ଆଜିର ରାଶିଫଳ, 14 ନଭେମ୍ବର 2019 ଗୁରୁବାର, ମହାଲକ୍ଷ୍ମୀ ଏହି ୪ଟି ରାଶି ଉପରେ ଧନର ବର୍ଷା କରିବେ

୧-ମେଷ

ବାସସ୍ଥାନ ବା ଯାନବାହାନ ନବୀକରଣ କରିବାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଋଣ ଭରଣାରେ ସହଜ ହେବ । କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ । ଶିକ୍ଷାର୍ଥୀ ମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ମହିଳାମାନେ ଭଲ କାମ କରି କର୍ମରେ ଉନ୍ନତି ସହିତ ଆକସ୍ମିକ ଅର୍ଥଲାଭର ସୂଚନା ପାଇବେ । ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହେବ ।

୨-ବୃଷ

ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ । ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତହେବ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନୂଆଲକ୍ଷ ନିର୍ଦ୍ଧାରିତ କରି ତାହାର ସଫଳତା ପାଇଁ ପ୍ରଯତ୍ନଶୀଳ ରହିବେ । ବକେୟା ଅର୍ଥ ଆଦାୟ ହେବ । ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ ।

୩-ମିଥୁନ

ସଭାସମିତି, ସାହିତ୍ୟ ଓ କଳା କ୍ଷେତ୍ରରେ ପ୍ରଶଂସିତ ହେବେ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ । ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନ ଆସିବ ।

୪-କର୍କଟ

ବିଦ୍ୟାରେ ମନ ଯୋଗଦେଲେ ପ୍ରତିକୁଳ ପରିସ୍ଥିତି ଦୂରେଇଯିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆଗ୍ରହ ବଢିବ । ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଆଳସ୍ୟ ବୃଦ୍ଧିପାଇବ । ମହିଳାମାନେ ନିଜର ଇଚ୍ଛା ବିରୋଧରେ କୌଣସି କର୍ମକରି ଅନୁତାପ କରି ପାରନ୍ତି । ବ୍ୟବସାୟରେ ସଫଳତା ଅର୍ଜନ ଓ ଦୂରଯାତ୍ରାର କଷ୍ଟ ପାଇବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ମହିଳାମାନେ ମାନସିକ ସୁସ୍ଥତା ଅନୁଭବ କରିବେ ।

୫-ସିଂହ

ନିଜର ଯୋଜନା ମୁତାବକ କାର୍ଯ୍ୟ କରିବେ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ । ଦୂରସ୍ଥାନକୁ ଯାତ୍ରା କଲେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ବଡପଣିଆ ଦେଖାଇଲେ ମନ୍ଦଫଳ ଭୋଗିବାକୁ ପଡିବ । ସେବାକାରୀ ମାନଙ୍କ କଠିନ ପରିଶ୍ରମ ଦ୍ଵାରା ଯଶ-ମାନ ସମ୍ମାନ ମିଳିବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ସନ୍ତାନ ସନ୍ତତିଙ୍କ ଉନ୍ନତିରେ ମାନସିକ ଶାନ୍ତି ବୃଦ୍ଧିହେବ ।

୬-କନ୍ୟା

ବ୍ୟବସାୟ ରେ ସାହାଯ୍ୟ ସହଯୋଗ ମିଳିବ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପଢିବା, ପଢେଇବାରେ ସଫଳତା ମିଳିବ । ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରିପାରିବେ । ଆୟର ସ୍ରୋତ ଖୋଲିଯିବ । ପଦୋନ୍ନତି ସହ ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇ ପାରନ୍ତି । ଦୂରଯାତ୍ରାର ସୁଯୋଗ ପାଇ ସଫଳ ହେବେ । କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ହେବ । ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯିବ । ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ ।

୭-ତୁଳା

ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ । କ୍ରୀଡ଼ାବିଦ୍ ମାନେ ପ୍ରଶଂସିତ ହେବେ । ସ୍ୱାସ୍ଥ୍ୟ, ପରିବାର, କର୍ମକ୍ଷେତ୍ର, ସତସଙ୍ଗ ଓ ମନୋରଞ୍ଜନ ପାଇଁ ସମୟ ଅନୁକୂଳ ରହିବ । ସମସ୍ତ ଚେଷ୍ଟା ସଫଳ ହେବ । ନୂତନ କାର୍ଯ୍ୟରେ ଉନ୍ନତି ହେବା ସହ ଶାନ୍ତିପାଇବେ । ପୁରାତନ ରୋଗର ଉପଶମ ପରିଲକ୍ଷିତ ହେବ । ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଆକସ୍ମିକ ଧନପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ ।

୮-ବିଚ୍ଛା

ପୁରାତନ ରୋଗର ପ୍ରକୋପ ହ୍ରାସ ହେବାଫଳରେ ମନଶାନ୍ତ ରହିବ । କର୍ମକ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ । ମହିଳାମାନେ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ ଓ ଯାନବାହାନ କିଣି ପାରିବେ । ବ୍ୟବସାୟରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ପ୍ରାପ୍ତି ହେବ । କର୍ମ ନିଯୁକ୍ତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂରଣ ହେବ ।

୯-ଧନୁ

ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଲେଖାପଢାରୁ ଶୁଭଫଳ ମିଳିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ।

୧୦-ମକର

କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ପରିବାରରେ ଖୁସିର ବାତାବରଣ ସ୍ଥାୟି ରହିବ । ନୂତନ ସମ୍ବନ୍ଧ ସୃଷ୍ଟିହେବ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ । ମହିଳାମାନେ ମାନସିକ ସୁସ୍ଥତା ଅନୁଭବ କରିବେ । ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ ।

୧୧-କୁମ୍ଭ

ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଆମୋଦ ପ୍ରମୋଦ, ମନୋରଞ୍ଜନରେ ଆଗ୍ରହ ବଢିବ । ନିଜ ଆଚାର ବ୍ୟବହାରରେ ତ୍ରୁଟି ପରିଲକ୍ଷିତ ହେବାଦ୍ଵାରା ଗୁରୁଜନଙ୍କ ଅସନ୍ତୋଷ ଭାଜନ ହେବେ । ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ବେଶ୍ ଦୁଇ ପଇସା ଲାଭ ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳି ପାରେ ।

୧୨-ମୀନ

ତତ୍ ସଙ୍ଗେ ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । ଧାର୍ମିକସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ । ସାମାଜିକ ପ୍ରତିଷ୍ଠା, ପ୍ରତିପତ୍ତି, ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ ।