ଆଜିର ରାଶିଫଳ, 12 ଡିସେମ୍ବର 2019 ଗୁରୁବାର, ମା ଲକ୍ଷ୍ମୀ ଆଜି ଏହି ୪ଟି ରାଶି ଉପରେ କୃପା କରିବେ

୧-ମେଷ

ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନ ହେବାରୁ ପାରିବାରିକ, ଜମିବାଡ଼ି ସଂକ୍ରାନ୍ତୀୟ, ଧନସମ୍ପତ୍ତି ବୃଦ୍ଧି ପାଇବ । ଅପ୍ରତ୍ୟାଶିତ ଘଟଣା ଘଟିବ । ଠିକାଦାର ଓ ଘରୋଇ କର୍ମରତଥିବା ବ୍ୟକ୍ତି ମାନଙ୍କର ଅନେକ ଶୁଭହେବ । ବନ୍ଧୁମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ । ବ୍ୟବସାୟୀ ମାନେ ସ୍ଥଳ ବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବା ନିମନ୍ତେ ଅନ୍ୟମାନଙ୍କୁ ସିଡି ରୂପେ ବ୍ୟବହାର କରିବେ । ଭୋଗ ବିଳାସରେ ଦିନ କାଟିବା ପାଇଁ ଆଗ୍ରହୀ ହେବେ । ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକ ତଥ୍ୟ, ଅନ୍ୱେଷଣ, ଅନ୍ତଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତ ଜାଗ୍ରତ ହେବ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

୨-ବୃଷ

ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ । ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ । କାହାରି ପାଖରେ ମୁଣ୍ଡ ନଇଁବ ନାହିଁ । ଉତ୍ତମ ରୋଜଗାର କରିପାରିବେ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୩-ମିଥୁନ

ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ ଏବଂ ଉଚ୍ଚଶିକ୍ଷା ପାଇବାର ସୁଯୋଗ ମଧ୍ୟ ପାଇପାରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଗୃହୋପକରଣ କ୍ରୟ କରିବେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ । ବ୍ୟବସାୟ ବୃଦ୍ଧି ଯୋଜନାରେ ହାତ ଦେବାକୁ ଅନୁପ୍ରାଣିତ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

୪-କର୍କଟ

ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ । ବିରୋଧିମାନେ ଦୂରେଇ ଯିବେ । ଦୂରଯାତ୍ରାରେ ସଫଳତା ଓ ଲାଭ ପାଇବେ । ପ୍ରିୟଜନଙ୍କସହ ମିଳନ ହେବ । ଅଟକିଥିବା କାର୍ଯ୍ୟ ପୂରଣ ହେବ । ଉତ୍ତରଦାୟିତ୍ୱ ବଢ଼ିବ । ବିଦ୍ୟାରେ ଉନ୍ନତି । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ନୂଆ ଯୋଜନାରେ ସଫଳହେବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ଆର୍ଥିକ ସମସ୍ୟା ଦୂର ହୋଇଯିବ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୫-ସିଂହ

ବ୍ୟବସାୟ ବୃଦ୍ଧି ଓ ନୂଆ ଯୋଜନା ଉପରେ କାର୍ଯ୍ୟ କରିଲେ ସମସ୍ତ ଚେଷ୍ଟା ସଫଳ ହେବ । ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ । ସ୍ଥାନ ପରିବର୍ତ୍ତନ ଯୋଗେ ଅସନ୍ତୋଷ ଦେଖାଦେବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ପ୍ରେମିକ ପ୍ରେମିକାମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନଅସନ୍ତୁଷ୍ଟ ରହିବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ପ୍ରତିକାର– ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

୬-କନ୍ୟା

ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ । ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ଆଶା କରୁଥିବା କାର୍ଯ୍ୟର ସୁସମ୍ବାଦ ପାଇବେ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପାଇ ସଫଳତା ଅର୍ଜନ କରିବେ । ଦୂରଯାତ୍ରାର ସୁଯୋଗ ପାଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧ ହେବେ । ପ୍ରତିକାର–ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

୭-ତୁଳା

ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ । ମାନସିକ ସୁସ୍ଥତା ଅନୁଭବ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । ପରିବାରରେ ଖୁସିର ବାତା ବରଣ ସ୍ଥାୟି ରହିବ । ନୂତନ ସମ୍ବନ୍ଧ ସୃଷ୍ଟିହେବ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ପ୍ରତିକାର– ମୁହଁ ମିଠାକରି ଘରୁ ବାହାରନ୍ତୁ ।

୮-ବିଚ୍ଛା

ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ଶିଳ୍ପବାଣିଜ୍ୟ କ୍ଷେତ୍ରରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ । ସତସଙ୍ଗ ଓ ମନୋରଞ୍ଜନ, କ୍ରୀଡ଼ାବିଦ୍ମାନେ ପ୍ରଶଂସିତ ହେବେ । ଗୃହସ୍ଥ ଜୀବନ ସୁଖ ଶାନ୍ତିରେ କଟିବ । ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ଅର୍ଥ ସମ୍ପର୍କୀୟ କଥାହେବା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ । ଦୂରଯାତ୍ରାର ସୁଯୋଗ ମିଳିବ । ନୂତନ କାର୍ଯ୍ୟରେ ଉନ୍ନତି ହେବ । ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୯-ଧନୁ

ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ହସଖୁସିରେ ସମୟ ବିତାଇବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ । ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ପ୍ରତିକାର–ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

୧୦-ମକର

ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ରାଜନୈତିକ କ୍ଷେତ୍ରରରେ ସ୍ଥିତି ସୁଦୃଢ଼ ହେବା ସହ କାର୍ଯ୍ୟଭାର ବୃଦ୍ଧିହେବ । ବ୍ୟକ୍ତିଗତ ସାର୍ବଜନୀନ ସମ୍ପର୍କରେ ବିକଶିତ ହୋଇ ସୁଖ ଶାନ୍ତି ମିଳିବ । ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରି ପାରନ୍ତି । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ବ୍ୟବସାୟରେ ଲାଭବାନ ହେବେ । ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ । ମହିଳାମାନେ ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ । ବିଦ୍ୟାରେ ଉନ୍ନତି ଓ ପ୍ରଶଂସିତ ହେବେ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୧୧-କୁମ୍ଭ

ପାରିବାରିକ ସ୍ଥିତି ସାମାନ୍ୟ ବଦଳିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆୟ ବୃଦ୍ଧିହେବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବା ଫଳରେ ସଫଳତା ଅର୍ଜନକରିବେ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

୧୨-ମୀନ

ରାଜନୈତିକ କ୍ଷେତ୍ରରେ ଲୋକସମର୍ଥନ, ଦଳସମର୍ଥନ ବୃଦ୍ଧିପାଇବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।