ଆଜିର ରାଶିଫଳ, 15 ନଭେମ୍ବର 2018 ଗୁରୁବାର – ଏହି ୫ଟି ରାଶି ଉପରେ ମା ଲକ୍ଷ୍ମୀ ହେଲେ ପ୍ରସନ ବରଷିବ ଖୁସି

ମେଷ-

ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବା ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ ପାଇବେ । ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ ।

ବୃଷ-

ଗୁରୁ ଜଣଙ୍କ ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ବ୍ୟବସାୟରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ବନ୍ଧୁ ଓ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗମିଳିବ । ଆର୍ଥିକ ସମସ୍ୟା ଦୂର ହୋଇଯିବ । ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ । ବିରୋଧିମାନେ ଦୂରେଇ ଯିବେ । ଦୂରଯାତ୍ରାରେ ସଫଳତା ଓ ଲାଭପାଇବେ । ପ୍ରିୟଜନଙ୍କସହ ମିଳନ ହେବ । ଅଟକିଥିବା କାର୍ଯ୍ୟ ପୂରଣ ହେବ । ଉତ୍ତରଦାୟିତ୍ୱ ବଢ଼ିବ । ମହିଳାମାନଙ୍କର ପ୍ରାୟକାର୍ଯ୍ୟ ପୂରଣ ହେବା ଫଳରେ ଆୟ ଅପେକ୍ଷା କୃତ ବୃଦ୍ଧି ପାଇବ । ପ୍ରତିକାର:- ଗାଈକୁ ଅଟା ଖାଇବାକୁ ଦିଅନ୍ତୁ ।

ମିଥୁନ-

ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ନୂଆ ଯୋଜନାରେ ସଫଳହେବେ । ବ୍ୟବସାୟରେ ସଫଳତା ଅର୍ଜନ ଓ ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

କର୍କଟ-

କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ବ୍ୟବସାୟିକକ୍ଷେତ୍ରରେ ଉନ୍ନତିହେବ । ପରିବାରରେ ଖୁସିର ବାତାବରଣସ୍ଥାୟି ରହିବ । ନୂତନ ସମ୍ବନ୍ଧ ସୃଷ୍ଟିହେବ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ପରିବହନ ବ୍ୟବସାୟ ରେ ସମସ୍ୟା ସମାଧାନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ସିଂହ-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ରାଜନୀତିରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ମହିଳାମାନେ ମାନସିକ ସୁସ୍ଥତା ଅନୁଭବ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା-

ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଦାମ୍ପତ୍ୟ ସଫଳତା ସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ଶତୃମାନେ ଷଡ଼ଯନ୍ତ୍ର କରି ଧରା ପଡିବେ । ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । ଦୂରଯାତ୍ରା କରି ନିଜକୁ ଅସୁସ୍ଥ ମନେକରିବେ । କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ । ରାଜନୀତିରୁ ଧନଲାଭ ହେବ ଓ ସମସ୍ତକାର୍ଯ୍ୟ ପୂର୍ଣ୍ଣ ହେବ । ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରିବେ ।

ତୁଳା-

ଭୋଗବିଳାସରେ ସାମିଲ ହୋଇ ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ସମ୍ମାନ ପାଇବେ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କଲେ ସଫଳ ହେବେ । କ୍ରୋଧକୁ ଦମନ କରି ପାରିଲେ ପାରିବାରିକ କ୍ଷେତ୍ରରେ ହସଖୁଶିର ବାତାବରଣ ସୃଷ୍ଟି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନେତା ମାନେ ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ପ୍ରତିକାର-ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ ।

ବିଛା-

ଟଙ୍କ । ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ଏପରିକି ନିମ୍ନବର୍ଗର କେହି ଲୋଭଗ୍ରସ୍ତ କରାଇ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଚେଷ୍ଟା କରିବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ରାଜନୀତିରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣଙ୍କର କୌଣସି ପ୍ରକାର ଅସୁବିଧା ହେବନାହିଁ । ଅଫିସ୍ ରେ ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ । କଳା,ସାହିତ୍ୟ, କ୍ରୀଡ଼ା,ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ଧନୁ-

ବ୍ୟବସାୟୀମାନେ କାରବାରରେ ବୁଡି ରହି ଲୋଭଗ୍ରସ୍ତ ନ ହୋଇ ପରିଶ୍ରମୋଚିତ ଲାଭପାଇବେ । ନିମ୍ନବର୍ଗର ବ୍ୟକ୍ତିବିଶେଷ ଅଧିକାଂଶ କ୍ଷେତ୍ରରେ ସାହାଯ୍ୟର ମନୋବୃତ୍ତି ଗ୍ରହଣ କରିବା ଫଳରେ ସନ୍ତୋଷ ଲାଭ କରିବେ । ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ମହିଳାମାନେ ନିଜର ଇଚ୍ଛା ବିରୋଧରେ କୌଣସି କର୍ମକରି ଅନୁତାପ କରିବେ । ପାରିବାରିକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ନିଜର କାମ ପଛକୁ ପକାଇ ଅନ୍ୟଦ୍ୱାରା ପ୍ରଭାବିତ ହୋଇ କୌଣସି ଭୁଲ୍କାମ କରିପାରନ୍ତି । ପ୍ରତିକାର:- ଷଣ୍ଢ ଓ ଗାଈକୁ ଖାଇବାକୁ ଦିଅନ୍ତୁ ।

ମକର-

ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ସଫଳତା ଅର୍ଜନ କରି ଭଲଲାଭ ପାଇବେ । ଦୂରଯାତ୍ରାର ସୁଯୋଗ ପାଇବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଅର୍ଥଲାଭର ମାର୍ଗ ଖୋଲିଯିବ । ଶୁଭ ସମାଚାର ମିଳିବ । ଲେଖକ, ପତ୍ରକାର, ରାଜନୈତିକ, ସଙ୍ଗୀତଜ୍ଞ, ଠିକାଦାର ଓ ସରକାରୀ କ୍ଷେତ୍ରରେ କର୍ମରତଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ । ବନ୍ଧୁ ଓ ମିତ୍ରଙ୍କଠାରୁ ସାହାଯ୍ୟ ସଯୋଗ ମିଳିବ । ନୂତନକର୍ମ ଯୋଗୁ ଆୟ ବୃଦ୍ଧି ହେବ । ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ ।

କୁମ୍ଭ-

ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ । ରାଜନୀତିରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ ସଫଳତା ଅର୍ଜନ କରିବେ । ଦୂରଯାତ୍ରାର ସୁଯୋଗ ପାଇ କୃତକାର୍ଯ୍ୟ ହେବେ । କର୍ମକ୍ଷେତ୍ରରେ ଅଧିକାରୀ ଖୁସିହେବେ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ମହିଳାମାନଙ୍କର ପ୍ରତିକୁଳ ପରିସ୍ଥିତି ଦୂରେଇଯିବ ଓ ସନ୍ତାନସୁଖ ମିଳିବ । ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ । ସେବା କାର୍ଯ୍ୟରେ ଉଦଦ୍ବୁଦ୍ଧ ହୋଇ ଅନେକଙ୍କର କଲ୍ୟାଣ କରିବା ସୁଯୋଗ ପାଇବେ । ପ୍ରତିକାର:- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ମୀନ-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । କର୍ମକ୍ଷେତ୍ରରେ ଉଚ୍ଚବର୍ଗରୁ ସମ୍ମାନ ଓ ଶ୍ରଦ୍ଧାର ସ୍ରୋତ ଛୁଟିବ । ଉପରିସ୍ଥଙ୍କ ଶ୍ରଦ୍ଧାଭାଜନ ହେଲେ ମଧ୍ୟ ଅଧସ୍ତନଙ୍କ ଈର୍ଷା ଓ ଅସହିଷ୍ଣୁତାର ଶିକାର ହେବେ । ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ । ବାଦ-ବିବାଦରୁ ଦୂରେଇ ରୁହନ୍ତୁ । ପରାଧୀନତା ବେଡିରେ ଶୃଙ୍ଖଳିତ ହୋଇ ମଧ୍ୟ ନିଜସ୍ଵ ପ୍ରତିଭା ପ୍ରଦର୍ଶନର ସୁଯୋଗ ପାଇବେ । ମହିଳାମାନଙ୍କର ବ୍ୟବସାୟରେ ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ ।