ଆଜିର ରାଶିଫଳ 15 ଅଗଷ୍ଟ 2019, ଗୁରୁବାର, ମା ଲକ୍ଷ୍ମୀ ଆଜିଠୁ ୭ ଦିନ ଯାଏ ଏହି ୫ଟି ରାଶିର ସବୁ କାମ ପୂରଣ କରିବେ

ମେଷ:-

ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ । ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । କର୍ମକ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟରେ ଉନ୍ନତିହେବା ସହ ଲାଭବାନ ହେବେ । ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ । ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ ।  ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ବୃଷ:-

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରିପାରନ୍ତି ।  ରାଜନୈତିକ କ୍ଷେତ୍ରରେ ଦଦୁଲ୍ୟମାନ ପରିସ୍ଥିତି ସୃଷ୍ଟିହେବ । କୌଣସି ଶୁଭ କାର୍ଯ୍ୟ କରିବା ଅନୁଚିତ । ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ । ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । ମହିଳାମାନେ ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ । ସନ୍ତାନମାନଙ୍କର ଉନ୍ନତି, କେତେକ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ବ୍ୟବସାୟ ବାଣିଜ୍ୟ ମାମଲାରେ ଦୂରସ୍ଥାନ ଯିବାକୁ ପଡିବ ଓ ଲାଭ ହେବ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇବେ । ଋଣ ଭରଣାରେ ସହଜ ହେବ । କର୍ମ କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । ମହିଳାମାନେ ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ । ଉଚ୍ଚ ଆଶାରେ ଆଗେଇବେ । କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ନୂତନ କାର୍ଯ୍ୟ ଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ । ବ୍ୟବସାୟରେ ଆୟ ବଢିବା ସହ ଆର୍ଥିକ ସମସ୍ୟା ଦୂର ହେବ । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ରାଜନୀତିରେ ପରୋପକାର ସମାଜସେବା କାର୍ଯ୍ୟରେ କୃତକାର୍ଯ୍ୟ ହେବେ ।  ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।

ସିଂହ:-

ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ପରିବାରରେ ମାନ ମନାନ୍ତର ଦୂର ହେବ । ବିଦେଶ ଯାତ୍ରାରେ ଲାଭବାନ ହେବେ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ । ଉତ୍ତମ ରୋଜଗାର ହେବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି । ମହିଳାମାନେ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ ।  ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

କନ୍ୟା:-

ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ । ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠା ବୃଦ୍ଧି ହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି । ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-

ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମର୍ଥ ହେବେ । ମହିଳାମାନେ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହି ପାରିବେ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ । ଶୁଭ ସମ୍ବାଦପାଇ ଖୁସିହେବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ ।  ପ୍ରତିକାର:- ମାଦକ ଦ୍ରବ୍ୟ ବ୍ୟବହାର କରନ୍ତୁ ନାହିଁ ।

ଧନୁ:-

ବ୍ୟବସାୟ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆହୋଇ କର୍ତ୍ତବ୍ୟ ପାଳି ଚାଲିଲେ ସାମାଜିକ ପତିଆରା ଅମଳିନ ରହିବ । କର୍ମ କ୍ଷେତ୍ରରେ ବହୁବିଧ ସୁଯୋଗ ଜୁଟିବ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ଲାଭ ହେବ । ଶିକ୍ଷା କ୍ଷେତ୍ରରେ ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ ଓ ସୁଖ ସମ୍ପନ୍ନତା ଲାଭ ହେବ । ରାଜନୀତି, ବିଜ୍ଞାନ, ବୈଷୟିକ ବିଦ୍ୟା, ଜ୍ୟୋତିଷ, ଦର୍ଶନ, ଅଧ୍ୟାପକ, ଓକିଲ, ପୋଲିସ, ଚିକିତ୍ସକମାନଙ୍କର ବିଶେଷ ଉନ୍ନତିହେବ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

ମକର:-

ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ । କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । ମହିଳା ମାନଙ୍କର ଚାକିରି କ୍ଷେତ୍ରରେ ଉନ୍ନତି, ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ । କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ ।  ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ରାଜନୀତି କ୍ଷେତ୍ରରେ ଅସ୍ୱସ୍ତି ଲାଭ କରିବେ । ବିଦେଶଯାତ୍ରାରେ ଯଶଲାଭ, ପରିବାରରେ ମାନ ମନାନ୍ତର ଦୂର ହେବ । ମାନସିକ ଏକାଗ୍ରତା ରଖି ପାରିବେ । ଶୁଭ ସମ୍ବାଦପାଇ ଖୁସିହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ମହିଳାମାନଙ୍କର ଚାକିରିରେ ପଦୋନ୍ନତିସହ ଆର୍ଥଲାଭ ହୋଇପାରେ । ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ଦ୍ୱାରା ବିଶେଷ ଲାଭବାନ୍ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ବ୍ୟବସାୟୀମାନେ ଅଳ୍ପ ପରିଶ୍ରମ କରି ଅଧିକ  ଲାଭ ପାଇବେ । ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହେବ । ମାଲି ମୋକଦ୍ଦମାର ସମସ୍ୟା ଦୂରହେବ ଓ ଉଚ୍ଚ ଆଶାରେ ଆଗେଇବେ । ରାଜନୀତି କ୍ଷେତ୍ରରେ ଅସ୍ୱସ୍ତି ଲାଭ କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।