ଆଜିର ରାଶିଫଳ, 11 ସେପ୍ଟେମ୍ବର 2019 ବୁଧବାର, ମା ଦୁର୍ଗା ଙ୍କ କୃପା ରହିବ ଏହି ୪ଟି ରାଶି ଉପରେ

ମେଷ:-

ସାଧୁସନ୍ଥ, ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବା ସହ ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ସ୍ୱାସ୍ଥ୍ୟ ଭଲ ରହିବା ସହ ଆର୍ଥିକସ୍ଥିତିରେ ସୁଧାର ଆସିବ । ନୂତନ ବସ୍ତୁ କ୍ରୟ କରିପାରିବେ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ପ୍ରିୟଜନଙ୍କସହ ମିଳନ ହେବ । ଅଟକିଥିବା କାର୍ଯ୍ୟ ଚାଲୁ କଲେ ପ୍ରାୟକାର୍ଯ୍ୟ ପୂରଣ ହେବ । ବିରୋଧିମାନେ ଦୂରେଇ ଯିବେ । ଉତ୍ତରଦାୟିତ୍ୱ ବଢ଼ିବ । ବିଦ୍ୟାରେ ଉନ୍ନତିହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବା ସହ ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହୋଇ ଆଶାଜନକ ଫଳ ପ୍ରାପ୍ତି ହେବ । ପରିବାରରେ ସମସ୍ତ ପରିସ୍ଥିତି ସମାଧାନ ହୋଇ ଖୁସିର ବାତାବରଣ ସ୍ଥାୟି ରହିବ । ନୂତନ ସମ୍ବନ୍ଧ ସୃଷ୍ଟିହେବ । ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ । ପ୍ରେମ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କୋର୍ଟ କଚେରୀ ମାମଲାର ଶୁଣାଣି ବିଳମ୍ବରେ ଘଟିବାରୁ ବ୍ୟସ୍ତତା ବଢିଯିବ । ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ଵାସ କଲେ ଠକାମୀ ଭଣ୍ଡାମିର ଶୀକାର ହେବେ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । ବାଦବିବାଦ, ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ପାରିବାରିକ କ୍ଷେତ୍ରରେ ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଆର୍ଥିକ ସଙ୍କଟ ଦୂରେଇଯିବ । ଧାର କରଜ ସୁଝିବା ପାଇଁ ସୁଯୋଗ ପାଇବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ । ଧାତୁ ବା ଅଳଙ୍କାରାଦି କ୍ରୟ କରିବେ । ବ୍ୟବସାୟ କ୍ଷେତ୍ରରେ ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ । ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

ସିଂହ:-

ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଅତୁଟ ରହିବ । ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ବୁଦ୍ଧିମତା କାରଣରୁ ଅର୍ଥ ଲାଭହେବା ସହ ସମୟ ମଧ୍ୟ ଆନନ୍ଦମୟ ହେବ । ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ବ୍ୟବସାୟୀ ଲାଭାନ୍ଵିତ ହେବେ । ରାଜନୀତିରେ କୃତକାର୍ଯ୍ୟ ହେବେ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । କ୍ରୋଧକୁ ଦମନ କରି ହସଖୁସିର ବାତାବରଣ ସୃଷ୍ଟି ହେବ । ପ୍ରତିକାର:-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ମହିଳାମାନେ ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ । ପ୍ରତିକାର:- ମୁହଁ ମିଠାକରି ଘରୁ ବାହାରନ୍ତୁ ।

ତୁଳା:-

ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ । ବୁଦ୍ଧିମତା କାରଣରୁ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଲାଭହେବ । ଆର୍ଥିକ ସାହାଯ୍ୟ ମିଳିବ । କର୍ମକ୍ଷେତ୍ରରେ ଶୁଭ ଖବର ପାଇ ଖୁସୀ ହେବେ । ମହିଳା ମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । ବିଦ୍ୟା କ୍ଷେତ୍ରରେ ପ୍ରତିଭାର ବିକାଶ ହେବ । ଅତୀତରେ ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ । ବନ୍ଧୁ ମିଳନରେ ମହିଳା ମାନଙ୍କ ମନ ପ୍ରଫୁଲ୍ଲ ରହିବ । ପାରିବା ଚାଷୀ ଓ ବ୍ୟବସାୟୀମାନେ ଆଶାତୀତ ଲାଭ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ଶତୃମାନେ ପରାଜିତ ହେବେ । ଧନଲାଭ ହେବାଦ୍ୱାରା ସମସ୍ତକାର୍ଯ୍ୟ ପୂର୍ଣ୍ଣ ହେବ । ଦୂରଯାତ୍ରାରେ ସଫଳତା ଓ ଲାଭ ପାଇବେ । ରାଜନୀତି ଓ ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ପୂରଣ ହେବ । ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ । ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କସ୍ଥାପନ ହେବ । ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ । ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ଧନୁ:-

ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ । ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ପାଇଁ ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ । ମହିଳାମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ । ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମକର:-

ଫସଲ ଆମଦାନୀରେ ଖୁସୀ ହେବେ । କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇ କାମ ହାସଲ କରିବେ । ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ସାମଞ୍ଜସ୍ୟ ଓ ସମନ୍ଵୟ ଦ୍ଵାରା କାମ ହାସିଲ କରିପାରିବେ । ପରିବାରରେ ସୁଖ-ଶାନ୍ତି ଆସିବ । ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । କର୍ମକ୍ଷେତ୍ରରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ଦେଇ ଚାଲିବା ଉଚିତ୍ । ରାଜନୀତିରେ କୃତକାର୍ଯ୍ୟ ହେବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ନୂଆଯୋଜନା ସଫଳ କାରଣରୁ ମନ ଭଲ ରହିବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ବ୍ୟବସାୟ କ୍ଷେତ୍ରରେ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।