ଆଜିର ରାଶିଫଳ, 14 ସେପ୍ଟେମ୍ବର 2019 ଶନିବାର, ଶନି ଦେବ ଙ୍କ କୃପା ରହିବ ଏହି ୫ ଟି ରାଶି ଉପରେ

ମେଷ:-

ଅର୍ଥ ସଂପର୍କିତ  ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ । ଭଲମନ୍ଦ ବିଚାର ନକରି ଯେ କୌଣସି କାର୍ଯ୍ୟକଲେ ଆୟ ବୃଦ୍ଧି ହେବ । କାର୍ଯ୍ୟକ୍ଷେତ୍ରରେ ନୂତନ ଯୋଜନା ପାଇଁ ସହ ଯୋଗ ମିଳିବ । ଶାରୀରିକ କଷ୍ଟ ଦୂରେଇ ଯିବ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ସରକାରୀ କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ । ମାନସିକ ଅଶାନ୍ତି ଦୂର ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ଦୂରଯାତ୍ରା କରି ବ୍ୟବସାୟରେ ସଫଳତା ପାଇବେ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବୃଷ:-

ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ  ରହିବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ ହେବ । କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ କୃତକାର୍ଯ୍ୟ ହେବେ । ଉତ୍ତରାଧିକାର ଏବଂ ପୈତୃକ ସମ୍ପତ୍ତିକୁନେଇ କୋର୍ଟକଚେରୀ ମାମଲାରେ ବିଜୟୀ ହେବେ । କ୍ୟାରିଅର  ସମସ୍ୟା ସମାଧାନର ବାଟ ମିଳିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ । ମହିଳାମାନଙ୍କର କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ । ପାରିବାରିକ ଜୀବନରେ ଆୟ ବୃଦ୍ଧିହେବା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ପତି-ପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ । ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । କୌଣସିକାର୍ଯ୍ୟ କରିବା ପୂର୍ବରୁ ବୁଝିବିଚାରି ନିର୍ଣ୍ଣୟ ନେବା ଆବଶ୍ୟକ ।  ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

କର୍କଟ:-

ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ ଉନ୍ନତି ହେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହେବେ । ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେବେ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-

ବ୍ୟବସାୟ କ୍ଷେତ୍ରରେ ସହଯୋଗ ପ୍ରାପ୍ତି ହେବ ଓ ଆୟ ବୃଦ୍ଧିହେବା ସହ ମାନ-ସମ୍ମାନ ବୃଦ୍ଧି ହେବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ ଓ ଅଧିକ ରୋଜଗାର କରି ଗୃହୋପକରଣ କ୍ରୟ କରି ପାରିବେ । ଘରୋଇ ସଂସ୍ଥାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ ।  ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କନ୍ୟା:-

ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବାର ଯୋଗଅଛି । ଉଚ୍ଚ ଶିକ୍ଷାପାଇଁ ଯାତ୍ରା କରିବା ସାର୍ଥକ ହେବ । ସେବା ସମ୍ବନ୍ଧିୟ କାର୍ଯ୍ୟରେ ପ୍ରଶଂସିତ ହେବେ । ନିଜର କାର୍ଯ୍ୟ ପୂରଣ କରିବା ପାଇଁ ବାହାର ଲୋକଙ୍କ ସହଯୋଗ ମିଳିବ । କାର୍ଯ୍ୟକ୍ଷେତ୍ରରେ କମ୍ ପରିଶ୍ରମରେ ସଫଳତା ପାଇବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ମନ ସନ୍ତୋଷ ହେବ । ଅଧିକ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ । ବିଦ୍ୟାରେ ଉନ୍ନତି ହେବ । ବ୍ୟବ ସାୟରେ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ । ଚିନ୍ତା ଭାବନା ଦୂର ହୋଇଯିବ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

ତୁଳା:-

ଶତ୍ରୁମାନେ ମିତ୍ରତା କାର୍ଯ୍ୟ କରିବେ । କର୍ମକ୍ଷେତ୍ରରେ ମାନସିକ ଅଶାନ୍ତି ଦୂର ହୋଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଅତ୍ୟଧିକ ଲାଭବାନ ହୋଇ ଆର୍ଥିକ ସ୍ଥିତି ସୁଦୃଢ ହେବ ।   ରାଜନୈତିକ କ୍ଷେତ୍ରରେ ନୂତନ କାର୍ଯ୍ୟକରିବା ପୂର୍ବରୁ ସତର୍କତା ଅବଲମ୍ବନ କରିବା ଆବଶ୍ୟକ । ବାଦବିବାଦ, ମାଲିମୋକଦ୍ଦମାରେ ସଫଳ ହେବେ ସାମାଜିକ ପ୍ରତିଷ୍ଠା ବଢ଼ିବ । ଶିକ୍ଷା କ୍ଷେତ୍ରରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ଉପକୃତ ହେବେ । କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ସରକାରୀ କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ରାଜନୈତିକକ୍ଷେତ୍ରରରେ ସ୍ଥିତି ସୁଦୃଢ ହେବ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ମାନସିକ ପାରିବାରିକ ଅଶାନ୍ତି ଦୂର ହୋଇ ସୁଖ ଶାନ୍ତିରେ ଦିନଟି କଟିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଅଶୁଭତ୍ୱ ନାଶହୋଇ ଶୁଭଫଳ ପ୍ରାପ୍ତି ହେବ । ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହେବ । ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ ।  ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ଧନୁ:-

ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବେ । ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନପାଇଁ ଦୂରଯାତ୍ରାର ସୁଯୋଗ ପାଇବେ । ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ଶତୃ ଓ ବିରୋଧିମାନେ ଅପଦସ୍ଥ ହେବେ । ବାଦବିବାଦ, ମାଲିମୋକଦ୍ଦମାରେ ଆଶାତୀତ ଫଳ ପାଇବେ । ଶାରୀରିକ ଅସୁସ୍ଥତା ଦୂର ହେବ । ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ବସ୍ତ୍ର, ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ବ୍ୟବସାୟରେ ଲାଭବାନ ହେବେ । ପଢ଼ାପଢ଼ିରେ ମନଦେବେ । ମାନସିକ ଦୁଶ୍ଚିନ୍ତା ଦୂରହେବ । ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

ମକର:-

ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟର ଜୀବନ ଓ ପରିବାରର ଉନ୍ନତି ହେବ । କର୍ମକ୍ଷେତ୍ରରେ ପଦୋନ୍ନତି, ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭ, ସନ୍ତାନମାନଙ୍କର ଉନ୍ନତି, ନୂତନ ବାହନ ଓ ଗୃହ ଆଦି ଲାଭ ହେବାର ଯୋଗ ଅଛି । ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସହ ସମୟ ବିତିବ । ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭ ହେବ । ବ୍ୟବସାୟପାଇଁ ବିଦେଶଯାତ୍ରା କରିବେ । ଶାରୀରିକ ଅସୁସ୍ଥତା ଦୂର ହେବ । ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-

ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ । ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବ । ବ୍ୟବସାୟରେ ଭାଗିଦାରୀମାନଙ୍କଠାରୁ ସାହାଯ୍ୟ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହେବ ଓ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ମହିଳାମାନେ ବ୍ୟବସାୟିକ କ୍ଷେତ୍ରରେ ଉନ୍ନତି କରିବେ । ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ । ରାଜନୀତିକ୍ଷେତ୍ରରେ ଯଶମାନ ବୃଦ୍ଧିହେବା ସହ କାର୍ଯ୍ୟଭାର ବୃଦ୍ଧି ହେବ ।  ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

ମୀନ:-

କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ପରିବାରର ଭୁଲ୍ ବୁଝିଥିବା ଲୋକମାନେ ନିଜର ତ୍ରୁଟି ଜାଣି ପାରିବେ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।