ଆଜିର ରାଶିଫଳ, 12 ନଭେମ୍ବର 2019 ମଙ୍ଗଳବାର, ହନୁମାନଙ୍କ କୃପାରୁ ଆଜିଠୁ ଏହି ୪ଟି ରାଶି ଶକ୍ତିଶାଳୀ ହେବେ

୧-ମେଷ

ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁରସ୍ଵାଦ ଅନୁଭବ କରିବେ । ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ । ପାରିବାରିକ କ୍ଷେତ୍ରରେ ସ୍ଣେହ ସଦ୍ଭାବର ଅଭାବ ଦେଖାଦେଇ ପାରେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟ ବଢାଇବାରେ ସମର୍ଥ ହେବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ । ରକ୍ତଚାପ, ମଧୁମେହ, ଉଦରପୀଡା ବୃଦ୍ଧିପାଇ ପାରେ ।

୨-ବୃଷ

ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀ ମାନେ ପରାସ୍ତ ହେବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ଦୂରଯାତ୍ରା କରି ମନ ଖୁସି ରହିବ ।

୩-ମିଥୁନ

ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ । ନିଜର ଚେଷ୍ଟା ଫଳରେ ବହୁତ ଦିନରୁ ବାକି ପଡିଥିବା ଟଙ୍କା ଓ ବୁଡିଯାଉଥିବାଟଙ୍କା ମିଳି ପାରିବ । ରାଜନୀତିରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ ।

୪-କର୍କଟ

ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆନନ୍ଦିତ ହେବେ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରି ଅଶାତୀତ ଲାଭବାନ୍ ହେବେ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ସୁଖ ସମୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ ।

୫-ସିଂହ

ଅନେକ ସମସ୍ୟାର ସମାଧାନ ହୋଇ ହସ ଖୁସିରେ ବାତାବରଣ ଖେଳିଯିବ । ରାଜନୀତି କ୍ଷେତ୍ରରେ ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାରେ ସାମର୍ଥ୍ୟ ବଢିବ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ବନ୍ଧୁ ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ଆଦାୟ ହୋଇ ପାରେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ ।

୬-କନ୍ୟା

ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ରାଜନୀତିରେ ଭବିଷ୍ୟତ ଚିନ୍ତାକରି ପରିଶ୍ରମ କଲେ ଚେଷ୍ଟା ସାର୍ଥକ ହେବ । ମହିଳାମାନଙ୍କର ଆଶା ପୂରଣ ହେବ ଓ ଭାଇ ମିତ୍ରଙ୍କଠାରୁ ସହଯୋଗ ପାଇବେ । କର୍ମକ୍ଷେତ୍ର ସୁଦୃଢ଼ ହେବ ଓ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ବ୍ୟବସାୟୀ ମାନେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇ ସମସ୍ୟାକୁ ସୁଧାରି ନେବେ ଓ ଆଶାତୀତ ଲାଭ ପାଇବେ । ପରିବାରରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତି କରିବାର କ୍ଷମତା ଜନ୍ମହେବ ।

୭-ତୁଳା

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ପୂରଣ ହେବ । ପରିବାରରେ ଅପ୍ରିତିକର ପରିସ୍ଥିତିକୁ କୌଶଳକ୍ରମେ ସମାଧାନ କରିବେ । ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ । ସ୍ୱାସ୍ଥ୍ୟ, ଅର୍ଥ, କର୍ମକ୍ଷେତ୍ର ଓ ମନୋରଞ୍ଜନ ପାଇଁ ସମୟ ଅନୁକୂଳ ହୋଇ ନପାରେ । ମନୋକାମନା ପୂରଣ ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ । ରାଜନୀତି ଓ ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧହେବେ ।

୮-ବିଚ୍ଛା

ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତ୍ୟେକ କ୍ଷେତ୍ରରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ । ଅଚାନକ ବନ୍ଧୁ ବାନ୍ଧବମାନଙ୍କର ସମାଗମ ହେବ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ମହିଳାମାନଙ୍କର ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ନିମ୍ନବର୍ଗ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ।

୯-ଧନୁ

ମହିଳାମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ ଓ ସନ୍ତାନସୁଖ ମିଳିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆନନ୍ଦିତ ହେବେ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ସଫଳତା ମିଳିବ । ଶୁଭ ସମାଚାର ମିଳିବ । ଅର୍ଥଲାଭର ମାର୍ଗ ଖୋଲିଯିବ । ବ୍ୟବସାୟରେ ସଫଳତା ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ପରିବାରର ପରିସ୍ଥିତି ସମାଧାନ କରିବେ ।

୧୦-ମକର

ମହିଳାମାନେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଆର୍ଥିକ ସମସ୍ୟା ଦୂର ହୋଇଯିବ । ପ୍ରିୟଜନଙ୍କ ସହ ମିଳନ ହେବ । ବିଦ୍ୟାରେ ଉନ୍ନତି ଫଳରେ ଆତ୍ମସନ୍ତୋଷ ବଢ଼େଇବ । ରାଜନେତାମାନଙ୍କର ଶତୃ ପରାଜିତ ହୋଇ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ବିରୋଧିମାନେ ଦୂରେଇ ଯିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ସୁଖ ସମ୍ପଦ ପ୍ରାପ୍ତି ହେବ । ନୂତନ କାର୍ଯ୍ୟ ଆରମ୍ଭ ନକରିବା ଉଚିତ୍ ।

୧୧-କୁମ୍ଭ

ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ । ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଦୂରଯାତ୍ରାରେ ସଫଳ ହେବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ ।

୧୨-ମୀନ

କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ । ସନ୍ତାନମାନଙ୍କ ଉନ୍ନତି ପାଇଁ ଖୁସି ରହିବେ । କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବେ । ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁ ମୁକ୍ତ ହେବେ । ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ ।