ଆଜିର ରାଶିଫଳ, 13 ଅକ୍ଟୋବର 2019 ରବିବାର, ଶନି ମଙ୍ଗଳ ହେଲେ ଏକାଠି ଏହି ୪ ରାଶିର ସବୁ କାମ ହେଇଯିବ

୧-ମେଷ

ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ । ଦୂରଯାତ୍ରାରେ ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ଓ ଅର୍ଥାଗମ ଦିଗ ଖୋଲା ରହିବ । ଛାତ୍ରଛାତ୍ରୀମାନେ ପ୍ରତିଯୋଗୀତା ମୁଳକ କ୍ଷେତ୍ରକୁ ସାହସର ସହିତ ଲମ୍ଫ ଦେବେ । ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ ।

୨-ବୃଷ

ସମସ୍ତ ସମସ୍ୟା ଶାନ୍ତିପୂର୍ବକ ଢଙ୍ଗରେ ସମାଧାନ କରିପାରିବେ ଓ କଷ୍ଟରୁ ମୁକ୍ତି ପାଇବେ । ପ୍ରତିସ୍ପର୍ଦ୍ଧା ଓ ପ୍ରତିଯୋଗିତାରେ ବିଜୟଶ୍ରୀ ହେବ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ସୁସମ୍ପର୍କ ରହିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ । ମାନସିକ ଅଶାନ୍ତି ଦୂର ହେବ । କର୍ମ ନିଯୁକ୍ତି ପାଇଁ ଚେଷ୍ଟା କରିବେ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ହେବେ । ଯେ କୌଣସି କାର୍ଯ୍ୟରେ ସଫଳତା ପାଇବେ । ଦାମ୍ପତ୍ୟ ସୁଖରେ ଉନ୍ନତି ହେବ । ଘରର ଗୁରୁଜନ ବା ମାତା-ପିତାଙ୍କୁ ସମ୍ମାନ ଦେଲେ ତାଙ୍କର ଆଶୀର୍ବାଦରେ ଆପଣଙ୍କର ବିକାଶ ହେବ ।

୩-ମିଥୁନ

ଭୋଗବିଳାସରେ ସାମିଲ ହୋଇ ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ସମ୍ମାନ ପାଇବେ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । କର୍ମକ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କଲେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ହସଖୁଶିର ବାତାବରଣ ସୃଷ୍ଟି ହେବ । ପରିବାର ତଥା କୁଟୁମ୍ବରେ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ ।

୪-କର୍କଟ

ଲୋକମାନେ ଆପଣଙ୍କ ସଚ୍ଚୋଟତା ଓ ସରଳତା ଭାବ ଦେଖି ଫାଇଦା ଉଠେଇବେ । କୌଣସି ଗୋପନୀୟ କଥା ଉଜାଗର ହେବାର ସମ୍ଭାବାନା ଅଛି । ପ୍ରେମ-ପ୍ରସଙ୍ଗରେ ଭୁଲ୍ ବୁଝାମଣାର ନିରାକରଣ ହେବ । ଅନୁସନ୍ଧାନ, ଖୋଜିବା, ଶୋଧ ପାଇଁ ସମୟ ଉପଯୁକ୍ତ ଅଟେ । କାରବାର ଓ ବ୍ୟାପାରରେ ଉନ୍ନତି ହୋଇ ଆଶାତୀତ ଲାଭ ପ୍ରାପ୍ତ ହେବ । ସନ୍ତାନଙ୍କ ଚିନ୍ତା ଦୂର ହେବ । ମିତ୍ର ଓ ସହଯୋଗୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ ଓ ଶୁଭ ସମାଚାର ଶୁଣିବେ । ସ୍ୱାସ୍ଥ୍ୟ ସ୍ଥିତି ମଧ୍ୟମ ରହିବ । କାମ-କାର୍ଯ୍ୟରେ ସ୍ଥିତି ଆପଣଙ୍କ ସପକ୍ଷରେ ରହିବ ।

୫-ସିଂହ

ସ୍ୱାସ୍ଥ୍ୟସମସ୍ୟା ସୁଧୁରିବା ଫଳରେ ଆଶାକରିଥିବା କାର୍ଯ୍ୟ ପୁରଣ କରିପାରିବେ । ଆତ୍ମବିଶ୍ଵାସରେ ବୃଦ୍ଧି ହେବ । କୌଣସି ମହତ୍ଵପୂର୍ଣ୍ଣ ସୂଚନା, ସନ୍ଦେଶ, ଅର୍ଡର ବା ପେମେଣ୍ଟ ଆଦି ପ୍ରାପ୍ତ ହେବ । କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ଆଗକୁ ବଢିବାରେ ସହାୟତା ମିଳିବ । ଗୁରୁ ଗୁରୁଜନ ଓ ମାତା-ପିତାଙ୍କ ଆଶୀର୍ବାଦ ସ୍ନେହ ପ୍ରାପ୍ତ ହେବ । ଧୈର୍ଯ୍ୟ, ସାହସ ଓ ବୁଦ୍ଧିମତା ଯୋଗେ ପ୍ରଶଂସା ପାଇବେ । କାର୍ଯ୍ୟକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ । ପ୍ରତିସ୍ପର୍ଦ୍ଧା ଓ ପ୍ରତିଯୋଗିତାରେ ବିଜୟଶ୍ରୀ ହେବ । ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ ।

୬-କନ୍ୟା

ସମସ୍ତ ସମସ୍ୟା ଶାନ୍ତିପୂର୍ବକ ଢଙ୍ଗରେ ସମାଧାନ କରିପାରିବେ ଓ କଷ୍ଟରୁ ମୁକ୍ତି ପାଇବେ । ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ । ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକସ୍ଥିତି ବଦଳିବ । ମିତ୍ର ସହଯୋଗୀମାନେ ସାହାଯ୍ୟ ସହଯୋଗ କରିବେ । ପିକ୍ଚର, ପାର୍ଟି ବା କୌଣସି ସମାରୋହ ଆଦିରେ ଭାଗ ନେଇପାରନ୍ତି । ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ । ଧର୍ମ କାର୍ଯ୍ୟ ଓ ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି । ଗୃହୋପକରଣ ନୂତନ ଦ୍ରବ୍ୟ କ୍ରୟ କରିବେ । ବ୍ୟାପାରରେ କୌଣସି ନୂଆ କାମ, ଏଗ୍ରୀମେଣ୍ଟ ବା ନୂଆ ଅର୍ଡର ମିଳିପାରେ ।

୭-ତୁଳା

ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ । କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ । ସରକାରୀ କର୍ମଚାରୀମାନଙ୍କର ଉନ୍ନତିହେବ । ନିଯୁକ୍ତିର ସୁଯୋଗ ପାଇବେ । ଟଙ୍କ । ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ସ୍ଵାସ୍ଥ୍ୟରେ ଉନ୍ନତି ହେବ । ବାକିଥିବା ଅର୍ଥ ପ୍ରାପ୍ତି ହେବ । ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ । ବ୍ୟବସାୟରେ ଉତ୍ତମ ଲାଭ ହେବ । ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ ।

୮-ବିଚ୍ଛା

ବନ୍ଧୁ ମିତ୍ରଙ୍କ ଆଗମନ ହେବ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପଡା ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହେବ । କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ବାଦବିବାଦରୁ ଦୂରତା ରକ୍ଷା କରନ୍ତୁ । ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ ହେବ । ସଂମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ ।

୯-ଧନୁ

ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତ୍ୟେକ କ୍ଷେତ୍ରରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । ମହିଳାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । କର୍ମକ୍ଷେତ୍ରରେ ସମ୍ମାନ ଲାଭ ସହ ନୂଆ ନୂଆ ଯୋଜନା ପ୍ରସ୍ତୁତ କରିବେ । ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ ।

୧୦-ମକର

ରାଜନୀତିରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ । ପ୍ରତିଯୋଗି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବେ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତାରେ କୃତକାର୍ଯ୍ୟ ହେବେ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟ ହେବ । ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ । ଚାକିରୀରେ ପଦୋନ୍ନତି ହେବ । ଶିକ୍ଷାଖେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ । ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ ।

୧୧-କୁମ୍ଭ

ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ଶୁଭ ସମ୍ବାଦପାଇ ଖୁସିହେବେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା କରିପାରନ୍ତି । କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ଠୁଳ ହେବ । ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ ।

୧୨-ମୀନ

ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପରିବାରରେ ମାନ ମନାନ୍ତର ଦୂର ହେବ । ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ । ଉଚ୍ଚଆଶା ପୂରଣ ହେବ । ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । କର୍ମ କ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇବେ । ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ ।