ଆଜିର ରାଶିଫଳ, 11 ଡିସେମ୍ବର 2019 ବୁଧବାର, ମହାକାଳ ଙ୍କ କୃପାରୁ ଏହି ୫ଟି ରାଶି ବିଜୟୀ ହେବେ

୧-ମେଷ

ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ପରିବାରର ଆବଶ୍ୟକତା ପୂରଣ ଦିଗରେ ମନ ନିବେଶ କରିବେ । ଧର୍ମ କାର୍ଯ୍ୟପ୍ରତି ମନ ବଳାଇ କିଛି ଅର୍ଥ ବ୍ୟୟ କରିବେ । ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ । ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ମନ ବଳେଇବେ । ଟଙ୍କ । ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

୨-ବୃଷ

ସ୍ଥଗିତଥିବା କର୍ମଟି ଓ ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ପ୍ରତିଯୋଗିତା ପରୀକ୍ଷାରେ ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦ ମେଣ୍ଟିଯିବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୩-ମିଥୁନ

ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ ଓ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ପ୍ରାପ୍ତି ହେବ । ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ସମ୍ମାନ ମିଳିବ । ବରିଷ୍ଠବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ, ଓ ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରି ପାରିବେ । ପ୍ରତିକାର– ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

୪-କର୍କଟ

କର୍ମକ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ଖଣ୍ଡନ କରିବେ । କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେବେ । ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି । ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । ପରିବାରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖି ପାରିବେ । ପଢ଼ାପଢ଼ିରେ ମନଦେବେ ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ମହିଳାମାନେ ନୂତନବନ୍ଧୁଙ୍କୁପାଇ ଖୁସୀ ଅନୁଭବ କରିବେ । ପ୍ରତିଯୋଗିତା ପରିକ୍ଷାରେ ଉତ୍ତିର୍ଣ୍ଣ ହେବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପ୍ରତିକାର– ଗୋମାତାକୁ ଖାଇବାକୁ ଦିଅନ୍ତୁ ।

୫-ସିଂହ

ଗୃହୋପକରଣ କ୍ରୟ କରିବେ । ରାଜନୀତି କ୍ଷେତ୍ରରେ ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନକରି ପାରିବେ । ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ । କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ଅର୍ଥସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ । ବ୍ୟବସାୟ କ୍ଷେତ୍ରରେ ନିଜ ଲୋକ ମନମୋଟିଆ ହେବେ ଓ ମାନସିକ ଚିନ୍ତା ବୃଦ୍ଧି ହେବ । ପ୍ରତିକାର:-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

୬-କନ୍ୟା

ରାଜନୈତିକକ୍ଷେତ୍ରରରେ ସ୍ଥିତି ସୁଦୃଢ ହେବା ସହ କାର୍ଯ୍ୟଭାର ବୃଦ୍ଧି ହେବ । ଅଚାନକ ଧନ ପ୍ରାପ୍ତିହେବ ଓ ଭବିଷ୍ୟତପାଇଁ ଯୋଜନାକରି ପୁଞ୍ଜି ନିବେସ କରିବେ । ଜାଗା, ଜମି, ଗୃହସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ଗୃହସ୍ଥ ଜୀବନ ସୁଖ ଶାନ୍ତିରେ କଟିବ । ବ୍ୟବସାୟରେ ଆୟ ବୃଦ୍ଧି ଓ କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । କର୍ମକ୍ଷେତ୍ରରେ ସହଯୋଗ ପ୍ରାପ୍ତି ହେବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ପ୍ରଶଂସିତ ହେବେ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୭-ତୁଳା

ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ ଓ ଆଶା ଆକାଂକ୍ଷା ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ରାଜନୈତିକ କ୍ଷେତ୍ରରେ ମାନସିକ କ୍ଷମତା ଓ ଶାରୀରିକ କାର୍ଯ୍ୟ କ୍ଷମତାରେ ବୃଦ୍ଧି ହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । ପୁରାତନ ରୋଗର ପ୍ରକୋପ ଉପଶମ ହେବ । ମାନସିକ ଶାନ୍ତି ଓ ମନସ୍କାମନା ପୂର୍ଣ୍ଣ ହେବ । ବାଣିଜ୍ୟ ବ୍ୟାପାର ମାମଲାରେ ଦୂରସ୍ଥାନକୁ ଯିବାକୁ ପଡିବ । ପ୍ରତିକାର– ମୁହଁ ମିଠାକରି ଘରୁ ବାହାରନ୍ତୁ ।

୮-ବିଚ୍ଛା

ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ର ଆଭୂଷଣ, ବାହାନାଦି ପ୍ରାପ୍ତି ହେବ । କାର୍ଯ୍ୟକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ସ୍ୱାସ୍ଥ୍ୟ ଦୃଷ୍ଟିକୋଣରେ ସୁଧାର ଆସିବ । ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ । ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପ୍ରତିକାର:-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

୯-ଧନୁ

ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଲାଗି ରହିଲେ ବି ଆଶାତୀତ ଲାଭ ପାଇବେ । ବିଦ୍ୟାରେ ଉନ୍ନତି ହେବ । ମହିଳାମାନଙ୍କ ପାଇଁ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ କରିବେ । ହଠାତ୍ ଉଡ଼ା ଖବର ପାଇ କୌଣସି ଘଟଣା ମନକୁ ବିବ୍ରତ କରିବ । ରାଜନୈତିକ କ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

୧୦-ମକର

ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ । ବିଭିନ୍ନ କାର୍ଯ୍ୟରେ ଗୁରୁ ଦାୟିତ୍ୱ ବହନ କରିବେ । ଯାତ୍ରା ଫଳରେ ଉତ୍ସାହିତ ହେବେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ଆର୍ଥିକ ଉନ୍ନତି, ଶୁଭ ସମ୍ବାଦ ପ୍ରାପ୍ତି ହେବ । ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ହେବ । ସରକାରୀ କର୍ମକ୍ଷେତ୍ରରେ ଉନ୍ନତି ହେବା ସହ ଶତ୍ରୁମାନେ ମିତ୍ରତା ଆଚରଣ କରିବେ । ବିବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତ୍କାରରେ ସଫଳତା ମିଳିବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରିବେ ନାହିଁ ।

୧୧-କୁମ୍ଭ

ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ କ୍ୟାରିୟର ଉନ୍ନତି ହେବ । ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ ଓ ମାନ-ସମ୍ମାନ ବୃଦ୍ଧି ହେବ । କୌଣସି ସମ୍ମିଳନୀରେ ଯୋଗଦେଇ ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, ଖେଳକୁଦ ଓ ସାକ୍ଷାତ୍କାରରେ ଜୟଯୁକ୍ତ ହେବେ । ଦୈବୀ କୃପା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ପତି-ପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୧୨-ମୀନ

ଅଫିସରେ ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ । ଦୃଢ ସଂକଳ୍ପ ଦ୍ଵାରା କ୍ଷମତା ହାସିଲ କରିବେ ଓ ପ୍ରିୟଜନମାନେ ଖୁସିର ସନ୍ଦେଶ ଅର୍ପଣ କରିବେ । ବିଦ୍ୟାରେ ଉନ୍ନତି, ରାଜନୀତିରେ ଉନ୍ନତି ହେବ । ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । ସମସ୍ତକାର୍ଯ୍ୟରେ ସଫଳତା ମିଳିବ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ମାନସିକ ଅଶାନ୍ତି ଦୂର ହେବ । ଧାର୍ମିକ କାର୍ଯ୍ୟରେ ରୁଚିବୃଦ୍ଧି, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପ୍ରତିକାର:-ଶିବମନ୍ଦିରରେ କ୍ଷୀର ଢାଳି ପାଦୁକ ପାନ କରନ୍ତୁ ।