ଆଜିର ରାଶିଫଳ, 14 ଏପ୍ରିଲ 2020, ହନୁମାନଙ୍କର କୃପା ରହିବ ଏହି ୪ଟି ରାଶି ଉପରେ

୧-ମେଷ

ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇ ପ୍ରଚୁର ଲାଭ ପାଇବେ । ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ସ୍ୱାସ୍ଥ୍ୟରେ ଉନ୍ନତି ଘଟିବା ଫଳରେ ମାନସିକ ଶାନ୍ତି ମିଳିବ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ଆଶା ମୁତାବକ ଫଳ ପାଇବେ । ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ କରିବେ ।

୨-ବୃଷ

ଆୟ ଅପରିବର୍ତ୍ତିତ ରହିବ । କର୍ମ କ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ । ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ । ଧର୍ମ କାର୍ଯ୍ୟପ୍ରତି ମନ ବଳାଇ ଦୂର ଯାତ୍ରାରେ ଅତ୍ୟଧିକ ଅର୍ଥ ବ୍ୟୟ କରିବେ ଯାହାଦ୍ୱାରା ଆର୍ଥିକ ସଙ୍କଟ ଦେଖାଦେବ । ମନକୁ ଆଘାତ ଲାଗିଲାପରି କଥା ଶୁଣିବେ ।

୩-ମିଥୁନ

କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ । ଆୟର ସ୍ରୋତ ଖୋଲିଯିବ । ପ୍ରେମ ସମ୍ପର୍କ ବିବାହରେ ପରିଣତ ହେବ । ସନ୍ତାନର ଶିକ୍ଷା ପାଇଁ ଦୂର ଯାତ୍ରା କରିବାକୁ ପଡ଼ିବ । ଘରୋଇ ସମସ୍ୟାର ସମାଧାନ ହେବ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ବ୍ୟବସାୟିକ ସଫଳତା ମିଳିବ । ବାଦ-ବିବାଦ, ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷା, ଓ ସାକ୍ଷାତ୍କାରରେ ବିଜୟୀ ହେବେ ।

୪-କର୍କଟ

ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ ବୃଦ୍ଧି ହେବ । ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରେମ ସମ୍ପର୍କ ବିବାହରେ ପରିଣତ ହେବ । ସ୍ୱାସ୍ଥ୍ୟରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ । ଦୂରଯାତ୍ରାରେ ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ଓ ଅର୍ଥାଗମ ଦିଗ ଖୋଲା ରହିବ ।

୫-ସିଂହ

କର୍ମ କ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ । ବିବାଦୀୟ ପରିସ୍ଥିତି ସମାଧାନ ଓ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ । ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ଫଳରେ ଆୟ ବୃଦ୍ଧି ପାଇବ । ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ । ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ ।

୬-କନ୍ୟା

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ମାନସିକ ଶାନ୍ତି ମିଳିବ ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ଦାମ୍ପତ୍ୟ କଳହର ଅବସାନ ଘଟିବ । ବକେୟା ଅର୍ଥ କିଛି ମିଳିବ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ । ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ । ସନ୍ତାନ-ସନ୍ତତିଙ୍କ ମର୍ଜି ରକ୍ଷା କରି ଶାନ୍ତି-ଶୃଙ୍ଖଳାରୁ ଦୂରେଇ ଯାଇ ପାରନ୍ତି ।

୭-ତୁଳା

ଶତୃମାନେ ପରାଜିତ ହୋଇ ମିତ୍ରଭାବ ଆଚରଣ କରିବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ବାଦ-ବିବାଦ,ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ଦାମ୍ପତ୍ୟ ସୁଖରେ ଆତ୍ମସନ୍ତୋଷ ମିଳିବ । ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ବ୍ୟବସାୟରେ ଅତ୍ୟଧିକ ପରିଶ୍ରମ କରି ଲାଭ ପାଇବେ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ।

୮-ବିଚ୍ଛା

ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ ଓ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଆର୍ଥିକ ଦିଗରୁ ସୁବିଧା ହେଲେ ମଧ୍ୟ ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଦେଖାଦେଇ ପାରେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ ।

୯-ଧନୁ

କର୍ମକ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ପରିବାରର ଆବଶ୍ୟକତା ପୂରଣ ଦିଗରେ ଖର୍ଚ୍ଚାନ୍ତ ହେବେ । ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ । ବାଦ ବିବାଦ, କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ମନଉଣାହେବ । ଯାନବାହନରେ ସତର୍କତା ଅବଲମ୍ବନ କରିବା ଉଚିତ୍ । ରାଜନେତାମାନେ ସ୍ଥଳବିଶେଷରେ ବ୍ୟୟ ସଂକୋଚନ ନ କଲେ ଆପଣା ଲୋକଙ୍କ ବିରକ୍ତି ଭାଜନ ହେବେ ।

୧୦-ମକର

ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଦୂରଯାତ୍ରାର ସୁଯୋଗ ପାଇବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ଆୟ ଉପାର୍ଜନର ବୃଦ୍ଧି ହେବ । ବ୍ୟବସାୟରେ ଆଶାତୀତ ଲାଭ ମିଳିବ । ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । କ୍ରିଡା ପ୍ରତିଯୋଗିତାରେ, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ ।

୧୧-କୁମ୍ଭ

ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ପୁରାତନ ରୋଗର ଉପଶମ ହେବା ଫଳରେ ମନ ଶାନ୍ତ ରହିବ । ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ । ଅନ୍ୟର ଉପକାର କରି ପ୍ରଶଂସିତ ହେବେ । ବ୍ୟବସାୟରେ ନୂତନଧାରା ଖୋଲିବେ । ନିର୍ମାଣମୂଳକ ଯୋଜନାରେ ଆଗେଇବେ । ଋଣରୁ ମୁକ୍ତି ମିଳିବ । ଶତ୍ରୁବାଧା ଦୂରେଇ ଯିବ । ମାଙ୍ଗଳିକ କାର୍ଯ୍ୟ ସମ୍ପାଦନ ହେବ । ବାଦ-ବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ ।

୧୨-ମୀନ

ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । କ୍ରିଡା ପ୍ରତିଯୋଗିତାରେ, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । କର୍ମକ୍ଷେତ୍ରରେ ଆୟର ସ୍ରୋତ ବୃଦ୍ଧି ହେବ ।