ଆଜିର ରାଶିଫଳ, 13 ଡିସେମ୍ବର 2018 ମାଣବସା ଗୁରୁବାର – ଏହି ୪ଟି ରାଶି ଉପରେ ଲକ୍ଷ୍ମୀଙ୍କ କୃପା ବରଷିବ

ମେଷ:–

ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ । ଦିନ ଭିତରେ ଅଭିଳଷିତ ଜିନିଷ ବିଳମ୍ବରେ ପାଇବେ । ନିକଟ ସମ୍ପର୍କୀୟମାନଙ୍କ ଶୁଭକାମନା ଓ ସାହାଯ୍ୟକାରୀ ମନୋବୃତ୍ତି ସାମୟିକ ମନକୁ ଖୁସି କରିପାରେ । ଆନୁଷ୍ଠାନିକ କାମରୁ ସମ୍ମାନଲାଭ ହେବ । ମହିଳାମାନେ ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇପାରନ୍ତି । ପରିବହନ ବ୍ୟବସାୟ କ୍ଷେତ୍ରରୁ ଲାଭବାନ ହେବେ, ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ । ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ ।

ବୃଷ:–

ସାଧାରଣ କେତେକ ସୁବିଧା ସୁଯୋଗକୁ ବାଦ୍ ଦେଲେ ଅନ୍ୟାନ୍ୟ କ୍ଷେତ୍ରରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେବ । କିନ୍ତୁ ଗାମ୍ଭୀର୍ଯ୍ୟପୂର୍ଣ୍ଣ ଯୁକ୍ତିଯୁକ୍ତ କଥା ପରିସ୍ଥିତିକୁ ସମ୍ଭାଳିବାରେ ସମର୍ଥ ହୋଇପାରିବ । ଅଧିକାଂଶ ସମୟ କଣ କରିବେ ଏବଂ କଣ ନକରିବେ ଏହି ଚିନ୍ତାରେ ମନ ଭଲ ରହିବ ନାହିଁ । ଆଲୋଚନା ପରିସରରେ ସହକର୍ମୀଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଭଲ ରହିବ ନାହିଁ । ଅସୁସ୍ଥତା କାରଣରୁ କେତେକ କାମରେ ଅବହେଳା କରିପାରନ୍ତି । ଅଫିସ୍ ରେ ଆଲୋଚନା ସରଗରମ ହୋଇପାରେ । ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ ।

ମିଥୁନ:–

ସମସ୍ୟା ଗୁଡ଼ିକ ସରଳ ସମାଧାନ କରିବାରେ ସମର୍ଥ ହେବେ । ଅର୍ଥ ଲାଭର ଯୋଜନା କରିବା କାମରେ ନିଜକୁ ନିୟୋଜିତ କରିପାରନ୍ତି । ଅଫିସରେ କିମ୍ବା କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ କାମରେ ସନ୍ତୁଷ୍ଟ ହୋଇପାରନ୍ତି । ପଡ଼ୋଶୀମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲ କରିବାର ଚେଷ୍ଟା କରିବେ । ଆର୍ଥିକ ସ୍ଥିତି ପୂର୍ବପରି ରହିବ, ଯାହାକି ସାମୟିକ ଚିନ୍ତା ଉଦ୍ରେକ କରିପାରେ । ମହିଳାମାନେ ନିଜ ଗୃହ ସମସ୍ୟା ସଜାଡିବାକୁ ସୁବିଧା ପାଇବେ । କର୍ମକ୍ଷେତ୍ରରେ ସହକର୍ମୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ । ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ ।

କର୍କଟ:–

ଯେକୌଣସି ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ନା କରିବାର ସାହାସ ରହିବ । କରଜଦାତାଙ୍କ କରଜ ପରିଶୋଧ କରିବା ପାଇଁ ସୁବିଧା ପାଇବେ । ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ସ୍ଥଗିତ କର୍ମଗୁଡ଼ିକର ସମ୍ପାଦନ କରିବେ । କର୍ମକ୍ଷେତ୍ରରେ ଠିକ୍ ଓ ଯୁକ୍ତିଯୁକ୍ତ କଥାକହି ଅନ୍ୟମାନଙ୍କୁ ଆପଣେଇ ପାରିବେ । ଅନ୍ୟାୟ ବିରୋଧରେ ସ୍ୱର ଉଠାଇ ଆନନ୍ଦ ଅନୁଭବ କରିବେ । ଦୂର ଯାତ୍ରାରେ ସଫଳତା ମିଳିବ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ସିଂହ:–

ନିକଟ ସମ୍ପର୍କୀୟମାନଙ୍କ କାର୍ଯ୍ୟକଳାପ ଆପଣଙ୍କ ପାଇଁ ସନ୍ତୋଷ ସୃଷ୍ଟି କରିବ । ଆନୁଷ୍ଠାନିକ କାମରେ ଆପଣ ଗଠନମୂଳକ ପ୍ରସ୍ତାବ ନେଇ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ । ପରିବହନ ବ୍ୟବସାୟ, ଗବେଷଣା, ଯୋଗାଯୋଗ ସକାଶେ ଦିନଟି ବହତୁ ଭଲ । କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଙ୍ଗୀତ ପ୍ରଭୃତିରୁ ସୁଫଳ ପାଇବେ । ରାଜନୈତିକ କ୍ଷେତ୍ରରେ ନୂତନ ଦିଗନ୍ତ ସୃଷ୍ଟି କରି ଚର୍ଚ୍ଚିତ ହେବେ । ମହିଳାମାନେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ ଓ ଗୃହୋପକରଣ କିମ୍ବା ମୂଲ୍ୟବାନ୍ ସାମଗ୍ରୀ କ୍ରୟ କରିପାରନ୍ତି । ନୂତନ କର୍ମାରମ୍ଭ ହେତୁ ନୂଆ ଉତ୍ସାହ ନେଇ କାମ କରି ଚାଲିବେ । ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

କନ୍ୟା:–

ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିପାରିବେ । ଅପରାହ୍ନ ସମୟରେ ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ । ଆର୍ଥିକ ସ୍ୱଚ୍ଛଳତା ଫେରି ପାଇବେ ଓ ଆଶା କରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବ । ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, ସଭାସମିତି ଓ ଆମଦାନୀ ବାଣିଜ୍ୟ କ୍ଷେତ୍ରରେ ଉପକୃତ ହେବେ । ଯେଉଁ କାମରେ ହାତଦେବେ ତାହା ଅବଶ୍ୟ ନିର୍ବିଘ୍ନରେ ସମାପନ ହୋଇଯିବ । ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶୃତି ପାଇ ଟେନ୍ସନ୍ ଦୂର ହେବ । ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ତୁଳା:–

ଶାରୀରିକ ସୁସ୍ଥତା ଫେରିଆସିବା ସହ ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇବେ । ସଭାସମିତି, କ୍ରୀଡ଼ା, କଳା, ସଙ୍ଗୀତ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ । ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ । ଦୂରବନ୍ଧୁଙ୍କ ସୌଜନ୍ୟମୂଳକ ସାକ୍ଷାତ ଲାଭକରି ଖୁସୀହେବେ । ଶିଳ୍ପ, ବାଣିଜ୍ୟ, ପରିବହନ ବ୍ୟବସାୟ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । କୌଣସି ବ୍ୟକ୍ତିଙ୍କ ସହ ସାଧାରଣ କଥାକୁ କେନ୍ଦ୍ରକରି କଳହ ଲାଗିପାରେ । ମହିଳାମାନେ ଦୁଃଶ୍ଚିନ୍ତା ମଧ୍ୟରେ ସମୟ କଟାଇବେ । ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ ।

ବିଛା:–

ଆପଣ ଯେତେ ଶାଳୀନତା ରଖି କହିଲେ ମଧ୍ୟ ଅନ୍ୟମାନେ ଆପଣଙ୍କ କଥାର କଦର୍ଥ କରିବେ । କୌଣସି ଏକ ସାଧାରଣ ଭୁଲ୍ ଭଟକା ଅଫିସ୍ ରେ ଗୋଳମାଳିଆ ପରିସ୍ଥିତି ସୃଷ୍ଟି କରିପାରେ । ପିଲାମାନଙ୍କ ଦୁର୍ବ୍ୟବହାର ସକାଶେ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୂଆଁଇବାକୁ ପଡିପାରେ । କୋର୍ଟକଚେରି ମାମଲାର ଶୁଣାଣି ବିପକ୍ଷରେ ଯାଇପାରେ । ମହିଳାମାନଙ୍କ କର୍ମକ୍ଷେତ୍ର ସମସ୍ୟା ବହୁଳ ହୋଇପାରେ । ବନ୍ଧୁଙ୍କ ଅନୁରୋଧକ୍ରମେ ଭ୍ରମଣ କାରଣରୁ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ । ରାଜନୈତିକ କ୍ଷେତ୍ରରେ କୌଣସି ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

ଧନୁ:–

ପ୍ରତ୍ୟେକ କ୍ଷେତ୍ରରେ କେବଳ କୌଶଳପୂର୍ଣ୍ଣ କଥା କହିବା ଦ୍ୱାରା କାମ ହାସଲ କରିପାରିବେ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ । ଅଫିସ୍ ରେ ଅଟକି ରହିଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ । ବ୍ୟବସାୟ କ୍ଷେତ୍ରରେ ଆଶାଜନକ ସଫଳତା ହାସଲ କରିବେ । କଚେରି ମାମଲାର ଶୁଣାଣି ହେବ, ଯାହାକି ଆପଣଙ୍କ ସପକ୍ଷରେ ଯାଇପାରେ । ଘରର ବରାଦ ମୁତାବକ କୌରସି ବିଳାସ ଉପକରଣ କିଣିପାରନ୍ତି । ମହିଳାମାନେ ନୂତନ ପ୍ରସ୍ତାବ ଦେଇ ବନ୍ଧୁ ଗହଣରେ ଚର୍ଚ୍ଚିତ ହୋଇପାରନ୍ତି । ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ ।

ମକର:–

ଅଫିସରେ ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ । ଆନୁଷ୍ଠାନିକ କାମ, ଗୃହ, ଜମିଜମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକସ୍ଥିରତା ଅକ୍ଷୁର୍ଣ୍ଣ ରହିବ । ଆର୍ଥିକସ୍ଥିତି ଭଲ ରହିବା ଯୋଗେ କାମଗୁଡ଼ିକୁ ଯଥାଶୀଘ୍ର ଶେଷ କରିବାରେ କିଛି ଅସୁବିଧା ହେବ ନାହିଁ । ମିତ୍ରମାନେ ପରାମର୍ଶ ଦେଇ କିଛି ସମସ୍ୟାମୂଳକ କାମ ସମାଧାନ କରାଇପାରନ୍ତି । ବ୍ୟବସାୟୀମାନଙ୍କ ଆର୍ଥିକସ୍ଥିତି ହଠାତ୍ ବଦଳି ଯିବା ଫଳରେ ଖୁସିହେବେ । ଆଇନ, ଅଦାଲତ ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

କୁମ୍ଭ:–

ସତସଙ୍ଗ, ମନୋରଞ୍ଜନ ଓ କ୍ରୀଡ଼ା କ୍ଷେତ୍ରରେ ପ୍ରଶଂସିତ ହେବେ । ବିଳାସ ଉପକରଣ କ୍ରୟ କରିବା ସକାଶେ ଘରୁ ବରାଦ ପାଇବେ । ବ୍ୟବସାୟ କ୍ଷେତ୍ରରେ ମାନସିକ ସ୍ଥିତି ଭଲ ରହିବ । ନିକଟ ସମ୍ପର୍କୀୟମାନଙ୍କ ସହ ପରୋକ୍ଷ ଶତୃତା ବଦଳିଯିବ । କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କର ସୌଜନ୍ୟରୁ ହୋଇଯିବ । ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ । ମହିଳାମାନେ ପୁରାତନ ରୋଗର ପୀଡ଼ା ଭୋଗ କରିବେ । ପରିବାରରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦରେ ପଡିପାରନ୍ତି । ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ ।

ମୀନ:-

ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ସମ୍ପର୍କୀୟଙ୍କ ଶୁଭ ସୂଚନା ପାଇ ଖୁସି ହେବେ । ସମସ୍ୟାଗୁଡ଼ିକ ଆପଣାଛାଏ ସମାଧାନ ହୋଇଯିବାରୁ ମନ ହାଲୁକା ହୋଇଯିବ । ମହିଳାମାନେ ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ । ଦୂରଯାତ୍ରାରେ ସଫଳତା ମିଳିବ । ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ନିଜର ଯୋଜନାମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ରାଜନୀତି କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।