ଆଜିର ରାଶିଫଳ, 15 ଏପ୍ରିଲ 2020, ବୁଧବାର, ଏହି ୪ଟି ରାଶିର ଆଜି ଖୋଲିବ ଭାଗ୍ୟର ଦ୍ଵାର

୧-ମେଷ

କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ସଫଳତା ଲାଭ ହେବ । ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ । ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ ଓ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ଶତୃ, ରୋଗ, ଋଣରୁ ମୁକ୍ତି ହେବେ । ଶାରିରୀକ ସୁସ୍ଥତା ଦେଖା ଦେବ ।

୨-ବୃଷ

ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ସ୍ୱାସ୍ଥ୍ୟ ସ୍ଥିତି ମଧ୍ୟମ ରହିବ । ପ୍ରେମ-ପ୍ରସଙ୍ଗରେ ଭୁଲ୍ ବୁଝାମଣାର ନିରାକରଣ ହେବ । ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ ।

୩-ମିଥୁନ

ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ । ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ବେଶ୍ ଦୁଇ ପଇସା ଲାଭ ହେବ । କର୍ମ କ୍ଷେତ୍ରରେ ଉନ୍ନତି ଏବଂ ନୂତନ ଆୟର ପନ୍ଥା ଖୋଲିଯିବ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ । ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ ।

୪-କର୍କଟ

ଆର୍ଥିକ ସ୍ଥିତିରେ ବୃଦ୍ଧି, କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ପାରିବାରିକ ସମସ୍ୟା ସମାଧାନ ହୋଇଯିବ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । କର୍ମ ନିଯୁକ୍ତି କ୍ଷେତ୍ରରେ ନୂତନ ଚାକିରୀ ପାଇବେ ଏବଂ ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ । ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ ଓ ପ୍ରଚୁର ଆୟ ହେବ । ମହିଳାମାନଙ୍କର ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ ।

୫-ସିଂହ

ଆର୍ଥିକ ଉନ୍ନତି ମାନସିକ ଶାନ୍ତି, କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନିତ ହେବେ । ମହିଳା ମାନଙ୍କର ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ପ୍ରେମିକ-ପ୍ରେମିକମାନେ ପ୍ରେମ ସମ୍ପନ୍ଧୀୟ କ୍ଷେତ୍ରରେ ସଫଳ ହେବେ । ଦୂରଯାତ୍ରାରେ ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ଓ ଅର୍ଥାଗମ ଦିଗ ଖୋଲା ରହିବ । ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ଉନ୍ନତି କରିବେ ।

୬-କନ୍ୟା

ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି ଆକସ୍ମିକ ଅର୍ଥଲାଭ ହେବ । ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ସଫଳତା ଯୋଗେ ସାମାଜିକ ପ୍ରତିଷ୍ଠା. ମାନ-ସମ୍ମାନ ବୃଦ୍ଧି ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପ୍ରେମିକ-ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟ କ୍ଷେତ୍ରରେ ସଫଳ ହେବେ । ଛାତ୍ର-ଛାତ୍ରୀମାନଙ୍କର ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ଆସିବ । ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ ।

୭-ତୁଳା

କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଦୂରଯାତ୍ରାରେ ସଫଳ ହେବେ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ସମାଧାନ ହେବ । ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ ।

୮-ବିଚ୍ଛା

ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଆକସ୍ମିକ ଧନ ପ୍ରାପ୍ତି ହେବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ବାଦବିବାଦ, ମାଲିମକଦ୍ଦମାରେ ବିଜୟି ହେବେ । ସଙ୍କୁଚିତ ସ୍ଥିତିର ଅଧୀନ ହୋଇ ଘୋଷାରି ହେବେ ଓ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ ।

୯-ଧନୁ

ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ପରିବାରରେ ମନୋମାଳିନ୍ୟ ଥିଲେ ଆଜି ଚେଷ୍ଟାକଲେ ମେଣ୍ଟିଯିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ସରକାରୀ କର୍ମଚାରୀମାନଙ୍କର ସହକର୍ମୀ ମାନଙ୍କ ସହିତ ବିବାଦ ମେଣ୍ଟିଯିବ । ବିହିନ୍ନ ପ୍ରକାର କଥା ଚିନ୍ତାକରି କୌଣସି କାମ ପ୍ରତି ମନ ଲାଗିବ ନାହିଁ । ରାଜନୀତି କ୍ଷେତ୍ରରେ କେତେକ କ୍ଷେତ୍ରରେ ଭଲ କାମ କରି ବଦ୍ନାମ ହେବେ । ଯୁବକ-ଯୁବତୀ ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ ।

୧୦-ମକର

ବ୍ୟବସାୟରେ ଆର୍ଥିକ ଉନ୍ନତି ଓ ଲାଭ ପ୍ରାପ୍ତି ହେବ । କର୍ମଚାରୀମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ଵାରା ବହୁ ସୁବିଧା ପାଇବେ । ପାରିବାରିକ ଜୀବନରେ ଅଶାନ୍ତି ଦୂରେଇ ଯିବ ଓ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ । ଛାତ୍ର-ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ । ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରି ପ୍ରତିଯୋଗୀତା ମୁଳକ କ୍ଷେତ୍ରକୁ ସାହସର ସହିତ ଲମ୍ଫ ଦେବେ ।

୧୧-କୁମ୍ଭ

ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ଛାତ୍ର-ଛାତ୍ରୀମାନେ ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହୋଇ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ । ବନ୍ଧୁ ବାନ୍ଧବଙ୍କ ଦ୍ଵାରା ପାରିବାରିକ ସମସ୍ୟାର ସମାଧାନ ହେବ । କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ସ୍ଥଗିତଥିବା କର୍ମଟି ପୂରଣ କରିବାକୁ ଚେଷ୍ଟା କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ ।

୧୨-ମୀନ

ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ବ୍ୟବସାୟରେ ଉନ୍ନତି କରି ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । କୌଣସି ଜଟିଳ ସମସ୍ୟାର ସମାଧାନ ହେବ । ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାର ସଫଳତା ଲାଭ କରିବେ ।