ଆଜିର ରାଶିଫଳ, 12 ସେପ୍ଟେମ୍ବର 2019 ଗୁରୁବାର, ସାଇ ବାବା ଙ୍କ କୃପା ରହିବ ଏହି ୫ଟି ରାଶି ଉପରେ

ମେଷ:-

ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ସନ୍ତାନସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ଶୃଙ୍ଖଳା ବଜାୟ ରଖିବେ । ଆୟ ଉପାର୍ଜ୍ଜନର ବୃଦ୍ଧି ହେବ । ପୁରାତନ ରୋଗର ପ୍ରକୋପ ହ୍ରାସ ହେବ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ଶୁଭ ସମାଚାର ମିଳିବ । ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଦୂରଯାତ୍ରାର ସୁଯୋଗ ପାଇବେ । ମହିଳାମାନେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଆୟ ଉପାର୍ଜନ ବୃଦ୍ଧି ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ବ୍ୟବସାୟରେ ଆଶାତୀତ ଲାଭମିଳିବା ଯୋଗେ କରଜର ମାତ୍ରା ହ୍ରାସ ପାଇବ । ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ । ସାମାଜିକ ପତିଆରା ଅମଳିନ ରହି ମାନସମ୍ମାନ ବୃଦ୍ଧିହେବ । ପରୀକ୍ଷା ପ୍ରତିଯୋଗିତାଓ ସାକ୍ଷାତ୍କାର ରେ ବିଜୟୀ ହେବେ । ଦୂରଯାତ୍ରାର ସୁଯୋଗ ପାଇବେ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ପାଇବେ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ଅଚାନକ ଧନପ୍ରାପ୍ତି ହୋଇ ଆୟଉପାର୍ଜନ ବୃଦ୍ଧି ହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ପାରିବାରିକ ସମସ୍ୟା ଗୁଡ଼ିକୁ ସୁଧାରି ନେବା ଉଚିତ୍ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ଆୟରସ୍ରୋତ ବୃଦ୍ଧିହେବ । ନୂତନବ୍ୟବସାୟ ଆରମ୍ଭ, ମାନସିକ ଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତୀ ଘଟିବ । ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା ବ୍ୟକ୍ତିରୁପେ ପ୍ରଶଂସା ପାଇବେ । ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ।  ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

ସିଂହ:-

ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ସାମାଜିକ ପ୍ରତିଷ୍ଠା ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ  ହେବେ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବା ସହ ପାରିବାରିକ ଜୀବନ ସୁଖମୟ ହେବ । ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ଧାର୍ମିକ କାର୍ଯ୍ୟ କ୍ଷେତ୍ରରେ ଅଂଶ ଗ୍ରହଣ କରି ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ଦାମ୍ପତ୍ୟସୁଖରେ ସଫଳ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

କର୍ମକ୍ଷେତ୍ରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ । ବିଦ୍ୟାରେ ଉନ୍ନତି ଘଟିବ ତଥା ନୂତନ କର୍ମ ପ୍ରାପ୍ତି ପାଇଁ ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ମହିଳାମାନଙ୍କ ପାଇଁ ଅତ୍ୟନ୍ତ ଶୁଭ ଫଳ ପ୍ରାପ୍ତି ହେବ । ବାଦବିବାଦ, ମାଲିମୋକଦ୍ଦମାରେ ପ୍ରଶଂସିତ ହେବେ । ନିଜର କାର୍ଯ୍ୟ ପୂରଣ କରିବା ପାଇଁ ବାହାର ଲୋକଙ୍କ ସହଯୋଗ ମିଳିବ । ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-

ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ ଓ ସାମାଜିକ ପ୍ରତିଷ୍ଠା ବଢ଼ିବା ସହ ସୁଖ ସମୃଦ୍ଧି ବୃଦ୍ଧି ଏବଂ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବ । ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ । ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ ଚିକିତ୍ସକମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇପାରିବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳ ରହିବ । ଶାନ୍ତଶୀଳ ଭାବଧରି ଦୁର୍ନୀତି ଦୁସ୍ତର କାର୍ଯ୍ୟକୁ ହଟାଇବେ । କର୍ମକ୍ଷେତ୍ରରେ ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ ଜନିତ ଯଶ-ମାନ-ପ୍ରତିଷ୍ଠା ପ୍ରାପ୍ତି ହେବ । ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ ଓ କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ । ପରିବାରରେ ସୁଖ-ସମୃଦ୍ଧି ପ୍ରାପ୍ତିରେ ଆତିବାହିତ କରିବେ । ମହିଳାମାନେ ପତିପ୍ରାଣା ହୋଇ ପରିବାରରେ ପ୍ରୀତିଭାଜନ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ ।  ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।

ଧନୁ:-

ଉପରିସ୍ଥଙ୍କୁ ସନ୍ତୁଷ୍ଠ କରିହେବ, ଯଦି କର୍ତ୍ତବ୍ୟ ପରାୟଣତା ସାଙ୍ଗକୁ ସମୟାବର୍ତ୍ତିତା ରକ୍ଷା କରିପାରିବେ । ଶିକ୍ଷା କ୍ଷେତ୍ରରେ ଅଧ୍ୟୟନରେ ମନ ନିବେଶ କରି ପ୍ରଶଂସା ପାଇବେ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖି ହେବେ । ଘରଠୁ କର୍ମ କ୍ଷେତ୍ରକୁ ପ୍ରମୁଖତା ଦେଇ ଆଧିକ ସମୟ ମଧ୍ୟ ଉତ୍ସର୍ଗ କରିବାକୁ ପଡିବ । ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ । ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହିବ ଓ ବନ୍ଧୁତ୍ଵ ବୃଦ୍ଧି ପାଇବ । ପ୍ରତିଯୋଗିତାମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ରାଜନୀତିରେ ଭାବମୂର୍ତ୍ତି ରକ୍ଷା କରି ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ଦାମ୍ପତ୍ୟଜୀବନ ଆନନ୍ଦରେ କଟିବ । କର୍ମ କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ । ଦୂରଯାତ୍ରାରେ ସଫଳ ହେବେ । ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । କଚେରି ମାମଲାର ଶୁଣାଣି ତାରିଖ ଘୁଞ୍ଚିଗଲେ ଭଲ । କୌଣସି ହିଂସ୍ରଜନ୍ତୁ ବା ଦୁଷ୍ଟପ୍ରକୃତି ଲୋକଙ୍କ ହାବୁଡ଼ରେ ପଡିପାରନ୍ତି ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ । ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ । ଆକସ୍ମିକ ଧନପ୍ରାପ୍ତି ହୋଇପାରେ । ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ଲାଭ ପାଇବେ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ବିଧେୟ । ଭାବପ୍ରବଣତା ବଶତଃ ଅତି ନିକଟରେ ରହୁଥିବା କିମ୍ବା ଅଧିକାଂଶ ସମୟରେ ମିଶୁଥିବା ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ । ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରି ପାରନ୍ତି । ନୂଆ କାମ ନୂଆ ପ୍ରେରଣା ଦେବ । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ମହିଳାମାନେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ । ବିଦ୍ୟା କ୍ଷେତ୍ରରେ ମନ ଲାଗିବ । ଆୟବୃଦ୍ଧି, ଋଣମୁକ୍ତି ଓ କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।