ଆଜିର ରାଶିଫଳ, 14 ଡିସେମ୍ବର 2019 ଶନିବାର, ଶନିଦେବ ଙ୍କ କୃପାରୁ ଏହି ୪ଟି ରାଶି ଧନ ଲାଭ କରିବେ ଓ ଦୁଃଖ ଦୂର ହେବ

୧-ମେଷ

ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ ଓ ପ୍ରସାର ପ୍ରଚାର କରିବାର ସୁଯୋଗ ପାଇ ଖୁସି ହେବେ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ଆର୍ଥିକ ଦିଗରୁ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ । ମହିଳାମାନଙ୍କର ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରିବାକୁ ବାଧ୍ୟ ହେବେ । ପ୍ରତିକାର– ଭୋକିଲା ଲୋକଙ୍କୁ ଭୋଜନ ଦିଅନ୍ତୁ ।

୨-ବୃଷ

କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ପ୍ରତିକାର– ହରିଡାଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

୩-ମିଥୁନ

ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ଆକସ୍ମିକ ଧନପ୍ରାପ୍ତି ହେବ । ବନ୍ଧୁ, ମିତ୍ର ସହକର୍ମୀ ଓ ଭାଗୀଦାରୀଙ୍କ ସମ୍ପର୍କରେ ମଧୁର ଆସିବ । ମାଲିମୋକଦ୍ଦମାରେ ଖେଳ ନୃତ୍ୟ ଗୀତ ପ୍ରତିଯୋଗିତାରେ ସଫଳ ହେବେ । ସ୍ୱାସ୍ଥ୍ୟ, ପରିବାର, କର୍ମକ୍ଷେତ୍ର, ଅର୍ଥ ସମ୍ପର୍କୀୟ ସମସ୍ୟା ଅନୁକୂଳ ରହିବ । ବିଦ୍ୟାରେ ଉନ୍ନତି ହେବ ଓ ଶୁଭ ସମାଚାର ମିଳିବ । ରାଜ ନୀତିରେ ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ । ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ । ଅର୍ଥଲାଭର ମାର୍ଗ ଖୋଲିଯିବ । ପ୍ରତିକାର– ହରିଡାଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

୪-କର୍କଟ

ସ୍ଥଗିତଥିବା କର୍ମଟି ପୂରଣ ହେବ । କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ପାରିବାରିକସ୍ତର ହସ ଖୁସିରେ କଟିବ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ମହିଳାମାନଙ୍କପାଇଁ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ପ୍ରତିକାର– ଲିମ୍ବଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

୫-ସିଂହ

ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ସଭାସମିତି ଓ ସମାଜିକ କାର୍ଯ୍ୟଯୋଗେ ଆତ୍ମୀୟମାନଙ୍କ ସାହାଯ୍ୟ ନେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ । ନୂତନକର୍ମ ଯୋଗୁ ଆୟବୃଦ୍ଧି ହେବ । ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । ପ୍ରତିକାର–ଲାଲଚନ୍ଦନ ମସ୍ତକରେ ଲଗାଇବା ଉଚିତ ।

୬-କନ୍ୟା

ରାଜନୀତି କ୍ଷେତ୍ରରେ ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ । ନୂତନ କାର୍ଯ୍ୟରେ ଉନ୍ନତି ହେବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ମହିଳାମାନଙ୍କର ସମସ୍ତ ଚେଷ୍ଟା ସଫଳ ହେବା ଫଳରେ ଶାନ୍ତିପାଇବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଦୂରଯାତ୍ରାର ସୁଯୋଗ ମିଳିବ ଓ ଦୂରଯାତ୍ରାରେ ସଫଳ ହେବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

୭-ତୁଳା

ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ମହିଳାମାନେ ଆତ୍ମୀୟମାନଙ୍କ ସମ୍ମୁଖରେ ମୁଣ୍ଡ ନୂଆଁଇବେ । ବିଦ୍ୟା କ୍ଷେତ୍ରରେ ଲାଭ ପାଇବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଅଫିସରେ କିମ୍ବା ପରିବାରରେ ସୁସମ୍ପର୍କ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ କାମଗୁଡ଼ିକ ସହଜରେ ହୋଇଯିବ । ବ୍ୟବସାୟରେ ଉନ୍ନତି କରିବେ । କଚେରି ମାମଲାରେ ସମସ୍ୟା ସମାଧାନ ହୋଇଯିବ । ରାଜନୈତିକ କ୍ଷେତ୍ରରେ ସଭାସମିତି ଓ ସମାଜିକ କାର୍ଯ୍ୟରେ ଯୋଗ ଦେଇ ସାହାଯ୍ୟ ପାଇବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ପ୍ରତିକାର– କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

୮-ବିଚ୍ଛା

ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ । ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଶୁଭ ସଂବାଦ ପାଇ ଖୁସିହେବେ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ପ୍ରତିକାର– ଶଣ୍ଢକୁ ଖାଇବାକୁ ଦିଅନ୍ତୁ ।

୯-ଧନୁ

କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କର ସୌଜନ୍ୟରୁ ହୋଇଯିବ । ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ । ବୁଦ୍ଧିମତା କାରଣରୁ ଆର୍ଥିକସ୍ଥିତି ସୁଧୁରିବ ଓ ଅବସ୍ଥା ବଦଳିଯିବ । ନିର୍ମାଣକାର୍ଯ୍ୟ ସମ୍ପନ୍ନ ହେବା ଫଳରେ ସନ୍ତୁଷ୍ଟ ରହିବେ । କୌଣସି ଦରକାରୀ ମୂଲ୍ୟବାନ ଜିନିଷ ଖରିଦ କରିବାକୁ ମନ ବଳାଇବେ । ସମସ୍ୟାଗୁଡ଼ିକ ଆପଣାଛାଏ ସମାଧାନ ହୋଇଯିବାରୁ ମନ ହାଲୁକା ହୋଇଯିବ । ମହିଳାମାନେ ମନପସନ୍ଦ ଜିନିଷପାଇ ଖୁସି ହେବେ । ପରିବାରରେ ସୁଖଶାନ୍ତି ଫେରି ଆସିବ । ପ୍ରତିକାର– ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

୧୦-ମକର

ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ପରିବାରରେ ଖୁସିର ବାତାବରଣ ସ୍ଥାୟି ରହିବ । ନୂତନ ସମ୍ବନ୍ଧ ସୃଷ୍ଟିହେବ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ । ମହିଳାମାନେ ମାନସିକ ସୁସ୍ଥତା ଅନୁଭବ କରି ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ । ଯୁବକ ଯୁବତୀ ମାନଙ୍କର ଚାକିରି କ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ପ୍ରତିକାର– ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

୧୧-କୁମ୍ଭ

ବିଚାରବିଭାଗ, ଚିକିତ୍ସାବିଭାଗ, ରାଜନୀତି ବିଭାଗ, ଶିକ୍ଷା ବିଭାଗ ଆଦିରେ କର୍ମରତ ବ୍ୟକ୍ତିମାନେ ଅଧିକ ଲାଭବାନ୍ ହେବେ । କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ଶୁଭଫଳ ମିଳିବ । ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । ମହିଳାମାନେ କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ପ୍ରତିକାର– କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

୧୨-ମୀନ

ମହିଳାମାନେ ବନ୍ଧୁଙ୍କ ପ୍ରତିଶୃତି ପାଇ ଆଶ୍ଵସ୍ତି ଅନୁଭବ କରିବେ । କଳା,ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତିହେବେ । ନିର୍ମାଣାଧୀନ କାମ ଅଟକି ରହିଯିବା ଯୋଗୁ ସାମାନ୍ୟ ଚିନ୍ତିତ ରହିବେ । ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।