ଆଜିର ରାଶିଫଳ, 14 ଅକ୍ଟୋବର 2019 ସୋମବାର, ମହାଦେବଙ୍କ ଦିବ୍ୟ କୃପା ପାଇ ଏହି ୪ଟି ରାଶି ର ସବୁ ଇଚ୍ଛା ପୂରଣ ହେବ

୧-ମେଷ

ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ଭଳି ସୁଖ-ସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧ ଆଶା କରି ହେବ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ ଓ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ ।

୨-ବୃଷ

ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ । ହରାଇଥିବା ଧନ ପ୍ରାପ୍ତି ହେବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ନୂତନ କର୍ମ ନିଯୁକ୍ତି ପାଇବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ ।

୩-ମିଥୁନ

ଲକ୍ଷପ୍ରତି ଯଥାର୍ଥବାଦୀ ହେବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହୋଇ କର୍ମକ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ । ପ୍ରେମ କ୍ଷେତ୍ରରେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ଶିକ୍ଷା କ୍ଷେତ୍ରରେ ମନଯୋଗ ଦେବେ । ନିଜର ବୁଦ୍ଧିମତା କାରଣରୁ କାମ ହାସିଲ କରି ପାରିବେ । ଅଫିସର, ସହକର୍ମୀ ଓ ମିତ୍ର କାମର ପ୍ରଶଂସା କରିବେ । ପ୍ରିୟ ଲୋକମାନଙ୍କ ସହିତ ସମ୍ବନ୍ଧ ଓ ସମ୍ପର୍କ ସ୍ଥାପନ ହେବ । ଅଧିକ ପରିଶ୍ରମ କରି ଅର୍ଥ ଲାଭ କରିବେ । ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ । କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରିପାରିବେ ।

୪-କର୍କଟ

ପରିଶ୍ରମ ଓ କଷ୍ଟର ପୁରା ଲାଭ ମିଳିବ । ଧନ ଲାଭ ପ୍ରାପ୍ତ ହେବ । କାମ-କାର୍ଯ୍ୟ ପ୍ରତି ମନ ଲାଗିବ । କୌଣସି ନୂତନ କର୍ମ କରିପାରିବେ । ପ୍ରେମ-ପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ । କୌଣସି ଆଶ୍ଚର୍ଯ୍ୟ ଜନକ କଥା ଶୁଣି ଚକିତ ହେବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଚିନ୍ତା ବା ସମସ୍ୟା ଦୂର ହେବ । ରାଜକୀୟ କାର୍ଯ୍ୟ ପ୍ରଭାବଶାଳି ବ୍ୟକ୍ତିଙ୍କ ସହାୟତାରେ ସମ୍ପନ୍ନ ହେବ । ପରିବାର ମଧ୍ୟରେ ସମୟ ବିତେଇବେ । ସୁନ୍ଦର ବସ୍ତୁପ୍ରତି ଆକର୍ଷିତ ହେବେ । ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପ୍ରାପ୍ତ ହେବ । ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ ।

୫-ସିଂହ

ବନ୍ଧୁ ମିତ୍ରଙ୍କ ଆଗମନ ହେବା ଫଳରେ ଶୁଭ ସମାଚାର ପ୍ରାପ୍ତି ହେବ । କୌଣସି ମାଙ୍ଗଳିକ ଉତ୍ସବରେ ଯୋଗଦାନ କରିବେ । ପ୍ରତିଯୋଗୀତା, ପରୀକ୍ଷା ଓ ପ୍ରତିସ୍ପର୍ଦ୍ଧାରେ ସଫଳତା ମିଳିବ । କର୍ମ କ୍ଷେତ୍ରରେ ନୂଆ ପରିବର୍ତ୍ତନ ହେବାର ସମ୍ଭାବନା ଅଛି । କଠିନ ପରିଶ୍ରମ କରି ନିଜର ପତିଆରା ବଜାୟ ରଖିବେ । ବ୍ୟାପାର ଓ କାରବାରରେ ବହୁତ ଲାଭ ପାଇବାର ଯୋଗଅଛି । ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ ହୋଇଯିବ । ଲେଖନ, କଳା ଓ ସମ୍ପାଦନ ଆଦିରେ ଜଡିତ ବ୍ୟକ୍ତିଙ୍କର ଉନ୍ନତି ହେବ ।

୬-କନ୍ୟା

ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ଶିକ୍ଷାଖେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ । ଶତୃ ଓ ବିରୋଧୀମାନେ ଦୂରେଇଯିବେ । ଘରର ଗୁରୁଜନ ବା ମାତା-ପିତାଙ୍କୁ ସମ୍ମାନ ଦେଲେ ତାଙ୍କର ଆଶୀର୍ବାଦରେ ଆପଣଙ୍କର ବିକାଶ ପ୍ରତ୍ୟେକ କ୍ଷେତ୍ରରେହେବ । ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ । ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ ।

୭-ତୁଳା

ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗରୁ ସମ୍ମାନ ଓ ଶ୍ରଦ୍ଧାର ସ୍ରୋତ ଛୁଟିବ । କେହି ଲୋଭଗ୍ରସ୍ତ କରାଇ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଚେଷ୍ଟା କରିବ । ସେବା ଭବନରେ ଉଦଦ୍ବୁଦ୍ଧ ହୋଇ ଅନେକଙ୍କର କଲ୍ୟାଣ କରିବା ସୁଯୋଗ ପାଇବେ । ଶରୀର ସୁସ୍ଥ ରହିବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ବ୍ୟବସାୟୀ ମାନେ କାରବାରରେ ବୁଡି ରହି ଲୋଭଗ୍ରସ୍ତ ନ ହୋଇ ପରିଶ୍ରମୋଚିତ ଲାଭପାଇବେ । ନିମ୍ନବର୍ଗର ବ୍ୟକ୍ତିବିଶେଷ ଅଧିକାଂଶ କ୍ଷେତ୍ରରେ ସାହାଯ୍ୟର ମନୋବୃତ୍ତି ଗ୍ରହଣ କରିବା ଫଳରେ ସନ୍ତୋଷ ଲାଭ କରିବେ ।

୮-ବିଚ୍ଛା

ଗୃହରେ ଶୁଭକାର୍ଯ୍ୟ ମଧ୍ୟ କରି ପାରିବେ । ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳ ହେବେ । କର୍ତ୍ତବ୍ୟନିଷ୍ଠା ପରାୟଣ ହୋଇ କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ । ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ । ରାଜକୀୟ ମାମଲାରେ ସଫଳତା ମିଳିବ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଦୂରଯାତ୍ରା କରି ମନ ଖୁସି ରହିବ । ମାଲିମୋକଦ୍ଦମାରେ ବିଜୟୀ ହେବେ । ବିଦେଶ ଯାତ୍ରାରେ ଲାଭବାନ ହେବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବଢିବ ।

୯-ଧନୁ

ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ମିଳିବ । ଉତ୍ତରାଧିକାର ଏବଂ ପୈତୃକ ସମ୍ପତ୍ତିକୁ ନେଇ କୋର୍ଟକଚେରୀ ମାମଲାରେ ସମସ୍ୟା ସମାଧାନର ବାଟ ମିଳିବ । କୌଣସି କାର୍ଯ୍ୟ କରିବା ପୂର୍ବରୁ ବୁଝିବିଚାରି ନିର୍ଣ୍ଣୟ ନେବା ଆବଶ୍ୟକ । ସାମାଜିକ ସ୍ଥିତି, ମାନ-ସମ୍ମାନ ଓ ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ । ପରିବାରରେ ମାତା ପିତାଙ୍କ ସହ କଳହ ସୃଷ୍ଟି ହେବ । ପ୍ରତିବନ୍ଧକ ସତ୍ତ୍ୱେ ମଧ୍ୟ ଆଗକୁ ବଢ଼ିବାର ଇଚ୍ଛା ଏବଂ ଆତ୍ମ ବିଶ୍ୱାସ ବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କ ଉପଦେଶକୁ ଖରାପ ନଭାବି ମାନି ନେବା ହିତକର ।

୧୦-ମକର

ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ ଓ ଧନ ପ୍ରାପ୍ତି ହେବ । ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବା ପାଇଁ ମନ ଲଗାଇ କାର୍ଯ୍ୟ କରିବେ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ପକ୍ଷରେ ରହିବ । ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବ । ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ । ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ ।

୧୧-କୁମ୍ଭ

ମହିଳାମାନେ ସୁଖ-ଶାନ୍ତିରେ ଦିନଟି କଟାଇବେ । ବାଦବିବାଦ, କୋର୍ଟ କଚେରୀ ମାମଲା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ରାଜନୀତିବିଜ୍ଞାନ, ବୈଷୟିକ ବିଦ୍ୟା, ଜ୍ୟୋତିଷ, ଦର୍ଶନ, ଅଧ୍ୟାପକ, ଓକିଲ, ପୋଲିସ, ଚିକିତ୍ସକ ମାନଙ୍କର ବିଶେଷ ଉନ୍ନତିହେବ । ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ । କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ଋଣ ଭରଣା ପାଇଁ ଚେଷ୍ଟା କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ ।

୧୨-ମୀନ

ଖେଳରେ ଓ ବିଦ୍ୟାରେ ଉନ୍ନତି ହେବ ଏବଂ ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହିପାରିବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇବେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ଶିଳ୍ପ, ବାଣିଜ୍ୟ, ଯାତ୍ରା, ରାଜନୀତି, ପ୍ରଶାସନ କ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନେ ସମସ୍ୟାକୁ ସୁଧାରି ନବା ଫଳରେ କର୍ମକ୍ଷେତ୍ର ସୁଦୃଢ଼ ହେବ ।