ଆଜିର ରାଶିଫଳ 13 ଏପ୍ରିଲ 2019, ଶନିବାର – ଶନି ଦେବ ଙ୍କ କୃପା ରହିବ ଏହି ୪ ଟି ରାଶି ଉପରେ

ମେଷ

ଆଜି ଦିନରେ ପରିବାର ଲୋକମାନଙ୍କ ସହ ଖୁବ୍ ଝଗଡା ହେବାର ସମ୍ଭାବନା ଅଛି । ଏଥିପାଇଁ କଥାବାର୍ତ୍ତା ଆଗରୁ ଖୁବ୍ ସତର୍କ ରହନ୍ତୁ । ହୁଏତ କଥାବାର୍ତ୍ତା କଲାବେଳେ କୌଣସି କାରଣରୁ ଉତ୍ତେଜିତ ହେଇପାରନ୍ତି କିମ୍ବା କ୍ରୋଧାନ୍ନିତ ହେଇପାରନ୍ତି । ଉଗ୍ର ସ୍ଵଭାବ ଉପରେ ନିୟନ୍ତ୍ରଣ ରଖିବେ । ଶାରୀରିକ ଏବଂ ମାନସିକ ସ୍ତରରେ ଶିଥିଳତା ଅନୁଭବ କରିବେ । ଅଧିକ ପରିଶ୍ରମ ପରେ ମଧ୍ୟ ଅଳ୍ପ ସଫଳତା ପ୍ରାପ୍ତ ହେବ । ସନ୍ତାନମାନଙ୍କର ବିଷୟରେ ମଧ୍ୟ ଆପଣଙ୍କୁ ଚିନ୍ତା ରହିବ । ବ୍ୟସ୍ତତା ଯୋଗୁଁ ପରିଜନମାନଙ୍କ ଉପରେ କମ ଧ୍ୟାନ ଦେଇ ପାରିବେ । ଉଦର ରୋଗରେ ପେଟରେ ଯନ୍ତ୍ରଣାର ଆଶଂକା ଅଛି । ପ୍ରତିକାର– ଭୋକିଲା ଲୋକକୁ ନିରାଶ କରିବେ ନାହିଁ ।

ବୃଷ

କାର୍ଯ୍ୟ କୁଶଳତାର ଗୁଣ ଆପଣଙ୍କ ଭିତରେ ବହୁପରିମାଣରେ ଅଛି ଯାହା ଏହିଦିନ ଆହୁରୀ ଅଧିକ ବଢ଼ି ଯିବ । ଆପଣ ସକାରାତ୍ମକ ଏବଂ ରଚ଼ନାତ୍ମକ ଉର୍ଜାରେ ଅଛନ୍ତି । ଏଥିପାଇଁ ଆପଣ ସହଜରେ ସମସ୍ୟାର ସମାଧାନ ଖୋଜି ବାହାର କରିପାରିବେ । ଆପଣଙ୍କୁ ବିବିଧ କ୍ଷେତ୍ରରୁ ଯଶ, କୀର୍ତ୍ତି ଏବଂ ଲାଭ ମିଳିବ । ଲକ୍ଷ୍ମୀଙ୍କର କୃପା ଆପଣଙ୍କ ଉପରେ ରହିବ । ଗୁରୁଜନମାନଙ୍କ ତଥା ମିତ୍ରମାନଙ୍କର ସାଥିରେ ଆପଣଙ୍କ ଦିନ ଆନନ୍ଦରେ ବିତିବ । ଯାତ୍ରା କରିପାରନ୍ତି । ପତ୍ନୀ ଏବଂ ସନ୍ତାନମାନଙ୍କ ସହିତ ଭଲ ସମୟ କଟିବ । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ

ମିଥୁନ

ବହୁ ଦିନର ହଜିଯାଇଥିବା ଏକ ବସ୍ତୁ ମିଳିଯିବା ପରେ ଆପଣ ଖୁସି ଅନୁଭବ କରିବେ । ଏବେ ସମୟ ଆପଣଙ୍କ ପାଇଁ ଅନୁକୂଳ । ସେଥିପାଇଁ ଛୋଟ ଛୋଟ କଥା ବି ଆପଣଙ୍କୁ ଖୁସି ଆଣିଦେବ । ଆଜି ଭ୍ରମ ଯୋଗୁଁ ବିଚଳିତହୋଇ ସମ୍ଭାବନା ଶାନ୍ତି ଓ ନିରଳା ମାନସିକ ଭାବନାରେ ଏହାର କାରଣ ଖୁଜି ବସନ୍ତୁ । ଆପଣ ନିଜର ବଂଧୁ ଓ ପରିବାର ସହ ସଦସ୍ୟଙ୍କ ସହ ଖୋଲା ମନରେ କିଛି ସମୟ ଆଲୋଚନା କରନ୍ତୁ । ଆଜିର ଦିନ ଆପଣଙ୍କପାଇଁ ମିଶ୍ରତ ଫଳଦାୟୀ ଅଟେ । ପରିଜନମାନଙ୍କ ସହିତ ଆପଣ ସମୟ କଟାଇବେ । ତାଙ୍କର ସହଯୋଗ ମଧ୍ୟ ମିଳିପାରେ । ଆର୍ଥିକ କ୍ଷେତ୍ରରେ ଆୟ ଅପେକ୍ଷା ବ୍ୟୟ ହିଁ ଅଧିକ ହୋଇପାରେ । ତଥାପି ମଧ୍ୟ ବାଣୀ ଦ୍ଵାରା ଆପଣ ସମସ୍ତଙ୍କ ମନକୁ ଜୀତି ପାରିବେ । ପ୍ରତିକାର–ହନୁମାନ ମନ୍ଦିରରେ ଭୋଗକରି ବାଣ୍ଟନ୍ତୁ ।

କର୍କଟ

ଆଜି ଘରେ ବହୁତ କୋଳାହଳମୟ ପରିବେଶ ହେବ । ଘରେ ଏକା ସାଙ୍ଗରେ ବହୁତ କାର୍ଯ୍ୟ ହେବ । ଆଜି ଆପଣଙ୍କ ଘରକୁ ବିଦେଶରୁ ଅତିଥି ଆସି ପାରନ୍ତି । ଆପଣ ନିଜର ସବୁ ସମସ୍ୟାକୁ ଗୋଟିଏ ପଟେ ରଖି ନିଜ ସାଙ୍ଗ ସାଥିଙ୍କ ସହିତ ମଜ୍ଜା କରନ୍ତୁ । ଆଜି ମାନସିକ ଆଳସ୍ୟତା ଅନୁଭବ କରିପାରନ୍ତି । ଏହାର ପ୍ରଭାବ ବ୍ୟବସାୟ କ୍ଷେତ୍ରରେ ଦେଖିବାକୁ ମିଳିବ ଏବଂ ସେଥିରେ ଅସୁବିଧା ହୋଇପାରେ । ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ନଚେତ ଆପଣ କ୍ଷତିଗ୍ରସ୍ତ ହୋଇପାରନ୍ତି । ପରିବାରରେ କୌଣସିର ବିବାହ ହେବାର ସମ୍ଭାବନା ଅଛି । ଖର୍ଚ୍ଚରେ ବୃଦ୍ଧି ହେବାପ୍ରତିକାର:- ଅସହାୟାକୁ ସାହାଯ୍ୟ କରନ୍ତୁ ।

ସିଂହ

ଆଜି ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।   ଆଜି ଆପଣ ପ୍ରଫୁଲ୍ଲିତ ରହିବେ । ନୂଆ କାର୍ଯ୍ୟର ଆରମ୍ଭ ମଧ୍ୟ ଆଜି କରିପାରନ୍ତି । ମିତ୍ରମାନଙ୍କ ଏବଂ ସ୍ନେହୀଜନମାନଙ୍କର ଭେଟରେ ଆନନ୍ଦିତ ହେବେ । କାର୍ଯ୍ୟରେ ମିଳିଥିବା ସଫଳତାର କାରଣ ଆପଣଙ୍କ ଉତ୍ସାହରେ ବୃଦ୍ଧି ହେବ । ପ୍ରତିଦ୍ୱନ୍ଦ୍ୱୀମାନଙ୍କ ଉପରେ ବିଜୟ ପ୍ରାପ୍ତ କରିବେ । ସମ୍ବନ୍ଧରେ ଭାବନାତ୍ମକତା ଅଧିକ ରହିବ, ପ୍ରତିକାର–ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରିବେ ।

କନ୍ୟା

ଆଜି ଆପଣଙ୍କ ପରିବାରର କୌଣସି ସଦସ୍ୟଙ୍କ ପରାମର୍ଶ ଆପଣଙ୍କୁ ଠିକ୍ ଲାଗି ନ ପାରେ । ଏହାର ପ୍ରଭାବ ଆପଣଙ୍କ ଉପରେ ପଡ଼ିଲେ ମଧ୍ୟ ଆପଣ ଏହି ବିଷୟରେ କିଛି କରିପାରିବେ ନାହିଁ । ଆଜି ଆପଣ କୌଣସି ପାରିବାରିକ ସମାରୋହରେ ଖୁବ୍ ଜମେଇକି ନାଚ଼ିବେ । ଆଜି କାଲି ଆପଣଙ୍କ ସମ୍ପର୍କୀୟ ସଭିଙ୍କ ସହ ମଧୁର ଅଛି, ତେଣୁ ଆପଣଙ୍କୁ ନିଜ ଲୋକଙ୍କ ଠାରୁ ବହୁତ ଖୁସି ମିଳିବ । ଆଜିର ଦିନ ଆପଣଙ୍କପାଇଁ ଲାଭଦାୟୀ ଅଟେ । ମିତ୍ରମାନଙ୍କ ସହିତ ଭେଟ ହେବ ତଥା ତାଙ୍କ ସହିତ ବୁଲିବାକୁ ଯିବା, ଆମୋଦ-ପ୍ରମୋଦ କରିବାରେ ଖର୍ଚ୍ଚ ହେବ । ଚାକିରି କିମ୍ବା ବ୍ୟବସାୟ କ୍ଷେତ୍ରରେ ଆପଣଙ୍କ ଆୟ ବଢ଼ିବ । ଉଚ୍ଚ ଅଧିକାରୀ ପ୍ରସନ୍ନ ରହିବେ । ପ୍ରତିକାର:- ଅସହାୟା ବୃଦ୍ଧାଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା

ଆଜି ଆପଣଙ୍କୁ ନିଜର ବୁଝା ଶୁଣା ଏବଂ ଚ଼ତୁରତାକୁ ପରଖିବାକୁ ହେବ । କିଛି ଲୋକ ନିଜର ସୀମାକୁ ଲାଙ୍ଘି ଆପଣଙ୍କର ଅସୁବିଧାକୁ ଶିକ୍ଷା କରିବାକୁ ଯାଉଛନ୍ତି । ଆପଣଙ୍କୁ ଶାନ୍ତି ରହିବା ସହିତ ସେମନଙ୍କୁ ରୋକିବାକୁ ଚ଼େଷ୍ଟା କରିବାକୁ ହେବ । ଆଜି ଆପଣଙ୍କୁ ନିଜ କାର୍ଯ୍ୟାଳୟ କିମ୍ବା ଘରେ କିଛି ଚ଼ିନ୍ତା ଅନୁଭବ ହୋଇପାରେ । ସମ୍ଭାବନା ଯେ ଆପଣଙ୍କର ଆଖପାଖ ଲୋକ ରାଗରେ ରହିପାରନ୍ତି , ଯାହାର ପ୍ରଭାବ ଆପଣଙ୍କର ମୁଡ଼୍ ଉପରେ ମଧ୍ୟ ପଡ଼ିପାରେ । ଆଜି ଆପଣଙ୍କୁ ବାଦ-ବିବାଦରୁ ଭଲ ସଫଳତା ମିଳିବ । ଆପଣଙ୍କ ବାଣୀରେ ଆଜି ଆପଣଙ୍କୁ ଲାଭ ହେବ । ଏହା ନୂଆ ସମ୍ବନ୍ଧରେ ସଦଭାବ ବଢ଼ିବାର ମଧ୍ୟ ସମ୍ଭାବନା ଅଛି । ବିଦ୍ୟାର୍ଥିମାନଙ୍କପାଇଁ ପଢ଼ିବା-ଲେଖିବାରେ ରୁଚି ବଢ଼ିବ ଏବଂ ତାଙ୍କର ଆଜି ଭଲ ଦିନ ଅଟେ । ଶାରୀରିକ ଏବଂ ମାନସିକ ରୂପରେ ଆପଣ ଅସୁସ୍ଥ ରହିବେ । ମନରେ ଦୁଃଖ ଏବଂ ଅସନ୍ତୋଷର ଭାବନା ରହିବ । ଆଖିରେ ପୀଡ଼ା ହେବାର ଆଶଂକା ଅଛି । ପ୍ରତିକାର–ଗହମ, ଗୁଡ ପିଲାମାନଙ୍କୁ ଦାନ କରିବେ

