ଆଜିର ରାଶିଫଳ 15 ଜୁଲାଇ 2019, ସୋମବାର, ଏହି ୩ଟି ରାଶି ଉପରେ ମହାଦେବ ଙ୍କ କୃପା ବରଷିବ

ମେଷ:-

ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ସାମାଜିକ ପତିଆରା ଅମଳିନ ରହିବ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ ।  ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।

ବୃଷ:-

ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସରକାରୀ କାମରେ ସଫଳତା ପାଇବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ରାଜନୀତିରେ ଉନ୍ନତି ହେବ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ପ୍ରବାସ ଯାତ୍ରାରେ ଲାଭବାନ ହେବେ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ । କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ ।  ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

ସିଂହ:-

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ରାଜନୀତିରେ ଉନ୍ନତି ହେବ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ ।  ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କନ୍ୟା:-

ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ । ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ । ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ । ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ ।  ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।

ତୁଳା:-

ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ପାରିବାରିକ ଜୀବନରେ ଗୁରୁଜନ ସନ୍ତୁଷ୍ଟ ରହିବେ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ଆୟ ଅପରିବର୍ତ୍ତିତ ରହିଲେ ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ ।  ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।

ଧନୁ:-

ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯିବ । ଧନ ଲାଭ ହେବାରୁ ମନ ଖୁସି ରହିବ । ସମୟ ଗୁଡିକ ହସ ଖୁସିରେ ବିତିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । କର୍ମକ୍ଷେତ୍ରରେ ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ  ସହ ବିବାଦ ମେଣ୍ଟିଯିବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ବ୍ୟବସାୟରେ ସଫଳତା ଅର୍ଜନ କରିବେ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ବାଦବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । କର୍ମ କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ :-

ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ । ସବୁଥିରେ ସଫଳତା ମିଳିବ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣର କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।