ଆଜିର ରାଶିଫଳ 12 ଅଗଷ୍ଟ 2019, ସୋମବାର, ମହାଦେବଙ୍କ ଦିବ୍ୟ କୃପା ପାଇ ଏହି ୪ଟି ରାଶି ର ସବୁ ଇଚ୍ଛା ପୂରଣ ହେବ

ମେଷ:-

ବ୍ୟବସାୟରେ କଠିନ ପରିଶ୍ରମ କରିବେ । ପରୀକ୍ଷାରେ ସଫଳ ହୋଇ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ । ପାରିବାରିକ ଜୀବନରେ ଶାନ୍ତି ଆସିବା ସହ ଦାମ୍ପତ୍ୟ ସୁଖ ବୃଦ୍ଧିହେବ । ବାଦବିବାଦ, ମାଲିମୋକଦ୍ଦମାରେ ବିଜୟ ଲାଭ କରିବେ । କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବଡପଣିଆ ଦେଖାଇଲେ ମନ୍ଦଫଳ ଭୋଗିବାକୁ ପଡିବ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ବକେୟା ଅର୍ଥ ପ୍ରାପ୍ତି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ । କର୍ମ କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ । ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ । ଋଣ ଭାରରୁ ମୁକ୍ତି ପାଇବେ । ସୁଖ ସମୃଦ୍ଧି ବୃଦ୍ଧି ପାଇବ । ଜମି, ଜମା, ଘରବାଡ଼ି ନେଇ ଅଦାଲତର ଦ୍ୱାରସ୍ଥ ହେଲେ ଜୟଯୁକ୍ତ ହୋଇ ପାରନ୍ତି । ପାରିବାରିକ ଜୀବନ ସୁଖମୟ ହେବ । ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ଛାତ୍ରଛାତ୍ରୀମାନେ ଅଯଥାରେ ସମୟ ନଷ୍ଟ ନ କରି ସଜାଗ ରହିବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଯୋଜନା କରି ପାରନ୍ତି । ନୂତନ କର୍ମଆଶାୟୀ ଯୁବକ ଯୁବତୀମାନଙ୍କର ଆଶା ପୂରଣ ହେବ । କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର ହେବ । ସାମାଜିକ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ବ୍ୟବସାୟ କ୍ଷେତ୍ରରୁ ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ । ଋଣ କରିଲେ ଋଣ ମିଳିଯିବ । ସ୍ୱାସ୍ଥ୍ୟ ଭଲ ରହିବ । ପିତା-ମାତାଙ୍କ ସହ ସମ୍ପର୍କ ଭଲ ରହିବ । ମହିଳାମାନେ ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ । ରାଜନେତା ମାନେ ଦୂର ସ୍ଥାନକୁ ଯାତ୍ରା କଲେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-

ବ୍ୟବସାୟର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ । ଶତୃମାନେ ପରାଜିତ ହେବେ । ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧିହେବ । ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହୋଇ ପାରନ୍ତି । ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ ଓ ପରୀକ୍ଷାରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ ହୋଇ ଆର୍ଥୀକ ଉନ୍ନତି ଘଟିବ । ପିତା ମାତାଙ୍କ ଠାରୁ ସହଯୋଗ ମିଳିବ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

କର୍ମକ୍ଷେତ୍ରରେ ଜବରଦସ୍ତି ନ୍ୟାୟ ମିଳିବା ସହ ଉନ୍ନତିର ରାସ୍ତା ଦେଖାଦେବ । ମାନସିକ ଶାନ୍ତି ମିଳିବ ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ଘରୋଇ ସମସ୍ୟାର ସମାଧାନ ହୋଇ ବ୍ୟବସାୟିକ ସଫଳତା ମିଳିବା ସହ ଆୟର ସ୍ରୋତ ଖୋଲିଯିବ ।  ଦାମ୍ପତ୍ୟ କଳହର ଅବସାନ ଘଟିବ । ବକେୟା ଅର୍ଥ କିଛି ମିଳିବ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ । ସନ୍ତାନ-ସନ୍ତତିଙ୍କ ମର୍ଜି ରକ୍ଷା କରି ଶାନ୍ତି ପାଇବେ । ବ୍ୟବସାୟୀମାନଙ୍କର ଲାଭ ଅଧିକ କରିବେ ଓ ବୈଷୟିକ ରୁଚି ପୂର୍ତ୍ତି ହେବ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-

ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ । ସନ୍ତାନର ଶିକ୍ଷା ପାଇଁ ଦୂର ଯାତ୍ରା କରିବାକୁ ପଡ଼ି ପାରେ । ଯାନବାହନରେ ସତର୍କତା ଅବଲମ୍ବନ କରିବା ଉଚିତ୍ ।  ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ତୁଳା:-

କର୍ମକ୍ଷେତ୍ରରେ ଆୟର ସ୍ରୋତ ବୃଦ୍ଧି ହେବ । ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ ବୃଦ୍ଧି ହେବ । ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇବେ ।  ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବିଚ୍ଛା:-

ଆର୍ଥିକ ଦିଗରୁ ସୁବିଧା ଓ ସ୍ୱାସ୍ଥ୍ୟରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ । ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ ଓ ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ସମାଧାନ ହୋଇ ପାରେ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ନୂତନ ବ୍ୟବସାୟ ଆରମ୍ଭ କଲେ ଆଶାତୀତ ଲାଭ ହେବ । ନୂତନ କର୍ମ ନିଯୁକ୍ତିର ସୂଚନା ପାଇବେ । ରାଜନେତାମାନଙ୍କର ଅଶାନ୍ତି ଦୂରେଇଯିବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

ପୁରାତନ ରୋଗର ଉପଶମ ହେବା ଫଳରେ ମନ ଶାନ୍ତ ରହିବ । ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ । ଅନ୍ୟର ଉପକାର କରି ପ୍ରଶଂସିତ ହେବେ । ବ୍ୟବସାୟରେ ନୂତନଧାରା ଖୋଲିବେ । ନିର୍ମାଣମୂଳକ ଯୋଜନାରେ ଆଗେଇବେ । ଋଣରୁ ମୁକ୍ତି ମିଳିବ । ଶତ୍ରୁବାଧା ଦୂରେଇ ଯିବ । ମାଙ୍ଗଳିକ କାର୍ଯ୍ୟ ସମ୍ପାଦନ ହେବ । ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଶତୃମାନେ ପରାଜିତ ହୋଇ ମିତ୍ରଭାବ ଆଚରଣ କରିବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । କର୍ମଜୀବିମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-

ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ଫଳରେ ଆୟ ବୃଦ୍ଧି ପାଇବ । ପ୍ରିୟଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତିର ବାତାବରଣ ସୃଷ୍ଟି ହେବ । ସନ୍ତାନ ସନ୍ତତି ଅତ୍ୟଧିକ ପରିଶ୍ରମ କରି ଲାଭ ପାଇବେ । କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-

ଆୟ ଉପାର୍ଜନର ବୃଦ୍ଧି ହେବ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଦୂରଯାତ୍ରାର ସୁଯୋଗ ପାଇବେ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ବ୍ୟବସାୟରେ ଆଶାତୀତ ଲାଭ ମିଳିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଆୟ ଅପରିବର୍ତ୍ତିତ ରହି ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

ମୀନ:-

ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । କର୍ମକ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।