ଆଜିର ରାଶିଫଳ, 15 ସେପ୍ଟେମ୍ବର 2019 ରବିବାର, ମା ଲକ୍ଷ୍ମୀ ଏହି ୩ଟି ରାଶିର ମନୋକାମନା ପୂର୍ଣ୍ଣ କରିବେ

ମେଷ:-

ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ । କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚସମ୍ମାନ ପାଇବେ । ସାମାଜିକ ପତିଆରା ଅମଳିନ ରହିବ । ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ । ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ । ରାଜନୀତିରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବୃଷ:-

ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପରିବାରରେ ମାନ ମନାନ୍ତର ଦୂର ହେବ । ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହେବେ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ । କେତେକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ । ଉଚ୍ଚଆଶା ସଫଳ ହେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଆଜି ଚେଷ୍ଟା କରିବେ । ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ସରକାରୀ କର୍ମକ୍ଷେତ୍ରରେ ଉନ୍ନତିହେବ । ବ୍ୟବସାୟରେ  ଆଶାତୀତ ଲାଭ ପାଇ ସୁଖ ଶାନ୍ତିରେ ଦିନଟି କାଟିବେ ।  ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

କର୍କଟ:-

ବ୍ୟବସାୟରେ ଲାଭବାନ ହେବେ । ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ । ଉଚ୍ଚପଦସ୍ଥ ଅଫିସର ମାନେ ସନ୍ତୋଷ ହେବେ । ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରିପାରନ୍ତି । କର୍ମକ୍ଷେତ୍ରରେ ଅସନ୍ତୋଷ, କ୍ଷୋଭ ଓ ଅବଶୋଷ ଦୂରେଇ ଯିବ । ପିଲାମାନଙ୍କ କାର୍ଯ୍ୟ ପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ । ସ୍ଵାର୍ଥକୁ କେନ୍ଦ୍ରକରି ସୁବର୍ଣ୍ଣ ସୁଯୋଗକୁ ହାତଛଡା କରି ପାରନ୍ତି । ବାଦବିବାଦଠାରୁ ଦୂରେଇ ରହିବା ଉଚିତ । ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ ।  ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

ସିଂହ:-

ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ପରିବାରରେ ମାନ ମନାନ୍ତର ଦୂର ହେବ । ବିଦେଶ ଯାତ୍ରାରେ ଲାଭବାନ ହେବେ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ମାନସିକ ଏକାଗ୍ରତା ରଖି ପାରିବେ । ଶୁଭ ସମ୍ବାଦପାଇ ଖୁସିହେବେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କନ୍ୟା:-

ଉଚ୍ଚ ଆଶାରେ ଆଗେଇବେ । କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବ ଓ ଆୟ ବଢିବ । ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ । ଧନଧାନ୍ୟ, ଗୋ ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି । ଗୃହୋପକରଣ କ୍ରୟ କରିବେ । ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳ ପ୍ରାପ୍ତି ହେବ । ଆଶା ଆକାଂକ୍ଷା ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବାଦବିବାଦ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ଯଶ, ମାନ ବୃଦ୍ଧି ହେବ । ପାରିବାରିକ ଜୀବନରେ ଆବଶ୍ୟକସ୍ଥଳେ ଛଳନାର ଆଶ୍ରୟ ନେଇ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ ଓ ଉତ୍ତମ ରୋଜଗାର ହେବ । ବିଦ୍ୟାରେ ଉନ୍ନତି କରିବେ ଓ ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ । ବିଦେଶଯାତ୍ରାରେ ଯଶଲାଭ, ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୈତିକ କ୍ଷେତ୍ରରେ ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ଋଣ ଭରଣା ପାଇଁ ଚେଷ୍ଟା କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ମହିଳାମାନେ ସ୍ୱାର୍ଥରକ୍ଷା କରିବାରେ ସମର୍ଥ ହେବେ । ପରିବାରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ହସଖୁସିରେ ଚଳିବେ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ ।  ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

ଧନୁ:-

ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହି ପାରିବେ । ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ପ୍ରଶଂସିତ ହେବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ପ୍ରେମ କ୍ଷେତ୍ରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ । ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କୁମ୍ଭ:-

ଶାରିରୀକ ଅସୁସ୍ଥତା ଦୂରହେବ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି  ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ । ଦୂର ଯାତ୍ରା କରି ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ । ଭଗୀଦାରିକ୍ଷେତ୍ରରେ ଆଖିବନ୍ଦ କରି କୌଣସି ପଦକ୍ଷେପ ନେଇପାରିବେ । କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ପ୍ରେମ କ୍ଷେତ୍ରରେ ସଫଳ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ । ବ୍ୟବସାୟମାନେ ଅଧିକ ଲାଭ କରିବେ । କର୍ମକ୍ଷେତ୍ରରେ ନିଜ କର୍ମ ଯୋଗକୁ  ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ମହିଳାମାନେ ଅଳ୍ପ ପରିଶ୍ରମ କରି ଅଧିକ  ଲାଭ ପାଇବେ । ପ୍ରେମିକ ଓ ପ୍ରେମିକାମାନେ ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।