ଆଜିର ରାଶିଫଳ, 13 ଫେବୃୟାରୀ 2019, ବୁଧବାର – ଏହି ୪ଟି ରାଶି ଉପରେ ସାଇ ବାବାଙ୍କ କୃପା ରହିବ

ମେଷ:-

କର୍ମକ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ପ୍ରସିଦ୍ଧି, ସାମାଜିକସ୍ଥିତି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ । ବ୍ୟବସାୟକ୍ଷେତ୍ରରେ କଠିନ ପରିଶ୍ରମ  କରି ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ । ମହିଳାମାନେ କାର୍ଯ୍ୟବ୍ୟସ୍ତତା ଯୋଗୁଁ ପରିବାର ଏବଂ ସାଙ୍ଗସାଥିଙ୍କ ଠାରୁ ଦୂରରେ ରହିବେ ।

ବୃଷ:-

ଗୃହ, ଜମି ଓ ପାରିବାରିକ ସମସ୍ୟାରେ ସାମିଲ ହେବେ । ବ୍ୟବସାୟ ଓ କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବ । କୌଣସି ଯୋଜନା କରିବା ପୂର୍ବରୁ ଗଭୀରଚିନ୍ତା କରିବା ନିହାତି ଆବଶ୍ୟକ । ନୂତନ ଦିଗ୍ଦର୍ଶନପାଇଁ ଚିନ୍ତିତ ରହିବେ । ଭୌତିକ ଓ ଆଧ୍ୟାତ୍ମିକ ମାମଲାରେବ୍ୟସ୍ତ ରହିବେ । ଅବହେଳିତ ଲୋକଙ୍କସହ ମିଳାମିଶା କରି ହଇରାଣ ହେବେ । ପ୍ରତିକାର: ଈଶ୍ୱର ପ୍ରାର୍ଥନା ଓ ଧ୍ୟାନ ଦ୍ୱାରା ଶାନ୍ତି ମିଳିବ ।

ମିଥୁନ:-

ଶିକ୍ଷା କିମ୍ବା ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ । ଆର୍ଥୀକକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ । କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ । ବ୍ୟବସାୟିକ ଗତିବିଧି ଠିକ୍ ରହିଲେ ମଧ୍ୟ ପତ୍ନୀଙ୍କସହ ମତାନ୍ତର ଦେଖାଦେବ । ଅନାବଶ୍ୟକ ଧାଁଦୌଡ଼, ପାରିବାରିକଚିନ୍ତା, ପିତାଙ୍କସହ ମତାନ୍ତର, ବରିଷ୍ଠବ୍ୟକ୍ତି, ପଦାଧିକାରୀଙ୍କ ରୋଷରପାତ୍ର ହେବେ ।   ପ୍ରତିକାର:- ଭୋକିଲା ଲୋକଙ୍କୁ ଖାଇବାକୁ ଦିଅନ୍ତୁ ।

କର୍କଟ:-

ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହୋଇ ପଦୋନ୍ନତି ବା ନୂତନକର୍ମପ୍ରାପ୍ତି ହେବ । ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ । ବ୍ୟବସାୟରେ ସଫଳତା ଅର୍ଜନ  ତଥା ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ଆୟରସ୍ରୋତ ଖୋଲିଯିବ । ପ୍ରତିକାର:- କୁକୁରକୁ କିଛି ଖାଦ୍ୟଦିଅନ୍ତୁ ।

ସିଂହ:-

ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ । ବ୍ୟବସାୟକ୍ଷେତ୍ରରେ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ମହିଳାମାନଙ୍କର ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଛାତ୍ର-ଛାତ୍ରୀମାନେ କାର୍ଯ୍ୟବ୍ୟସ୍ତତା ଯୋଗୁଁ ପରିବାର ଏବଂ ସାଙ୍ଗସାଥିଙ୍କ ଠାରୁ ଦୂରରେ ରହିବେ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ ।

କନ୍ୟା:-

ଆର୍ଥିକ ଓ ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ । କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇବେ । ମହିଳାମାନଙ୍କର ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଛାତ୍ର-ଛାତ୍ରୀମାନେ ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ତୁଳା:-

ବ୍ୟବସାୟକ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତହେବ । ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ । ଅନେକ ଗୁଡ଼ିଏ କାର୍ଯ୍ୟବ୍ୟସ୍ତତା ଭିତରେ ରହି ନିଜର ମାନସିକ-ଭାରସାମ୍ୟ ହରାଇବେ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ଓ ଆତ୍ମୀୟ ଶତ୍ରୁତା ସହ ବ୍ୟତିବ୍ୟସ୍ତ ରହିବେ । ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ । ପ୍ରତିକାର:- ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ ।

ବିଛା:-

ବ୍ୟବସାୟକ୍ଷେତ୍ରରେ କରଜର ମାତ୍ରା ହ୍ରାସପାଇବ । ରାଜନୀତି କ୍ଷେତ୍ରରେ ଭୋଗ ବିଳାସରେ ଦିନଟି କାଟିବା ପାଇଁ ଆଗ୍ରହୀ ହେବେ । ଛାତ୍ର-ଛାତ୍ରୀମାନଙ୍କର ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକ ତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ । ମହିଳାମାନଙ୍କର ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବାଫଳରେ  ମାନସମ୍ମାନ ବୃଦ୍ଧିହେବ ।

ଧନୁ:-

ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ । ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁବଢ଼ିବାର ଯୋଜନାସଫଳହେବ । ଆର୍ଥିକକ୍ଷେତ୍ରରେ ଉନ୍ନତିହେବ । ବ୍ୟବସାୟ ପ୍ରସାରଫଳରେ  ଅତ୍ୟଧିକ ଲାଭହେବ ।

ମକର:-

କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ । ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହୋଇପାରେ । ଧାର୍ମିକ କାର୍ଯ୍ୟରେ କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ କ୍ଷତିରେ ପଡିବେ । ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର ଓ ବୃଦ୍ଧି କଲେ ଆଶାତିତ ଲାଭବାନ୍ ହେବେ । ସାମାଜିକ ସ୍ତରରେ ଖ୍ୟାତି ହେବ । ଦୂରଯାତ୍ରା କଷ୍ଟକର ହେବ ।

କୁମ୍ଭ:-

ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ । ପୂର୍ବରୁ ଲାଗିରହିଥିବା ଅଫିସରେ ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ । ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତିହେବ । କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀମାନେ ବିପଦରେ ପକେଇବେ । ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ ।

ମୀନ:-

ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ । ବ୍ୟବସାୟ ପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ । ରାଜନୀତି, ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ । କର୍ମକ୍ଷେତ୍ରରେ ଯୋଗାଯୋଗ କାଲେ ଆଶା କରୁଥିବା ସ୍ଥାନକୁ ସ୍ଥାନାନ୍ତରଣ ହେବେ ଏବଂ ନୂତନକର୍ମ ମଧ୍ୟ ପ୍ରାପ୍ତିହେବ ।