ଆଜିର ରାଶିଫଳ, 11 ଫେବୃୟାରୀ 2020, ମଙ୍ଗଳବାର, ହନୁମାନ ଙ୍କ କୃପା ରହିବ ଏହି ୩ଟି ରାଶି ଉପରେ

୧ – ମେଷ

ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ । ସାଙ୍ଗସାଥିମାନେ ସାହାଯ୍ୟ ସହଯୋଗ କରିବେ । ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ । ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ପରିବାରରେ ଅପ୍ରୀତିକର ପରିସ୍ଥିତିକୁ ସୁଧାରିବା ପାଇଁ ଚେଷ୍ଟା କରି ସମାଧାନ କରିବେ । ମହିଳାମାନଙ୍କ ପାଇଁ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ପ୍ରତିକାର: – କୁକୁରକୁ ଖାଦ୍ୟ ଦିଅନ୍ତୁ ।

୨ – ବୃଷ

କାମକାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ହେବ ଓ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ପ୍ରେମ – ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ବନ୍ଧୁଙ୍କ ସହଯୋଗରେ ଆଗକୁ ବଢିପାରିବେ । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଘରଲୋକଙ୍କୁ ବିଶ୍ଵାସ କରି ପରଲୋକଙ୍କୁ ଅବିଶ୍ଵାସ କଲେ ହଇରାଣରେ ପଡିବେ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇ ପାରେ । ପ୍ରତିକାର: – କୁକୁରକୁ ଖାଦ୍ୟ ଦିଅନ୍ତୁ ।

୩ – ମିଥୁନ

ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ଅଧୁରା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ । ବ୍ୟବସାୟ କ୍ଷେତ୍ରରେ ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଅଟକିଥିବା କାର୍ଯ୍ୟ ପୂରଣ ହେବ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ପୁରୁଣା ନିବେଶ ଲାଭ ଦେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ଉନ୍ନତି ଓ ଅବସର ମିଳିପାରେ । ରାଜନୈତିକ କ୍ଷେତ୍ରରେ କୌଣସି ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ । ଅବି ବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରତିକାର–ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ ।

୪ – କର୍କଟ

ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ । ନିଜର ଚେଷ୍ଟା ଫଳରେ ବହୁତ ଦିନରୁ ବାକି ପଡିଥିବା ଟଙ୍କା ଓ ବୁଡିଯାଉଥିବାଟଙ୍କା ମିଳି ପାରିବ । ରାଜନୀତିରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୫ – ସିଂହ

ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । ଇଲେକ୍ଟ୍ରୀ, ଇଲେକ୍ଟ୍ରୋନିକସ୍, ଠିକାଦାରୀ, ଧାତୁବ୍ୟବସାୟୀ, ଔଷଧଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ । କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ । ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ସ୍ଥଗିତଥିବା କର୍ମଟି ପୂରଣ ହେବ । ପ୍ରତିକାର: – ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

୬ – କନ୍ୟା

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ । ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ ଓ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ପ୍ରତିକାର– ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

୭ – ତୁଳା

ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ । ସନ୍ତାନର ସୁ – ଖବର ଶୁଣି ଖୁସି ହେବେ । ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୮ – ବିଚ୍ଛା

ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ଘର ଜାଗା ଓ ସମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ କୃତକାର୍ଯ୍ୟ ହେବେ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖିବେ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ପ୍ରତିକାର– ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

୯ – ଧନୁ

ସ୍ୱାସ୍ଥ୍ୟ ଠିକ୍ ରହିବ । କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ । ସଭାସମିତି, ସାହିତ୍ୟ ଓ କଳା କ୍ଷେତ୍ରରେ ପ୍ରଶଂସିତ ହେବେ । ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ଟେନସନ ଦୂର ହେବ । ନୂଆ ଚାକିରୀ ମଧ୍ୟ ମିଳିପାରେ । ପ୍ରେମୀ – ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ । ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ରାଜନୀତି କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି – ସୁରକ୍ଷା ହେବ ।

୧୦ – ମକର

ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ । ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ । ପରିବାରରେ ସୁଖଶାନ୍ତି ଫେରି ଆସିବ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ ଓ ଶୁଭ ସୂଚନା ପାଇବେ । ମହିଳା ମାନଙ୍କର ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ । ଦୂରସ୍ଥାନକୁ ଯାତ୍ରା କରିବେ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ରାଜନୈତିକ କ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ପ୍ରତିକାର – ଅସହାୟକୁ ନିରାଶ କରିବେ ନାହିଁ ।

୧୧ – କୁମ୍ଭ

ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟି ଶାରୀରିକ କଷ୍ଟ ଦୂର ହେବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ । ନୂଆ ଚାକିରୀ ହେବାର ସୂଚନା ମିଳିବ । ବ୍ୟବସାୟରେ ଆଶାତୀତ ଲାଭହେବ । କାମକାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ । ସମସ୍ତ କ୍ଷେତ୍ରରେ ଖୁସି ମିଳିବ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ବନ୍ଧୁ ମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟ ହେବ ।

୧୨ – ମୀନ

ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ପ୍ରେମୀ – ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ନୂତନ ଜ୍ଞାନର ବୃଦ୍ଧି ହେବ । ଶୁଭ ସମାଚାର ମିଳିପାରେ । ବ୍ୟବସାୟ ବୃଦ୍ଧି କିମ୍ବା ଆର୍ଥିକସ୍ଥିତି ପୂର୍ବପରି ରହିବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିକାର–ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ ।