ଆଜିର ରାଶିଫଳ, 14 ଡିସେମ୍ବର 2018 ଶୁକ୍ରବାର – ରାହୁ ଓ କେତୁ ହେଲେ ହେଲେ ଏକାଠି ଏହି ୫ଟି ରାଶି ସବୁ କାମରେ ସଫଳ ହେବେ

ମେଷ:-

ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଦୂରଯାତ୍ରାର ସୁଯୋଗ ପାଇବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଆର୍ଥିକ ସଙ୍କଟ ଦୂରେଇଯିବ । ଧାର କରଜ ସୁଝିବାପାଇଁ ସୁଯୋଗ ପାଇବେ । ଧର୍ମାତ୍ମା, ଦେବତା, ସାଧୁସନ୍ଥଙ୍କସେବା ଓ ପରୋପକାର କର୍ମରେ ନିଜକୁ ନିଯୋଜିତ କରିବେ । ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟରେ ପ୍ରବଳ ଲାଭ ହେବ । ପରିବହନ ଓ ପାର୍ଟନରସିପ ବ୍ୟବଶାୟରେ ଲାଭ ଅପରି ବର୍ତିତ ରହିବ । ଚାକିରି କ୍ଷେତ୍ରରେ ପଦୋନ୍ନତିର ସୂଚନା ନିଶ୍ଚୟ ପାଇବେ । ପାରିବାରିକ ପତିଆରା ଭଲ ରହିବ । ମହିଳାମାନେ ଉତ୍ତମ ବୁଝାମୁଣାରେ ଗତିକରି ଅଦୃତି ଓ ଶ୍ରଦ୍ଧାର ଅଧିକାରିଣୀ ହେବେ । ରାଜନୀତି କ୍ଷେତ୍ରରେ ବାଧା ବନ୍ଧନ ନମାନି ଆଗେଇ ଯିବାର ସୁଯୋଗ ପାଇବେ । ପ୍ରତିଦ୍ବନ୍ଦିତାରେ ବିଜୟୀ ହୋଇ ପଦ ପଦବୀରେ ଅଧିଷ୍ଠିତ ହେବେ । ସତ୍ୟବାଦୀ, ଶାନ୍ତିପ୍ରିୟ, ଧୈର୍ଯ୍ୟଶିଳ, ଭଦ୍ର ବ୍ୟକ୍ତିଭାବେ ପ୍ରଶଂସା ପାଇବେ । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

ମିଥୁନ:-

ସ୍ଥଳ ବିଶେଷରେ ଦୂରସ୍ଥାନବାସ ଯୋଜନା ମନ ମଧ୍ୟରେ ଉଙ୍କି ମାରିବା ଫଳରେ ଅସନ୍ତୋଷର ଶରବ୍ୟ ହେବେ । ବନ୍ଧୁମାନେ ଈର୍ଷାପରାୟଣ ହେବେ । ନୈରାଶ୍ୟ, ଅର୍ଥାଭାବ ଓ ଦୁଃସମ୍ବାଦ ପ୍ରାପ୍ତିହେବ । କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ । କର୍ମକ୍ଷେତ୍ରରେ ଅସୁବିଧା ନହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ । ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ । ମହିଳାମାନଙ୍କର ଅର୍ଥ କିମ୍ବା ଦ୍ରବ୍ୟହାନି ଯୋଗୁ ବ୍ୟସ୍ତତା ବଢ଼ିଯିବ । ପରିବାରରେ ଆକସ୍ମିକ ଭାବରେ ଖର୍ଚ୍ଚଭାର ବୃଦ୍ଧି ପାଇବା କାରଣରୁ ଦୁଶ୍ଚିନ୍ତା ପ୍ରକଟ କରିବେ । ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ ।

କର୍କଟ:-

ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ । ଆର୍ଥିକ ଦିଗର ଅଭିବୃଦ୍ଧି କାରଣରୁ ଗଠନମୂଳକ ତଥା ସେବାସମ୍ବନ୍ଧିତ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣକରିବେ । ଶତ୍ରୁ ନାଶ ଯୋଗେ ନିରୁପଦ୍ରବ ଜୀବନଚର୍ଯ୍ୟାର ଅଧିକାରୀହେବେ । ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିହେବେ । ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ ଓ କର୍ମକ୍ଷେତ୍ରରେ ଶୁଭ ଫଳ ପାଇବେ । ମହିଳାମାନଙ୍କ ଚାକିରିରେ ପଦୋନ୍ନତିସହ ଆର୍ଥଲାଭ ହେବ । ଯୁବକ ଯୁବତୀ ମାନେ ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହୋଇ ନୂତନ କର୍ମ ନିଯୁକ୍ତିର ସୁବିଧା ସୁଯୋଗ ପାଇ ଖୁସିହେବେ । ପ୍ରତିକାର- ଭୋକିଲା ଲୋକକୁ ନିରାଶ କରିବେ ନାହିଁ ।

ସିଂହ:-

କର୍ମକ୍ଷେତ୍ରରେ ସଚ୍ଚୋଟ ଓ ନ୍ୟାୟୀ ବ୍ୟକ୍ତିହିସାବରେ ସମ୍ମାନ ପାଇବେ । ପ୍ରତେକ କଥାକୁ ଟିକିନିଖି ପରୀକ୍ଷା ପରେ ହିସାବକୁ ନେବେ । ସ୍ଵାସ୍ଥ୍ୟରେ ଉନ୍ନତି ସହ ଅଧ୍ୟାତ୍ମିକ ତଥା ବୈଷୟିକ ରୁଚି ପୂର୍ତ୍ତି ହେବ । ପାରିବାରିକ ସୁଖ ସମ୍ପନ୍ନତା ଲାଭ ହେବ ଏବଂ ଆୟ ମଧ୍ୟ ଉତ୍ତମ ହେବ । ମହିଳାମାନେ ସନ୍ତାନ ସନ୍ତତି ମାନଙ୍କଖୁସିରେ ଆନନ୍ଦିତ ହେବେ । ବ୍ୟବସାୟ କ୍ଷେତ୍ରରେ ଦ୍ଵିଗୁଣା ଲାଭ ପାଇବା ଦ୍ରବ୍ୟ କ୍ରୟ କରିବେ । କୌଣସି ଶିକ୍ଷା ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ । କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ । ପ୍ରତିକାର-ହନୁମାନ ମନ୍ଦିରରେ ବୁନ୍ଦି ଭୋଗ କରି ପିଲାଙ୍କୁ ବାଣ୍ଟନ୍ତୁ ।

କନ୍ୟା:-

କର୍ମକ୍ଷେତ୍ରରେ ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ ଜନିତ ଯଶ-ମାନ-ପ୍ରତିଷ୍ଠା ପ୍ରାପ୍ତି ହେବ । ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ ଓ କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ । ଅଧିକ ପରିଶ୍ରମ ବଳରେ ଜୀବନ ଶୈଳିରେ ସୁଖ-ସମୃଦ୍ଧି ଓ ପ୍ରତିଷ୍ଠାଲାଭ କରିବେ । ମହିଳାମାନେ ପରିବାରରେ ସୁଖ-ସମୃଦ୍ଧି ପ୍ରାପ୍ତିରେ ଆତିବାହିତ କରିବେ । ଶିକ୍ଷା କ୍ଷେତ୍ରରେ ଅଧ୍ୟୟନରେ ମନ ନିବେଶ କରି ପ୍ରଶଂସା ପାଇବେ । ପରୀକ୍ଷା ପ୍ରତିଯୋଗୀତାରେ କୃତକାର୍ଯ୍ୟ ହୋଇ ଉଚ୍ଚଶ୍ରେଣୀ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚସ୍ଥିତି ରକ୍ଷା କରି ଚଳିବେ । ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ । ପ୍ରତିକାର- ମସୁରଡାଲି ଧର୍ମସ୍ଥାନରେ ଦେବେ ।

ତୁଳା:-

କର୍ମକ୍ଷେତ୍ରରେ ଓ ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ଆର୍ଥିକ ସଙ୍କଟ ଦୂର ହୋଇ କୌଣସି କାମ ଅଟକିବନାହିଁ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ପାରିବାରିକସ୍ତର ହସ ଖୁସିରେ କଟିବ । ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବା ସହ ଚିନ୍ତା କରିଥିବା କାମ ଗୁଡିକ ହେବ । ପଢାପଢିରେ ମନ ଧ୍ୟାନ ପ୍ରାୟ ଲାଗି ରହିବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖି ହେବେ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ବାଧ୍ୟ ହେବେ । ପ୍ରତିକାର-ଉପହାର ସ୍ୱରୂପ ଲାଲରଙ୍ଗର ବସ୍ତୁ ଗ୍ରହଣ କରନ୍ତୁ ନାହିଁ ।

ବିଛା:-

ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହିବ ଓ ବନ୍ଧୁତ୍ଵ ବୃଦ୍ଧି ପାଇବ । ଉପରିସ୍ଥଙ୍କୁ ସନ୍ତୁଷ୍ଠ କରିହେବ, ଯଦି କର୍ତ୍ତବ୍ୟ ପରାୟଣତାକୁ ରକ୍ଷା କରିପାରିବେ । ସୁଖ-ସମୃଦ୍ଧି ପ୍ରତି ବାଧାବିଘ୍ନ ଘଟିବା ଯୋଗେ ଉଦ୍ ବେଗ ଓ ଅଶାନ୍ତି ବୃଦ୍ଧିହେବ । ସବୁ ଭଲ ଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ । କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ପରିସ୍ଥିତିକୁ ଟାଣିହୋଇ ଯିବେ । ମହିଳାମାନେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ପାଇବେ । ବ୍ୟବସାୟ କ୍ଷେତ୍ରରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ । ପ୍ରତିକାର:-ଷଣ୍ଢ ଓ ଗାଈଙ୍କୁ ପରିବା ଖାଇବାକୁ ଦିଅନ୍ତୁ ।

ଧନୁ:-

ଘରଠୁ କର୍ମ କ୍ଷେତ୍ରକୁ ପ୍ରମୁଖତା ଦେଇ ଆଧିକ ସମୟ ମଧ୍ୟ ଉତ୍ସର୍ଗ କରିବାକୁ ପଡିବ । କୃତକର୍ମ ନିମନ୍ତେ ଅନୁଶୋଚନା ଓ ହଠାତ୍ ମତ ପରିବର୍ତ୍ତନ କରି ସମସ୍ତଙ୍କୁ ଚକିତ କରି ଦେବେ । ମାତୃସ୍ଥାନୀୟା ବ୍ୟକ୍ତିଙ୍କ ପାଇଁ ବନ୍ଧୁବାନ୍ଧବଙ୍କ ସହ ମନାନ୍ତର ସୃଷ୍ଟି ହେବ । ଘର ତଥା ପରିବାରର କଥା ଚିନ୍ତାକରି କ୍ଷୋଭ ଓ ଅବଶୋଷ ଅନ୍ତରରେ କୁହୁଳିବାସହ ଅସ୍ଥିରମନ ହେତୁ କଥାରେ ସଂଯମତା ହରାଇବେ ଓ ସମସ୍ୟାକୁ ଡାକି ଆଣିଲାଭଳି କାମ କରିବେ । ପ୍ରତ୍ୟେକ କାମ ବିଳମ୍ବିତ ସମୟରେ ହେବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ । ଆଜି ଯେତେ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍ ବୁଝିବେ, ଏଣୁ ସତର୍କତା ଗ୍ରହଣ କରିବା ଭଲ । ପ୍ରତିକାର:- ଅସହାୟଙ୍କୁ ଅନ୍ନ ଦାନ ଦିଅନ୍ତୁ ।

ମକର:-

କୌଶଳପୂର୍ଣ୍ଣ କାର୍ଯ୍ୟଶୈଳୀ ଓ ବିବେକାନୁମୋଦିତ ଚିନ୍ତାଧାରା ସାଙ୍ଗକୁ ଦୃଢ଼ ପଦକ୍ଷେପ ନେଇ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ । ଆନୁଷ୍ଠାନିକ କାମରେ ଦକ୍ଷତା ହେତୁ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ । ହୋଟେଲ, ତେଲବ୍ୟବସାୟୀ, କଳାକାର, ରାଜନୈତିଜ୍ଞ, ଶିଳ୍ପକାରୀ, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଂ, ପନିପରିବା ଚାଷୀମାନେ ବିଶେଷ ଲାଭାନ୍ୱିତ ହେବେ । ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ଆଜି ମିଳିଯିବ । ମହିଳାମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ ଓ ସୁଖ ସମୃଦ୍ଧି ବୃଦ୍ଧିହେବ । ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-

ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସହଜରେ ସମାଧାନ କରିପାରିବେ । ପାରିବାରିକ କ୍ଷେତ୍ରରେ ଶୁଭଖବର ପାଇ ଖୁସି ହେବେ ଓ ହସ ଖୁସିରେ ସମୟ କଟିବ । ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ । ନିକଟସ୍ଥ ବ୍ୟକ୍ତି ସାହାର୍ଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ । ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ । ଥାନା, ଫାଣ୍ଡି କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ । ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ ।

ମୀନ:-

କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ । ନିକଟସ୍ଥ ବ୍ୟକ୍ତି ସାହାର୍ଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ । ଧାର୍ମିକକାର୍ଯ୍ୟରେ ରୁଚି ବଢ଼ିବ । ସମୟ ଆନନ୍ଦମୟ ହେବ । ଆର୍ଥିକ ସାହାଯ୍ୟ ମିଳିବ । ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡ଼ିବ । ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ । ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ । କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ଠିକ୍ ଭାବେ ବୁଝିପାରିବେ ନାହିଁ । ପାରିବାରିକ ଜୀବନ ସୁଖରେ କଟିବ । ପ୍ରତିକାର-ଲାଲଚନ୍ଦନ ମସ୍ତକରେ ଲଗାନ୍ତୁ ।