ଆଜିର ରାଶିଫଳ 16 ଅଗଷ୍ଟ 2019, ଶୁକ୍ରବାର, ରାହୁ କେତୁଙ୍କ ପରିବର୍ତନ ଦ୍ୱାରା ଏହି ୩ଟି ରାଶି ହେବେ ମାଲାମାଲ

ମେଷ:-

ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ ।  ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ । ଦୂରଯାତ୍ରାରେ ସଫଳତା ମିଳିବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

କର୍ମକ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ଖଣ୍ଡନ କରିବେ । ମାନସିକ ସ୍ଥିରତା ରହିବ । ଯାତ୍ରା ଫଳରେ ଉତ୍ସାହିତ ହେବେ ଓ ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେବେ । ଆପଣଙ୍କ ନିକଟରୁ ସମ୍ପର୍କୀୟମାନେ ସହାୟତା ପାଇବେ । ସଙ୍ଗୀତ, କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତି କରିବେ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ । ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା  ଠିକ୍ ହେବ ନାହିଁ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ମହିଳାମାନଙ୍କର ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । କ୍ଷୟକ୍ଷତି ଘଟିବାର ଆଶଙ୍କା ନାହିଁ । ମାଲି ମୋକଦ୍ଦମାରେ ଆଗ୍ରହ ଦେଖା ଦେବ । କର୍ମକ୍ଷେତ୍ରରେ ଅସ୍ୱସ୍ତି ପାଇବେ । ଗୃହୋପକରଣ କ୍ରୟ କରିବେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସୁଚାରୁରୂପେ ହେବ । ବିଦ୍ୟାରେ ଉନ୍ନତି କରିବେ । ଆନୁଷ୍ଠାନିକ କାମ ଓ ବନ୍ଧୁମିଳନ ହେତୁମନ ଖୁସୀରହିବ । ସନ୍ତାନ ଯୋଗେ ଚିନ୍ତିତ ହେବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ ।  ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ବହୁତ ଦିନରୁ ଅଟକିଥିବା ବକେୟା ଟଙ୍କା ମିଳିଯିବ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡ଼ିବ ।   ପାରିବାରିକ ସମସ୍ୟା ସୁଧୁରି ଯିବ । ପ୍ରବାସ ଓ ଯାତ୍ରାରେ ଲାଭବାନ୍ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଲୋକ ସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

ସିଂହ:-

ପରିବାରର ସମସ୍ୟାର ସମାଧାନ ହୋଇଯିବ ଓ ଆର୍ଥିକ ଉନ୍ନତି ଫଳରେ ଶାନ୍ତି ପାଇବେ । ନିଜର ବୁଦ୍ଧି, ବିବେକ ଖଟାଇ ଗୃହ ସମସ୍ୟାର ସମାଧାନ କରିପାରିବେ । ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ ଓ ସ୍ୱାସ୍ଥ୍ୟ ଠିକ୍ ରହିବ । ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ଠାରୁ ଉଚ୍ଚ ସମ୍ମାନ ପାଇବେ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ବାଦବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କନ୍ୟା:-

କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ । ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭ ବାନ୍ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ମହିଳାମାନେ ନିଜ ଗୃହ ସମସ୍ୟା ସଜାଡିବାର  ସୁବିଧାପାଇବେ । ପରିବାରର କେତେକ ସମସ୍ୟା ନେଇ, ମାନସିକ ପୀଡ଼ା ଅନୁଭବ କରିବେ ।  ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ତୁଳା:-

ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ । ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ । କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ । ସରକାରୀ କର୍ମଚାରୀମାନଙ୍କର ଉନ୍ନତିହେବ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ଓ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ବ୍ୟବସାୟରେ ପ୍ରଚୁର ଲାଭ ହେବ । ସରକାରୀ କର୍ମଚାରୀଙ୍କ ପାଇଁ ବହୁତ ଭଲ ଓ ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ । ଦୂରଯାତ୍ରାର ସୁଯୋଗ ପାଇବେ । ମାନସିକ ଦୁଃଶ୍ଚିନ୍ତା ଦୂର ହେବ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

ବ୍ୟବସାୟୀମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ । ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ବିଶେଷ ଲାଭ ପାଇବେ । ଚାକିରୀଜୀବିମାନେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ଯାଏଁ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ପାରିବାରିକ ଜୀବନ ସୁଖମୟ ହେବ । ମାନସିକ ଅଶାନ୍ତି ଦୂର ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ । ବାଦବିବାଦ, ମାଲି ମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ମନ ଉଣା ହୋଇ ପାରେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-

ପାରିବାରିକ ଜୀବନ ଆନନ୍ଦରେ କଟିବ ଓ ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧିହେବ । ଦୂରଯାତ୍ରାରେ ସଫଳ ହେବେ । ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ । ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ । ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ ।   ସୁନା, ରୂପା, ଅଳଙ୍କାର ଇତ୍ୟାଦି ବ୍ୟବସାୟରେ ଉନ୍ନତି ହେବ । କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ ।  ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଶାନ୍ତି ପାଇବା ସହ ଶାରିରୀକ ସୁସ୍ଥତା ଦେଖା ଦେବ । ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ । ମହିଳା ମାନଙ୍କର ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ସାସାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉନ୍ନତି ହେବାସହ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ । କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ । ନୂତନ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ । ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।