ଆଜିର ରାଶିଫଳ, 12 ଏପ୍ରିଲ 2020, ରବିବାର, ବଦଳୁଛି ଶନିଦେବଙ୍କ ଚାଲ, ଏହି ୬ଟି ରାଶିର ଲୋକଙ୍କୁ ମିଳିବ ବଡ ଖୁସିଖବର, ବହୁତ ଭାଗ୍ୟଶାଳୀ ରହିବେ

୧-ମେଷ

ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ । ବାକିଥିବା ଅର୍ଥ ପ୍ରାପ୍ତି ହେବ । କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବାର ଆଶାଉଜ୍ଜଳ ହେବ । ସ୍ୱାସ୍ଥ୍ୟରେ ଉନ୍ନତି, ବିଦ୍ୟାରେ ଯଥେଷ୍ଟ ଶୁଭଫଳ ପ୍ରାପ୍ତି ହେବ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ ।

୨-ବୃଷ

ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଶରୀର ସୁସ୍ଥ ରହିବ । ବନ୍ଧୁ ବାନ୍ଧବମାନଙ୍କର ସମାଗମ ହେବ । କର୍ମ କ୍ଷେତ୍ରରେ ସମ୍ମାନ ଲାଭ ସହ ନୂଆ ନୂଆ ଯୋଜନା ପ୍ରସ୍ତୁତ କରିବେ । ପ୍ରତିଯୋଗି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବେ । ପାରିବାରିକ କ୍ଷେତ୍ରରେ ସୁଖଶାନ୍ତି ପ୍ରାପ୍ତି ହେବ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ସରକାରୀ କାମରେ ସଫଳତା ପାଇବେ ।

୩-ମିଥୁନ

କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ମାନସିକ ଅଶାନ୍ତି ଦୂର ହେବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ବାଦ୍ୟଯନ୍ତ୍ର, ଚଳଚିତ୍ର, ଔଷଧ, ଶାଢ଼ୀ, ଷ୍ଟେସନାରୀ ଓ ସ୍ତ୍ରୀମାନଙ୍କର ବସ୍ତ୍ରାଭୂଷଣ ସୌଖୀନ ଦ୍ରବ୍ୟାଦି ବ୍ୟବସାୟରେ ଅଧିକଲାଭ କରିପାରିବେ । ଅଧାଥିବା କାର୍ଯ୍ୟ ପୂରଣ ହେବ । ଆର୍ଥୀକ ସ୍ୱଚ୍ଛଳତା ଦେଖା ଦେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ ।

୪-କର୍କଟ

ରାଜନେତାମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ ଓ ସନ୍ତାନସୁଖ ପ୍ରାପ୍ତି ହେବ । ବ୍ୟବସାୟରେ ସାମାନ୍ୟ ଲାଭପ୍ରାପ୍ତି ହେବ । ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ଶତୃମାନେ ଦୂରେଇ ଯିବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ପରିବାର ତଥା କୁଟୁମ୍ବରେ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ ।

୫-ସିଂହ

ବାଦବିବାଦ ଓ ମାଲିମକଦ୍ଦମାର ଅବସାନ ହେବ । ବ୍ୟବସାୟ କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସାହାଯ୍ୟ ପାଇବେ । ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେସନାରୀ, ଔଷଧ ବ୍ୟବସାୟୀ ମାନଙ୍କର ଆଶାତିତ ଲାଭ ହେବ । କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ । ଶରିର ସୁସ୍ଥ ରହିବ । ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହୋଇ ସରକାରୀ କ୍ଷେତ୍ରରେ ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ଆୟଅପେକ୍ଷା ବ୍ୟୟ ବୃଦ୍ଧିପାଇବ ।

୬-କନ୍ୟା

ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ ବୃଦ୍ଧି ହେବ । ଦୂରଯାତ୍ରାରେ ଅଚାନକ ଧନପ୍ରାପ୍ତି ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପାରିବାରିକକ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦରୁ ବଞ୍ଚିତହେବେ । ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହଁ । ଇ ପାରିବେ । ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ ଯନ୍ତ୍ରଣା ଭୋଗିବେ । ଦାମ୍ପତ୍ୟ ସୁଖରେ ବାଧା ଆସିବ ।

୭-ତୁଳା

ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ପ୍ରାପ୍ତି ହେବ । କର୍ମ ନିଯୁକ୍ତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂରଣ ହେବ । ପୁରାତନ ରୋଗର ପ୍ରକୋପ ହ୍ରାସ ହେବ । ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଶାନ୍ତି ଅନୁଭବ କରିବେ । ସ୍ତ୍ରୀମାନଙ୍କର ସୌଖୀନ ଦ୍ରବ୍ୟାଦି ବ୍ୟବସାୟରେ ବିଶେଷ ଲାଭ କରିପାରିବେ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ ।

୮-ବିଚ୍ଛା

ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ଗୃହରେ ମାଙ୍ଗଳିକ କାର୍ଯ୍ୟରେ ଧନ ବ୍ୟୟହେବ । ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । କର୍ମ ନିଯୁକ୍ତି ପାଇଁ ଚେଷ୍ଟା କରୁଥିଲେ କର୍ମପ୍ରାପ୍ତି ହେବାର ସୂଚନା ପାଇବେ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ଦୂରଯାତ୍ରାକଲେ ସାଙ୍ଗରେ ପଇଡ଼ ନେଇ ଯାଆନ୍ତୁ ।

୯-ଧନୁ

ବିନା ପରିଶ୍ରମରେ ଧନପ୍ରାପ୍ତି ହେବ ଓ ଅନ୍ୟର ଉପକାରକରି ପ୍ରଶଂସିତ ହେବେ । ବ୍ୟବସାୟରେ ନୂତନଧାରା ଖୋଲି ଆଶାତୀତ ଲାଭ ପାଇବେ । ଶତୃମାନେ ତଳମୁହାଁ ହେବେ । ଆର୍ଥୀକ କ୍ଷେତ୍ରରେ ଉନ୍ନତି ଦେଖାଦେବ । ମାନସିକ ଦୁଃଶ୍ଚିନ୍ତା ଦୂର ହେବ । ନୂତନକର୍ମ ନିଯୁକ୍ତି ପାଇଁ ଚେଷ୍ଟା ସଫଳ ହେବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ଭୌତିକ ସୁଖ ସୁବିଧା ପ୍ରାପ୍ତିହେବ । ଇଲୋକ୍ଟ୍ରୋନିକ୍ସ ଉପକରଣ, ଉଚ୍ଚ ସ୍ତରୀୟ ବାହନ କ୍ରୟ କରିପାରିବେ । ଅଳସୁଆ ପ୍ରକୃତି ପ୍ରକାଶ ପାଇବା ଫଳରେ ସାମାନ୍ୟ କ୍ଷତି ସହିବେ ।

୧୦-ମକର

ବ୍ୟବସାୟିକ ସ୍ଥିତି ବୃଦ୍ଧି ହେବା ଫଳରେ ଆଶାନୁରୂପ ଅର୍ଥାଗମ ହେବ । ସେୟାର ମାର୍କେଟ, ଲଟେରୀ, ଜୁଆ ଆଦିରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ । ନିରର୍ଥକ ମନସ୍ତାପ, ମାନସିକ ଅଶାନ୍ତି, ଅସ୍ଥିର ବିଚାର, କର୍ମକ୍ଷେତ୍ର ଓ ପରିବାର ପାଇଁ ଚିନ୍ତାର କାରଣ ହେବ । ନୂତନ ଚାକିରି ପାଇଁ ପ୍ରୟାସ ରତ ଯୁବକଯୁବତୀମାନେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ ।

୧୧-କୁମ୍ଭ

ବ୍ୟବସାୟରେ ଉତ୍ତମ ରୋଜଗାର ହେବ ଓ ସାମାଜିକ ପତିଆରା ଅମଳିନ ରହିବ । ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ । ଜାଗା, ଜମି, ସ୍ଥାବର ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହୋଇଯିବ । ହର୍ସୋଲ୍ଲାସ ବାତାବରଣ ପରିବାରରେ ଖେଳିଯିବ । ଅଟକି ଥିବା କାର୍ଯ୍ୟ ଚାଲୁ ହେବ, ସନ୍ତାନମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ବନ୍ଧୁଙ୍କୁ ଦେଇଥିବା ପ୍ରତିସୂତି ରକ୍ଷାକରିବା ଫଳରେ ମନ ଭଲ ରହିବ ।

୧୨-ମୀନ

ପ୍ରତିଯୋଗୀ ପରୀକ୍ଷାରେ ପରିମାଣ ଅନୁକୂଳ ହେବାଦ୍ୱାରା ଚାରିଗୁଣ ଖୁସି ବଢ଼ିଯିବ । ପ୍ରମୋଶନ, ବେତନ ବୃଦ୍ଧି, ଇଚ୍ଛିତ ସ୍ଥାନକୁ ସ୍ଥାନାନ୍ତରଣ, ଅଟକି ଥିବା ଅର୍ଥ ମିଳିଯିବ । ପୈତୃକ ସମ୍ପତ୍ତି ନେଇ ବିବାଦର ସମାଧାନ ହେବ । ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ପୂରଣ ହେବ । ଉଚ୍ଚ ଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା କରିବାର ଚିନ୍ତା କରିବେ । ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । ବନ୍ଧୁ ମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ ।