ଆଜିର ରାଶିଫଳ, 15 ଅକ୍ଟୋବର 2019 ମଙ୍ଗଳବାର, ମା ମଙ୍ଗଳା ଆଜି ଏହି ୫ ରାଶିର ସବୁ ଇଚ୍ଛା ପୂରଣ କରିବେ

୧-ମେଷ

ବିଦେଶ ଯାତ୍ରାରେ ଯଶଲାଭ, ଆର୍ଥିକ ଉନ୍ନତି, ଶୁଭ ସମ୍ବାଦ ପ୍ରାପ୍ତିହେବ । ବ୍ୟବସାୟରେ ଗୁରୁ ଦାୟିତ୍ୱ ବହନ କରି, କଠିନ ପରିଶ୍ରମ କରିବାକୁ ପଡିବ । ସନ୍ତାନଙ୍କର ଉନ୍ନତି ଖବର ପାଇ ମନ ଖୁସି ରହିବ । ସମସ୍ତ କାର୍ଯ୍ୟ ଶୁଭଫଳ ପ୍ରାପ୍ତି ହେବ । ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହୋଇ ପାରେ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ବିବାଦରୁ ମୁକ୍ତ ହେବେ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ପରୀକ୍ଷାପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଆଶାତୀତ ଫଳ ପାଇବେ । ସମୟକୁ ହାତ ଛଡ଼ା ନ କରିବା ଉଚିତ୍ ।

୨-ବୃଷ

ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । କର୍ମଜୀବିମାନେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । ଶାରିରୀକ ଅସୁସ୍ଥତା ଦୂରହେବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ ।

୩-ମିଥୁନ

ବିଦ୍ୟାର୍ଥୀଙ୍କୁ ସଫଳତା ମିଳିବ । ପରିଶ୍ରମ ଓ କଷ୍ଟକରି ଶାନ୍ତି ବଜାୟ ରଖିବେ । ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ । ମିଳିମିଶି କାମ କରିପାରିଲେ କଷ୍ଟ ଦୂର ହେବ । କାହାକୁ ଦେଇଥିବା ଉଧାର ଟଙ୍କା ମିଳିଯିବ । ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ । ଗୃହପୋକରଣ ନୂତନ ବସ୍ତୁ କ୍ରୟ କରି ପାରିବେ । ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ଆର୍ଥିକ ମାମଲା ସୁଧୁରିବ । ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ । ଚାକିରୀ କ୍ଷେତ୍ରରେ ମଧ୍ୟ ସୁଧାର ଆସିବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ବିଗିଡି ଯାଇଥିବା କାର୍ଯ୍ୟ ବା ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ ।

୪-କର୍କଟ

ପାରିବାରିକ ବାତାବରଣ ମଧ୍ୟ ପ୍ରତିକୂଳ ରହିବ । ବସ୍ତ୍ର, ଆଭୁଷଣ ଗହଣା ଆଦି କ୍ରୟ କରିପାରିବେ । ମାତା-ପିତାଙ୍କ ସ୍ଵାସ୍ଥ୍ୟରେ ସୁଧାର ହେବ । ରୋଜି-ରୋଜଗାରର ଉଚିତ୍ ଅବସର ମିଳିବ । ଶତୃ ବା ବିରୋଧୀଙ୍କ ଠାରୁ ସାବଧାନ ରହିବା ଉଚିତ୍ । ସମସ୍ତ କାର୍ଯ୍ୟର ସମସ୍ୟା ସମାଧାନ ହୋଇଯିବ । ଯଶ କୀର୍ତ୍ତିରେ ଉନ୍ନତି ହେବ । କୌଣସି ଅଚିହ୍ନା ବ୍ୟକ୍ତି ସାହାଯ୍ୟ କରିବେ । ବୌଦ୍ଧିକ କ୍ଷମତାରେ ବୃଦ୍ଧି ହେବ, କୌଣସି ମିତ୍ରଙ୍କ ଉପଦେଶ କାମରେ ଲାଗିବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାମ ନିଶ୍ଚୟ ସମ୍ପନ୍ନ ହେବ ।

୫-ସିଂହ

କର୍ମକ୍ଷେତ୍ରରେ କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ସମ୍ପର୍କ ହେବା ଫଳରେ ଆଗକୁ ବଢିବାରେ ସହାୟତା ମିଳିବ । ଶତୃମାନଙ୍କୁ ମିତ୍ର କରିବା ପାଇଁ ପ୍ରୟାସରତ ରହିବେ । ନୂତନ କାମ ଆରମ୍ଭ କରିପାରିବେ । କୌଣସି ଧର୍ମସ୍ଥଳ, ମନ୍ଦିର, ମଠକୁ ଯିବା ପାଇଁ ପୋଗ୍ରାମ୍ କରିବେ । ଶାରୀରିକ ସ୍ୱାସ୍ଥ୍ୟ ଭଲ ରହିବ । ଧୈର୍ଯ୍ୟ ଓ ସାହସ ଦ୍ଵାରା ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ସରକାରୀ କ୍ଷେତ୍ରରେ ଯଶ, କୀର୍ତ୍ତି, ମାନ-ସମ୍ମାନ ମିଳିବ । ନୂତନ ଦ୍ରବ୍ୟ କ୍ରୟ-ବିକ୍ରୟ କରି ଆଶାତୀତ ଲାଭ ପାଇବେ । ଲୋକକଲ୍ୟାଣ କର୍ମରେ ନିଜକୁ ନିୟୋଜିତ କରିବେ ।

୬-କନ୍ୟା

ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ, ବିବହୋତ୍ସବର ସଂକେତ, ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ । ଆୟ ଉତ୍ତମ ଓ ବ୍ୟୟ ହ୍ରାସ ପାଇବା ସହ ଏକ ସଙ୍ଗେ ପ୍ରଚୁର ଅର୍ଥଲାଭ ଯୋଗ ରହିଛି । କୌଣସି ବ୍ୟାଙ୍କରୁ ମଧ୍ୟ ଋଣ ପାଇବା ଯୋଗ ଅଛି । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଶିକ୍ଷାର୍ଥୀମାନେ ସଂଘର୍ଷ କରିବାକୁ ବାଧ୍ୟ ହୋଇ ଉଚ୍ଚ ଶିକ୍ଷାସ୍ଵପ୍ନ ସାର୍ଥକ କରିବେ । ବ୍ୟବସାୟୀମାନେ ଅଶାନ୍ତିର ମୁହାଁମୂହିଁ ହୋଇ ଧନମାନ ଦିଗରୁ ସୁରକ୍ଷିତ ରହିବେ । ମହିଳାମାନେ ପରିଶ୍ରମର ସୁଫଳ ଭୋଗ କରିବେ ଓ ଧନ ସମ୍ପତିରେ ଘର ହସି ଉଠିବ ।

୭-ତୁଳା

କରଜ ଭାରରୁ ମୁକ୍ତି ମିଳିବ । ଆଇନ ଅଦାଲତରେ ଜୟଯୁକ୍ତ ହେବେ । ଚାକିରିରେ ପ୍ରତିଷ୍ଠିତ ହେବେ । ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ । ମହିଳାମାନଙ୍କର କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ନିମ୍ନବର୍ଗ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ । ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ । ବ୍ୟବସାୟ କ୍ଷେତ୍ରରେ ଖୁବ ଅଗ୍ରଗତି ଘଟିବ ।

୮-ବିଚ୍ଛା

ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ଅଶାନ୍ତିର ଝଡ ଶାନ୍ତ ହେବ । ଶତୃମାନେ ଦୂରେଇଯିବେ ଓ ଯଶ, ମାନ-ସମ୍ମାନ ପ୍ରତିଷ୍ଠା ମିଳିବ । ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ପାଇବେ । ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ । ଶ୍ରମ ସାର୍ଥକ ହେବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ । ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ ।

୯-ଧନୁ

ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ । ବନ୍ଧୁଙ୍କ ଆଗମନ ହେବ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । କର୍ମକ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ ।

୧୦-ମକର

ମହିଳାମାନଙ୍କର କର୍ମ, ବ୍ୟବସାୟରେ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ଅଧ୍ୟୟନରେ ଅଧିକ ପରିଶ୍ରମ କରିବା ଆବଶ୍ୟକ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ଗୁରୁ ଗୁରୁ ଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ । ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ । ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ । ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ରକ୍ଷା କରିବା କାଠିକର ପାଠ ହେବ ।

୧୧-କୁମ୍ଭ

ବ୍ୟବସାୟୀକ ସଫଳତା ଆତ୍ମସନ୍ତୋଷ ବଢେଇବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ । ମାନସିକ ଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପରିବାରରେ ମାନ ମନାନ୍ତର ଦୂର ହେବ । କର୍ମକ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ ।

୧୨-ମୀନ

ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତ୍କାରରେ ସଫଳତା ମିଳିବ । ଅଧିକାରୀଙ୍କ ଠାରୁ ସହଯୋଗ ମିଳିବ । ସନ୍ତାନଙ୍କ ଚିନ୍ତାରେ ମାନସିକ ଚିନ୍ତା ବୃଦ୍ଧି ହେବ । ନିଜ ଲୋକ ମନମୋଟିଆ ହେବେ । ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣରେ ବିଳମ୍ବ ହେବ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ । ବ୍ୟବସାୟରେ ସଫଳତା ଅର୍ଜନ କରି ଆଶାତୀତ ଲାଭ ଉଠେଇବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ହୋଇପାରେ ।