ୍ୟ କରିବାକୁ ପଡିବ । ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସ ଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ । ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ସୁରକ୍ଷିତ ରହି ହେବ । ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଦେଖାଦେବ ।  ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ମକର:-

ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ । ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ ବ୍ୟବସାୟ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ । ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ । ଋଣ ଭରଣାରେ ସହଜ ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ । ମହିଳାମାନେ ଭଲ କାମ କରି ସୁଖରେ ଦିନଟି ବିତାଇବେ । ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ । ଶିକ୍ଷାର୍ଥୀମାନେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ମହିଳାମାନେ ସୁଖ ଶାନ୍ତିରେ ଦିନ କଟାଇବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।