ବିଛା

ଅଯଥା ଭୟଯୋଗୁଁ ନିଜର ମାନସିକ ଅବସ୍ଥାକୁ ବିବ୍ରତ କରନ୍ତୁ ନାହିଁ । ବିନା କାରଣରେ ଭୟଭୀତ ହୁଅନ୍ତୁ ନାହିଁ । ଦୁଃଶ୍ଚିନ୍ତାକୁ ଆପଣେଇବା ଦରକାର ନାହିଁ, ଯୋଉଁଥିପାଇଁ ଆପଣ ଏତେ ଚିନ୍ତାଗ୍ରସ୍ତ , ତାହା ଭିତ୍ତିହୀନ । ବୋଧହୁଏ ଆପଣ ପାହାରକୁ ବୁଲିବାକୁ କିମ୍ବା ଚ଼ଳଚ୍ଚିତ୍ର ଦେଖିବାକୁ ଯାଇପାରନ୍ତି । ଆଜି ଆପଣଙ୍କ ଘର ଏବଂ କାର୍ଯ୍ୟସ୍ଥଳ ଉପରେ ଉତ୍ତମ ବାତାବରଣ ରହିବାରୁ ବହୁତ ପ୍ରସନ୍ନତା ରହିବ । ଆଜି ଆପଣଙ୍କ ସ୍ଵାସ୍ଥ୍ୟ ବିଗିଡ଼ି ପାରେ । ମାନସିକ ରୂପରେ ଆପଣ ଅସୁସ୍ଥତା ଅନୁଭବ କରିପାରନ୍ତି । ଆପଣଙ୍କ ବାଣୀରେ ଅସୁବିଧା ହୋଇପାରେ, ବାଦ-ବିବାଦରେ ପଡ଼ନ୍ତୁ ନାହିଁ । ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ଧନୁ

ଆଜି ଆପଣ ଅଧିକ ସମୟ ପରିବାର ଲୋକଙ୍କ ସହିତ କଟାଇବେ । ନିଜ ଲୋକଙ୍କ ସହିତ ରହିଲେ ଆପଣଙ୍କୁ ବହୁତ ଖୁସି ଲାଗିବ । ନିଜ ପ୍ରତି ପରିବାର ଲୋକଙ୍କ ସ୍ନେହ ଓ ସମ୍ମାନ ଦେଖି ଆପଣ ବହୁତ ଖୁସି ହେବେ । ଆଜି ଆପଣଙ୍କୁ ଉଚ୍ଚ ଅଧିକାରୀମାନଙ୍କ ପାଇଁ ବୋଧହୁଏ କିଛି ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼େ । ଏହି ସମୟଟି ଭାବିଚ଼ିନ୍ତି କରି ପାଦ ଉଠାଇବାର ଅଛି । ନୂଆ ଯୋଜନା ଆରମ୍ଭ କରିବା ପାଇଁ ଆଜି ଅନୁକୂଳ ଦିନ ଅଟେ । ବ୍ୟବସାୟ କରୁଥିବାଲୋକଙ୍କୁ ସରକାରଙ୍କ ତରଫରୁ ଲାଭ ମିଳିବାର ଯୋଗଅଛି ଏବଂ ଚାକିରି ପେଶାଲୋକଙ୍କୁ ଉଚ୍ଚ ପଦାଧିକାରିମାନଙ୍କର କୃପାଦୃଷ୍ଟି ମିଳିବାର ଯୋଗ ଅଛି, ପ୍ରତିକାର– ମସୁରଡାଲି ଧର୍ମସ୍ଥାନରେ ଦେବେ ।

ମକର

ଆଜି ଏଭଳି ଏକ ଦିନ ଯେଉଁଦିନ କି ଆପଣଙ୍କୁ ବିଦେଶରୁ ସୁସମ୍ବାଦ ମିଳିପାରେ । ଯଦି ଆପଣ ପରିବାର ବା ବନ୍ଧୁ ବିଦେଶରେ ରହୁଥାନ୍ତି । ତେବେ ଏହି ସୁସମ୍ବାଦ ତାଙ୍କ ତରଫରୁ ଆସିପାରେ । ଆଜି ଆପଣ ବିଦେଶ ଯାତ୍ରା କରିପାରନ୍ତି । ଆଜି ଆପଣ ନିଜର ପରିଚ଼ିତ ବ୍ୟକ୍ତିମାନଙ୍କ ଜରିଆରେ ବ୍ୟବସାୟିକ ଏବଂ ସାମାଜିକ ଜୀବନରେ ମଫଳତା ପାଇବେ । ଏହି ସମ୍ପର୍କକୁ ବଜାଏ ରଖିବେ, କାରଣ ଏଥିରୁ ହିଁ ଆପଣଙ୍କର ଜୀବନରେ ବହୁତ ଗୁଡ଼ିଏ ପରିବର୍ତ୍ତନ ଆସିବ । ଆଜିର ଦିନ ଆପଣଙ୍କପାଇଁ ଶୁଭ ଅଟେ । ଆଜି ଆପଣ ଆର୍ଥିକ ମାମଲାରେ ଉଚିତ ଯୋଜନା ବନାଇପାରିବେ । ଅନ୍ୟ ଲୋକମାନଙ୍କର ସହାୟତା କରିବାର ପ୍ରଯତ୍ନ କରିବେ । ପ୍ରତ୍ୟେକ କାର୍ଯ୍ୟ ସଫଳତାପୂର୍ବକ ସଂପନ୍ନ ହେବ । ସାର୍ବଜନିକ ଜୀବନରେ ମାନ-ସମ୍ମାନ ବଢ଼ିବ, ପ୍ରତିକାର–ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

କୁମ୍ଭ

ଆଜି ଆପଣଙ୍କ ଜୀବନରେ ଭ୍ରମ ସୃଷ୍ଟି ହୋଇପାରେ, ସାବଧାନ ରୁହନ୍ତୁ ।  ନିଜ ବାଣୀ ଉପରେ ଧ୍ୟାନ ଦିଅନ୍ତୁ ଯେଉଁ ଥିରେ କି ଆପଣ ଆପଣଙ୍କର ସାଙ୍ଗ ମାନଙ୍କୁ କିଛି ଭୂଲ କଥା ନ କୁହନ୍ତୁ । ଆଜି ଯୁକ୍ତି କିମ୍ବା କଳି ହେବାର ସମ୍ଭାବନା ଅଛି । ଏଥିପାଇଁ ଆପଣ କୌଣସି ଯୁକ୍ତି କିମ୍ବା କଳିରେ ନପଡ଼ିବା ପାଇଁ ଚ଼େଷ୍ଟା କରନ୍ତୁ । ଯଦି ଆପଣଙ୍କୁ ଲାଗେ କି ପରିସ୍ଥିତି ବିଗୁଡ଼ୁଛି ତେବେ ଆପଣ ନିଜକୁ ତା` ଠାରୁ ଦୂରରେ ରଖନ୍ତୁ । ଆଜିର ଦିନ ଆପଣଙ୍କ ପାଇଁ ମଧ୍ୟମ ଫଳଦାୟୀ ରହିବ । କିନ୍ତୁ ବୌଦ୍ଧିକ କାର୍ଯ୍ୟ କରିବା ପାଇଁ ଆଜିର ଦିନ ଶୁଭ ଅଟେ । ଆଜି ଲେଖନ ପ୍ରବୃତ୍ତି କିମ୍ବା ସାହିତ୍ୟ ସମ୍ବନ୍ଧିତ କୌଣସି ପ୍ରବୃତ୍ତି ଭଲ ଭାବରେ ନିଭାଇ ପାରିବେ । ଏଥିପାଇଁ ଆପଣ ଯୋଜନା ମଧ୍ୟ ବନାଇ ପାରିବେ, ପ୍ରତିକାର–ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

ମୀନ

ଆପଣ ଆସୁବିଧାରେ ପଡ଼ୁଥିବା ପରିସ୍ଥିତିରୁ ଦୂରେଇ ରୁହନ୍ତୁ । କୌଣସି ବେକାର କାର୍ଯ୍ୟରେ ପଡ଼ନ୍ତୁ ନାହିଁ ଏବଂ ନିଜର ସକାରାତ୍ମକ ଚ଼ିନ୍ତା ଧାରା ବଜାୟ ରଖନ୍ତୁ । ଯାହା ଆପଣ ହୋଇପାରିବେ ନାହିଁ ତାହା ହେବା ପାଇଁ ଚ଼େଷ୍ଟା କରନ୍ତୁ ନାହିଁ । ଆଜି ଆପଣ ଘର ଏବଂ କାର୍ଯ୍ୟରେ ବୋଝ ଅନୁଭବ କରିବେ । ବହୁତ ଲୋକ ଆପଣଙ୍କୁ ଉପଦେଶ ମାଗିବେ । ଆପଣ ସାଧୁତା ଆବଲମ୍ବନ କରି ଉପଦେଶ ଦିଅନ୍ତୁ ଏବଂ ଯେଉଁ କାର୍ଯ୍ୟ କରୁଛନ୍ତି ତାର ପୁରା ଦାୟିତ୍ତ୍ୱ ନିଅନ୍ତୁ । ଆପଣଙ୍କର ଆଜିର ଦିନ ପରୋପକାର ଏବଂ ସଦଭାବନାରେ ବିତିବ । ମାନସିକ ରୂପରେ କାର୍ଯ୍ୟଭାର ଅଧିକ ରହିବ । ଆଜି ଶାରୀରିକ ଏବଂ ମାନସିକ ଫୁର୍ତ୍ତି ଅନୁଭବ କରିବେ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ବିଦ୍ୟାର୍ଥୀଗଣ ପାଠପଢ଼ାରେ ଭଲ ପ୍ରଦର୍ଶନ କରିବେ । ବିବିଧ କ୍ଷେତ୍ରରେ ହେଉଥିବା ଲାଭରେ ଆପଣଙ୍କୁ ପ୍ରସନ୍ନତା ହେବ । ଆୟରେ ମଧ୍ୟ ବୃଦ୍ଧି ହୋଇପାରେ । ମିତ୍ରମାନଙ୍କର ଲାଭ ହେବ ଏବଂ ତାଙ୍କର ପଛରେ ଖର୍ଚ୍ଚ ମଧ୍ୟ ହୋଇପାରେ, ପ୍ରତିକାର– ଗାଈକୁ ଖାଇବାକୁ ଦେବେ ।