ଆଜିର ରାଶିଫଳ 12 ମେ 2019, ରବିବାର – ମା ମଙ୍ଗଳା ଙ୍କ କୃପା ରହିବ ଏହି ୪ଟି ରାଶି ଉପରେ

ମେଷ:-

ଆଜି ଆପଣଙ୍କ ଭାଗ୍ୟରେ ହଠାତ୍ ପରିବର୍ତ୍ତନ ହେବ । ଆପଣଙ୍କ କାର୍ଯ୍ୟ ଆପଣଙ୍କ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ କରିଦେବ । ଆପଣଙ୍କ ଭଲ ଗୁଣ ଯୋଗୁଁ ଆଜି ଆପଣଙ୍କର ନୂଆ ବନ୍ଧୁ ହେବ ଏବଂ କିଛି ବ୍ୟବସାୟୀଙ୍କ ସହ ମଧ୍ୟ ଆପଣଙ୍କର ଭଲ ସମ୍ବନ୍ଧ ହୋଇପାରିବ । ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକ ଦେଖାଦେଇ ପାରେ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ । ସ୍ଥଗିତଥିବା କର୍ମଟି ପୂରଣ ହେବ । ଆର୍ଥିକ ସଙ୍କଟ ଦେଖାଦେଇ ପାରେ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦରୁ ବଞ୍ଚିତ ହେବେ । ଶର୍ଦ୍ଦି ଓ ପିତ୍ତ ଦୋଷ ସାଙ୍ଗକୁ ଗୁହ୍ୟରୋଗ ସୃଷ୍ଟିହେବ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ କ୍ଷତିରେ ପଡିବେ । ବାକ୍ୟ ସଂଯମତା ନରଖିଲେ ମାଲିମୋକଦ୍ଦମାର ଭୟ ରହିବ । ପ୍ରତିକାର– ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ପରିଶେଷରେ ଆଜି ଆପଣଙ୍କ ବିଚ଼ାରରେ ସ୍ପଷ୍ଟତା ଆସିବ ଏବଂ କିଛି ଗମ୍ଭୀର ସମସ୍ୟା ବିଷୟରେ ଆପଣ ସ୍ପଷ୍ଟରୂପେ ଚ଼ିନ୍ତା କରିପାରିବେ । ସବୁ ସମସ୍ୟାର ସମାଧାନ ଏବେ ଆପଣଙ୍କୁ ପରିଷ୍କାର ରୂପେ ଦେଖାଯିବ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ରାଜନୀତିରେ ଉନ୍ନତି ହେବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ପ୍ରତିକାର– ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ ।

ମିଥୁନ:-

ଆଜି ଆପଣଙ୍କୁ ଏମିତି ପ୍ରଶଂସା ମିଳିବ ଯାହା ଆପଣ କେବେ ଆଶା କରି ନଥିବେ । ଆପଣ ନିସ୍ୱାର୍ଥ ଭାବରେ କରିଥିବା କାର୍ଯ୍ୟଯୋଗୁଁ ଆଜି ଆପଣଙ୍କୁ ସୁଫଳ ମିଳିବ । ଆପଣ ବୋଧହୁଏ ଏହା ଭାବିନଥିବେ ଯେ ଆପଣଙ୍କ ଉଚ୍ଚାଧିକାରୀ ଆପଣଙ୍କ ଉପରେ ନଜର ରଖିଛନ୍ତି । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ । ପ୍ରତିକାର– ଇଷ୍ଟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

କର୍କଟ:-

ଆପଣଙ୍କୁ ନିଜ ପରିବାରର କୌଣସି ସଦସ୍ୟ କିମ୍ବା ବନ୍ଧୁ ନିରାଶ କରିପାରେ ଏବଂ ଆପଣଙ୍କ ଆଗରେ କୌଣସି ସମସ୍ୟା ମଧ୍ୟ ସୃଷ୍ଟି ହୋଇପାରେ । ଆପଣଙ୍କର ରାଗି କରି କଥା ହେବା ବଦଳରେ ଭଲହେବ ଯଦି ଆପଣ ତାଙ୍କୁ ସ୍ନେହରେ ବୁଝାଇବେ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ବ୍ୟବସାୟୀକ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ମନ ଓ ଶରୀର ଭଲ ରହିବ । କୃଷିଜାତ ଦ୍ରବ୍ୟ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ । ବିଦେଶ ଯାତ୍ରାରେ ସଫଳ ହେବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ପ୍ରତିକାର–ଗ୍ରାମ୍ୟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ସିଂହ:-

ଯେକୌଣସି କାରଣ ହେଉନା କାହିଁକି ଆପଣଙ୍କର ଦୁଶ୍ଚିନ୍ତା ରହିବ । ଧୈର୍ଯ଼୍ୟଧରି ସମୟ ବିତାନ୍ତୁ । ସେ ସମ୍ବନ୍ଧରେ ଅଧିକ ଚିନ୍ତା କରନ୍ତୁ ନାହିଁ । ସମସ୍ୟା ଆସିବ ଓ ଉନ୍ନତି ପାଇଁ ସମସ୍ୟାରୁ ନିଶ୍ଚିତ କିଛି ଶିଖିବେ । କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ । ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ପ୍ରତିକାର–ଗାଈକୁ କିଛି ଖୁଆନ୍ତୁ ।

କନ୍ୟା:-

ଆଜି ଆପଣ ପରିବାରର ଲୋକଙ୍କ ଜୀବନରେ ସ୍ନେହ ଭରିଦିଅନ୍ତୁ । ଆଜିର ଦିନ ପରିବାର ଲୋକଙ୍କ ସହ କଟାଇବାର ଦିନ ଅଟେ । ଆପଣଙ୍କ ସ୍ନେହକୁ ଆପଣଙ୍କ ପରିବାର ଲୋକ ବୁଝିବେ । ଆଜି ଆପଣଙ୍କ ବିରତ୍ୱରେ ଦୃଢ଼ତା ଆସିବ । ରାଜନୀତିରେ ଫାଇଦା ଉଠାଇବେ । ପଢାପଢିରେ ମାନସିକ ଶାନ୍ତି ଓ ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ । ଜଗାଜମି, ଗୃହ ଉପକରଣ କ୍ରୟ କରିବେ । କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ । ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପରିବାରରେ ସାଧାରଣ ପରିବର୍ତ୍ତନ ଯୋଗେ ଆଶା ଆକାଂକ୍ଷା ପୂରଣ ହୋଇପାରିବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ପ୍ରତିକାର- ଗାଈକୁ କିଛିଖାଦ୍ୟ ଖାଇବାକୁ ଦିଅନ୍ତୁ ।

ତୁଳା:-

ଆଜି ଆପଣ କୌଣସି ସ୍ୱାର୍ଥ ନଥିଲେ ସହାୟତା କରନ୍ତୁ । ଏଥିରୁ ଆପଣଙ୍କୁ ଖୁସି ମିଳିବ । ଆଜି ଆପଣଙ୍କ ପାଇଁ ସମ୍ପର୍କର ମହତ୍ତ୍ୱ ବହୁତ ଗୁରୁତ୍ତ୍ୱପୂର୍ଣ୍ଣ ହେବ । ନିଜ ପ୍ରିୟଜନମାନଙ୍କ ସହିତ ସମୟ କଟାଇଲେ ଆପଣଙ୍କୁ ବହୁତ ଖୁସି ଲାଗିବ । ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ବିପଦରେ ପଡିବେ । ବିଦ୍ୟା କ୍ଷେତ୍ରରେ ବିଜୟ ପ୍ରାପ୍ତ ହେବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ । ପ୍ରତିକାର– ଆରାଧ୍ୟାଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ବିଛା:–

ଆପଣ ପରିବାର ସହ ଭ୍ରମଣ କରିବା ପାଇଁ ଯେଉଁ ଆଶା ବାନ୍ଧିଛନ୍ତି ସେଥିରେ କୌଣସି ବାଧାବିଘ୍ନ ସୃଷ୍ଟି ହୋଇପାରେ । ଯଦି ଆପଣ ଏହି ଭ୍ରମଣଟି ଚାଲୁରଖନ୍ତି, ସୃଷ୍ଟିହୋଇଥିବା ବାଧା ଆପଣଙ୍କୁ ନିରାଶ କରିବ । ମାନସିକ ଶାନ୍ତି ମିଳିବ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ନୂତନ ଦ୍ରବ୍ୟ କ୍ରୟ କରିବେ । ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ଶତୃମାନେ ଦୂରେଇ ଯିବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରି କିଛି ଦାନ ଦିଅନ୍ତୁ ।

ଧନୁ:–

ଆଜି ଆପଣ ସାରାଦିନ ସାଙ୍ଗମାନଙ୍କ ସହିତ କଟାଇବେ ଓ ବହୁତ ମଜା କରିବେ । ଏହି ସମୟରେ ଆପଣଙ୍କର ସମ୍ପର୍କ ଦୃଢ଼ ହେବା ସହିତ ଆପଣଙ୍କର ନିକଟତର ଲୋକ ଆପଣଙ୍କ ଖୁସିର କାରଣ ହେବେ । ଆଜିର ଦିନ ଆପଣ ବହୁତ ମଜା କରନ୍ତୁ । ସରକାରୀ କାମରେ ସଫଳତା ପାଇବେ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ସାମାଜିକ ପତିଆରା ଅମଳିନ ରହିବ । ପ୍ରତିକାର– ଆରାଧ୍ୟାଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ମକର:–

ବହୁଦିନ ଧରି ଥିବା ସମସ୍ୟାର ସମାଧାନ ପାଇଁ ଆପଣ ଖୁସି ରହିବେ । ଆପଣ ଅନ୍ୟମାନଙ୍କ ସହିତ ମତାନ୍ତର ଥିବାର ଏ ସମସ୍ୟାର ସମାଧାନ ଦେଇପାରି ନଥିଲେ । ଯାହା ହେଉନା କାହିଁକି ବର୍ତ୍ତମାନ ଖୁସି ବଢାଇବାର ସମୟ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । କର୍ମ ଓ ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କୁମ୍ଭ:–

କୌଣସି ବୃଦ୍ଧ ବ୍ୟକ୍ତିଙ୍କ ପାଇଁ ଆପଣଙ୍କ ସମ୍ପର୍କ ଖରାପ ହୋଇପାରେ ।  ଯଦି ଆପଣ କୌଣସି ବଡ଼ ଝଗଡ଼ାରେ ନା ଅଡ଼ୁଆରେ ପଡ଼ିଯାଇଛନ୍ତି , ତେବେ ତାକୁ ଶୀଘ୍ର ଠିକ୍ କରନ୍ତୁ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ରାଜନୀତିରେ ଉନ୍ନତି ହେବ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ପ୍ରତିକାର– କୁକୁରକୁ ଖାଇବାକୁ ଦିଅନ୍ତୁ ।

ମୀନ:-

ବୋଧହୁଏ ଆଜି ଆପଣଙ୍କୁ ନିଜ ଆଖପାଖ ଲୋକଙ୍କ ପାଇଁ ନିରାଶ ହେବାକୁ ପଡ଼େ । ହୁଏତ ଏହାର କାରଣ ଆପଣଙ୍କୁ ତାଙ୍କଠାରୁ ଅଧିକ ଆଶା ରଖିବାକୁ ପଡ଼ିବ । ଏହାହିଁ ସତ୍ୟ ଯେ ଆମକୁ କାହାଠାରୁ ଅଧିକ ଆଶା ନ ରଖିବା ଉଚ଼ିତ୍ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ । ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ସନ୍ତାନ ଯୋଗେ ଚିନ୍ତିତ ରହିବେ । ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ପ୍ରତିକାର–ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ ।