ଆଜିର ରାଶିଫଳ, 15 ଫେବୃୟାରୀ 2019, ଶୁକ୍ରବାର – ଏହି ୪ଟି ରାଶି ଉପରେ ଆଜିଠୁ ୧୧ ଦିନ ହନୁମାନଙ୍କ କୃପା ବରଷିବ

ମେଷ

ଏବେ ଆପଣଙ୍କର ପ୍ରସ୍ତୁତ ହେବାର ମସୟ ଆସିଛି । ଆଜି ଆପଣ ଜୀବନର ସବୁଠାରୁ କଷ୍ଟ କ୍ଷେତ୍ରକୁ ବାଛିବେ ,ଯଦିଓ ତାହା ଅର୍ଥ ସମ୍ବଦ୍ଧୀୟ ହୋଇଥାଏ, ଘର କିମ୍ବା କାର୍ଯ୍ୟ ସମ୍ବଦ୍ଧୀୟ ହୋଇଥାଏ ଏବଂ ତାହା ଉପରେ କାର୍ଯ୍ୟ କରିବା ଆରମ୍ଭ କରନ୍ତୁ । ଆଜି ସ୍ଵଭାବରେ ଉଗ୍ରତା ଏବଂ କ୍ରୋଧ ରହୁଥିବା କାରଣରୁ ଆପଣଙ୍କ କାମ କରିବାରେ ମନ ଲାଗିବ ନାହିଁ । ବାଦ-ବିବାଦରେ କୌଣସି ଅସନ୍ତୋଷର ବାତାବରଣ ହୋଇପାରେ । ସ୍ଵାସ୍ଥ୍ୟର ଧ୍ୟାନ ରଖିବାକୁ ପଡ଼ିବ । ଚାକିରି କ୍ଷେତ୍ରରେ ଅବରୋଧ ଆସିବାରୁ ନିର୍ଦ୍ଧାରିତ କାର୍ଯ୍ୟ ସମ୍ପୂର୍ଣ୍ଣ କରି ପାରିବେ ନାହିଁ|ପ୍ରତିକାର– ପିଲାଙ୍କୁ ଧଳାମିଠା ଖାଇବାକୁ ଦେବେ ।

ବୃଷ

ଆଜି ଆପଣ ନିଜର ଖରାପ ବ୍ୟବହାରକୁ ଛାଡ଼ି ଭଲ ବ୍ୟବହାରକୁ ସ୍ୱୀକାର କରିବା ଉଚ଼ିତ୍ । ଆଜି ଆପଣ ନିଜ ସମ୍ପର୍କ ଉପରେ ମଧ୍ୟ ନଜର ରଖିବେ ଏବଂ ତାଙ୍କୁ ଆହୁରୀ ଉଚ୍ଚାରେ ପହଁଞ୍ଚାଇବାକୁ ଭାବିବେ । ଆଜିର ଦିନ ଆତ୍ମବିଶ୍ୱାସତାର ଦିନ ଅଟେ । ଆଜି ନୂଆ କାର୍ଯ୍ୟ ହାତକୁ ନେବା ହିତକର ନୁହେଁ । ବାହରର ଖାଦ୍ୟ ଖାଆନ୍ତୁ ନାହିଁ । କ୍ରୋଧକୁ ନିୟନ୍ତ୍ରଣରେ ରଖିବା ପାଇଁ ମୌନ ବ୍ରତ ଅଧିକ ଭଲ ପ୍ରମାଣିତ ହେବ । ଧନ ଖର୍ଚ୍ଚ ହୋଇପାରେ । ଶତ୍ରୁ ଆପଣଙ୍କ କ୍ଷତି କରିପାରନ୍ତି, ଏହାର ଧ୍ୟାନ ରଖିବେ| ଉଚ୍ଚ ପଦାଧିକାରିମାନଙ୍କ କୃପାଦୃଷ୍ଟି ରହିବ, ଏହାଫଳରେ ପ୍ରମୋଶନ ହେବାର ସୁଯୋଗ ମିଳିବ । ପିତାଙ୍କର ତରଫରୁ ଲାଭ ହେବ । ସ୍ଵାସ୍ଥ୍ୟ ଭଲ ରହିବ । ପାରିବାରିକ ବାତାବରଣରେ ଖୁସି ରହିବ । ପ୍ରତିକାର– ଇଷ୍ଟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ମିଥୁନ

ଆଜି ଆପଣ ନିଜର ସୀମାଠାରୁ ବାହାରକୁ ଆସି କୌଣସି ପ୍ରକାରର ବିପଦ ଉଠାଇବାକୁ ଚ଼ାହିଁବେ । ଆପଣ ନିଜ ଜୀବନରେ ବହୁତ କିଛି ଜିନିଷ ଆଗକୁ ବଢ଼ାଇବାକୁ ଚ଼ାହିଁବେ,ଯେପରିକି ଆପଣଙ୍କର ସମ୍ପର୍କ ଏବଂ ବ୍ୟବସାୟ ଇତ୍ୟାଦି । ଜଗନ୍ନାଥଙ୍କର ଆଶୀର୍ବାଦରେ ଆପଣଙ୍କ ପ୍ରତ୍ୟେକ କାର୍ଯ୍ୟରେ ଉତ୍ସାହ ଦେଖାଯିବ । ମନରେ ଫୂର୍ତ୍ତି ଏବଂ ସତେଜ ଅନୁଭବ କରିବେ । ପାରିବାରିକ ବାତାବରଣ ଖୁସି ଓ ଆନନ୍ଦ ପୂର୍ଣ୍ଣ ରହିବ । ମିତ୍ରମାନଙ୍କ ସହିତ ଆନନ୍ଦରେ ସମୟ କାଟିବେ । ମାତାଙ୍କ ତରଫରୁ ଲାଭ ହେବ । ଯାତ୍ରାର ଯୋଗ ଅଛି । ପ୍ରତିକାର– ଆରାଧ୍ୟା ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

କର୍କଟ

ଆଜି ଆପଣଙ୍କ ନିଜ ବନ୍ଧୁମାନଙ୍କ ମଧ୍ୟରେ ଥିବା ସମ୍ପର୍କ ଖୁସି ଆଣିଦେବ । କୌଣସି ଭୁଲ ବୁଝାମଣା ଠିକ କରିବା ପାଇଁ ଚେଷ୍ଟା କରନ୍ତୁ । ଆଜି ସଫଳତା ହାସଲ କରିବେ । ଏହି ସମୟ ପୁରୁଣା ସ୍ମୃତିକୁ ମନେପକେଇବାର ସମୟ ଅଟେ । କ୍ରୋଧ ଏବଂ ହତାସାର ଭାବନା ନିଜର ମନ ଉପରେ ପ୍ରଭାବ ନପକାଉ ସେଥିପାଇଁ ଚେଷ୍ଟା କରିବେ । ଶାରୀରିକ ସ୍ଵାସ୍ଥ୍ୟ ଟିକେ ଖରାପ ହୋଇପାରେ, ଖାଦ୍ୟ-ପାନୀୟ ଉପରେ ଧ୍ୟାନ ଦିଅନ୍ତୁ । ଘର-ପରିବାରର ଚିନ୍ତା ସାଥିରେ ଖର୍ଚ୍ଚ ମାମଲାରେ ମଧ୍ୟ ଆଜି ଚିନ୍ତିତ ରହିବେ|ସ୍ଵାସ୍ଥ୍ୟର ବିଶେଷ ଧ୍ୟାନ ରଖିବେ । କଫ, ଶ୍ୱାସ କିମ୍ବା ପେଟର ଯନ୍ତ୍ରଣାରେ ଅସୁବିଧା ହୋଇପାରେ । ଆଜି ଶାରୀରିକ ଏବଂ ମାନସିକ ରୂପରେ ଅସୁସ୍ଥ ରହିପାରନ୍ତି,ପ୍ରତିକାର– ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

ସିଂହ

ଆଜି ଆପଣ ବିଶ୍ରାମ କରନ୍ତୁ କାରଣ ଆପଣଙ୍କୁ କିଛି ସମସ୍ୟା ପାଇଁ ଅସୁବିଧା ହୋଇ ପାରେ । ବେଶୀ ଚ଼ିନ୍ତା କରନାହିଁ, ଆପଣଙ୍କର ସମସ୍ତ ସମସ୍ୟା ଶୀଘ୍ରହିଁ ଶେଷ ହୋଇଯିବ । ପରିବାରରେ ଖୁସି ଏବଂ ଆନନ୍ଦର ମାହୌଲ ରହିବ । ଚାକିରି ଏବଂ ବ୍ୟବସାୟରେ ଆପଣଙ୍କୁ ଲାଭର ସମାଚାର ମିଳିବ । ଉଚ୍ଚ ଅଧିକାରୀ ଆପଣଙ୍କଠାରୁ କାର୍ଯ୍ୟଗୁଡ଼ିକର ପ୍ରଶଂସା ମିଳିବ । ବୈବାହିକ ଯୋଗ ଅଛି । ମହିଳା ମିତ୍ରମାନଙ୍କର ବିଶେଷ ଲାଭ ହେବ । ଦାମ୍ପତ୍ୟଜୀବନରେ ମାଧୁର୍ଯ୍ୟର ଆନନ୍ଦ ନେବେ,ପ୍ରତିକାର–ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ ।

କନ୍ୟା

ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ କଥାବାର୍ତ୍ତା କରନ୍ତୁ ଏବଂ ଖୁବ ମଜା କରନ୍ତୁ । ଏହି ଛୋଟ ଦୁଇଟି କଥା ଆପଣଙ୍କ ସମ୍ପର୍କକୁ ଆହୁରୀ ଦୃଢ କରିବ । ଘରସଜ୍ଜା ଉପରେ ବିଶେଷ ଧ୍ୟାନ ଦେବେ । ନୂଆ ଘରପାଇଁ ଦ୍ରବ୍ୟ କିଣିବାର ସଂଭାବନା ଅଛି । ବ୍ୟାପାରିମାନଙ୍କ ଏବଂ ଚାକିରି କରୁଥିବା ଲୋକମାନଙ୍କର ଲାଭ ତଥା ପଦୋନ୍ନତିର ଆଶା ରଖିପାରନ୍ତି । ପାରିବାରିକ ସୁଖ-ଶାନ୍ତିର ବାତାବରଣ ରହିବ । ସରକାରୀ ଲାଭ ମିଳିବ । ଆପଣଙ୍କ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ,ପ୍ରତିକାର– ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

ତୁଳା

ଆପଣଙ୍କ ବ୍ୟବହାରକୁ ସମସ୍ତେ ପ୍ରଶଂସା କରିବେ । ଆଜି ଆପଣଙ୍କର ମିତ୍ରତା ଆପଣଙ୍କ ମିତ୍ର ପାଇଁ ବହୁତ ଲାଭଦାୟକ ହେବ ଏବଂ ଭବିଷ୍ୟତରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ହେବେ । ପାରିବାରିକ ଶାନ୍ତିର ମାହୌଲ ଆପଣଙ୍କ ମନକୁ ସ୍ଵସ୍ଥ ରଖିବ । ନିର୍ଦ୍ଧାରିତ କାମରେ ସଫଳତା ମିଳିବ । ଚାକିରିରେ ସାଥୀ କର୍ମଚାରିମାନଙ୍କର ସହଯୋଗ ମିଳିବ । ପ୍ରତିଦ୍ୱନ୍ଦ୍ୱୀମାନଙ୍କ ଏବଂ ଶତ୍ରୁମାନଙ୍କ ଚାଲ ନିଷ୍ଫଳ ହେବ, ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ ।

ବିଛା

ଅଦାଲତ ସମ୍ବନ୍ଧୀୟ ସମସ୍ୟାର ଫଳାଫଳ ଆପଣଙ୍କ ସପକ୍ଷରେ ହୋଇପାରେ । ସୌଭାଗ୍ୟ ହେତୁ ଉଚ୍ଚ ଅଧିକାରୀ ଆଜି ଆପଣଙ୍କ ସପକ୍ଷରେ ରହିବେ ,ଯାହା ଫଳରେ ଆପଣଙ୍କୁ ବହୁତ ଲାଭ ହେବ । ପ୍ରଣୟ, ରୋମାନ୍ସ, ମନୋରଞ୍ଜନ ଏବଂ ମଉଜ-ମସ୍ତୀରେ ଭରପୂର ରହିବ ଆଜିର ଦିନ । ସାର୍ବଜନିକ ଜୀବନରେ ଆପଣ ମହତ୍ତ୍ୱ ପ୍ରାପ୍ତ କରିବେ । ଯଶ ଏବଂ କୀର୍ତ୍ତିରେ ବୃଦ୍ଧି ହେବ । ଭାଗିଦାରୀ ସହିତ ଲାଭ ହେବ । ସୁନ୍ଦର ବସ୍ତ୍ର କିମ୍ବା ବସ୍ତ୍ରାଭୂଷଣ କ୍ରୟ କରିବେ ।  ମଧ୍ୟାହ୍ନ ପରେ ବିଦେଶରୁ ଭଲ ସମାଚାର ପ୍ରାପ୍ତ ହେବ । ଉଚ୍ଚ ଅଧିକାରୀମାନଙ୍କ ଦ୍ୱାରା ଆପଣଙ୍କ ସହିତ କରାଯାଇଥିବା ବ୍ୟବହାରରେ ଦୁଖ ପହଁଚିପାରେ । ପ୍ରତିକାର– କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ଧନୁ

ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି । ଆଜି ଆପଣଙ୍କ ମନ ବହୁତ ଆସ୍ୱସ୍ତି ଅନୁଭବ କରିବ । ଶାରୀରିକ ସୁସ୍ଥତା ଆପଣଙ୍କ ଉତ୍ସାହ ବୃଦ୍ଧି କରିବ । ପଡ଼ୋଶୀମାନଙ୍କ ଏବଂ ଭାଇ-ଭଉଣୀମାନଙ୍କ ସହିତ ଅଧିକ ମେଳ-ମିଳାପ ରହିବ|ପ୍ରତିକାର– ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ମକର

ଆଜି ଆପଣଙ୍କ ଆତ୍ମବିଶ୍ୱାସ ଏହାର ଚ଼ରମ ସୀମାରେ ରହିବ । ଏହାର ପୂର୍ଣ୍ଣ ଫାଇଦା ଉଠାନ୍ତୁ । ଆପଣ ନିଜର ଆତ୍ମବିଶ୍ୱାସ ଏବଂ ସକାରାତ୍ମକ ଭାବନା ଦ୍ୱାରା ଅନ୍ୟ ମାନଙ୍କୁ ପ୍ରଭାବିତ କରିବେ । କାର୍ଯ୍ୟରେ ଅସଫଳତା ହତାସ ସୃଷ୍ଟି କରିପାରେ । ନିଜର କ୍ରୋଧକୁ ନିୟନ୍ତ୍ରଣରେ ରଖିବେ । ପେଟ ସମ୍ବନ୍ଧୀତ ରୋଗରେ ଯନ୍ତ୍ରଣା ହୋଇପାରେ । ବାଦ-ବିବାଦ କିମ୍ବା ଚର୍ଚ୍ଚାରେ ପଡ଼ି ସମସ୍ୟା ସୃଷ୍ଟି ହୋଇପାରେ । ପ୍ରତିକାର– ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

କୁମ୍ଭ

ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ । କୌଟୁମ୍ବିକ କ୍ଲେଶ ଆପଣଙ୍କ ମନକୁ ବ୍ୟଥିତ କରିପାରେ । ମାତାଙ୍କର ସ୍ଵାସ୍ଥ୍ୟ ଚିନ୍ତା ସୃଷ୍ଟି ହୋଇପାରେ । ସାର୍ବଜନିକ ଜୀବନରେ ଅପଯଶ କିମ୍ବା ଅପକୀର୍ତ୍ତି ଆପଣଙ୍କ ମାନ-ପ୍ରତିଷ୍ଠାକୁ ହାନି ପହଁଚାଇପାରେ । ପର୍ଯ୍ୟାପ୍ତ ଆରାମ ଏବଂ ନିଦ ନ ମିଳିବାରରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ । ପ୍ରତିକାର– କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ମୀନ

ଆଜି ଆପଣ ଆଶ୍ଚର୍ଯ୍ୟ ହେବେ ,ବହୁଦିନର ସମସ୍ୟାର ସମାଧାନ ଆପଣ କରିଦେଲେ ଯାହା ଆପଣ ବହୁ ଦିନରୁ କରିପାରୁ ନଥିଲେ । ଏହି ସମସ୍ୟା ଆପଣଙ୍କର ପ୍ରିୟଜନ ମାନଙ୍କ ମଧ୍ୟରେ ଚ଼ାଲିଥିଲା । ଆପଣଙ୍କ ଖର୍ଚ୍ଚ ଯୋଗୁଁ ଅତିରିକ୍ତ କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖିବାପାଇଁ ଉପଦେଶ । କାହା ସହିତ ଯୁକ୍ତି ହେବାର ଆଶଂକା ଅଛି । ଆର୍ଥିକ ମାମଲାରେ କିମ୍ବା ଆଦାନ-ପ୍ରଦାନରେ ସାବଧାନ ରହିବେ । ପାରିବାରିକ ସଦସ୍ୟମାନଙ୍କ ସହିତ ଝଗଡ଼ା ହୋଇପାରେ । ନକାରାତ୍ମକ ବିଚାର ମନ ଉପରେ ରହିବ,ପ୍ରତିକାର- ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ ।