ଆଜିର ରାଶିଫଳ 16 ଜୁନ୍ 2019, ରବିବାର – ସୂର୍ଯ୍ୟ ଦେବ ଆଜିଠୁ ଏହି ୪ଟି ରାଶି ଉପରେ ପ୍ରସନ ହେବେ

ମେଷ:-

ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ମହିଳାମାନେ ସୁଖ ଶାନ୍ତିରେ ଦିନଟି  କଟାଇବେ । ଧର୍ମ-କର୍ମରେ ରୁଚି ରହିବ । ମିତ୍ରଙ୍କ ସାହାଯ୍ୟ ଦ୍ଵାରା ବିଗିଡି ଥିବା କର୍ମ ସଜାଡିହେବ । ସ୍ୱାସ୍ଥ୍ୟରେ ସୁଧାର ଆସିବ । ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ । ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ । ଧନ ଲାଭ ହେବ । ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ହ୍ରାସ ହୋଇପାରେ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ମହିଳାମାନେ ହସ ଖୁସିରେ ଚଳିବେ । ରାଜନୀତିରେ ସମାଲୋଚିତ ହେଲେମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ । କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ । ନୂତନ ବସ୍ତୁ କ୍ରୟ କରିବେ । ନୂଆ ଚାକିରୀରେ ଯୋଗ ଦେଇପାରନ୍ତି । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ ଓ ନିଯେ ମଧ୍ୟ ଖୁସି ଏବଂ ସୁରକ୍ଷିତ ଅନୁଭବ କରିବେ ।  ପ୍ରତିକାର-ମୁହଁ ମିଠାକରି ଘରୁ ବାହାରନ୍ତୁ ।

ମିଥୁନ :-

କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟ ଭଲରେ ଚାଲିବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ । ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ । ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଦୂର ଯାତ୍ରାରେ ସଫଳତା ପ୍ରାପ୍ତିହେବ । ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ସୁଧାରୀ ନେବା ଉଚିତ୍ । ତୀର୍ଥାଟନ ଯୋଗ ଥିବାରୁ ଯାତ୍ରା କରି ଆନନ୍ଦିତ ହେବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

କର୍କଟ :-

ପିଲାମାନଙ୍କ ଗବେଷଣା କ୍ଷେତ୍ର ପ୍ରାୟତଃ ପ୍ରଶସ୍ତ ରହିବ । ପ୍ରତିଯୋଗୀତା କ୍ଷେତ୍ରକୁ ମୁହାଁଇଲେ ବାଧାବିଘ୍ନକୁ ପଛରେ ପକାଇ ଅଗ୍ରଗତିର ବେଗ ବଢିଯିବ । ହାତଖାଲି ହେବା ବେଳକୁ ଦୈବୀ ସହାୟତା ତଥା କର୍ମଯୋଗ ଦ୍ଵାରା ଖାଲି ହାତ ପୁଣି ଭରି ହୋଇଯିବ । ବ୍ୟବସାୟ ବାଣିଜ୍ୟ ପାଇଁ ଦୂରଗାମୀ ହେଲେ ସବୁ ମତେ ଉନ୍ନତିର ସମ୍ଭାବନା ବୃଦ୍ଧିହେବେ । ଉଚ୍ଚ ସମ୍ଭବନାର ଆଶାଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ରାଜନୀତି କ୍ଷେତ୍ରରେ ଅସାଧାରଣ ସ୍ଥିତି ରହିବ । ପାରିବାରିକ କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ ।  ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ସିଂହ:-

ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ । ଋଣ ଭରଣାରେ ସହଜ ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ ।  ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ ।

ତୁଳା:-

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । କର୍ମ କ୍ଷେତ୍ରରେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ । ଶୁଭ ସମାଚାର ମିଳିବା ଫଳରେ ଖୁସିହେବେ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ ଓ ଉନ୍ନତି ମୂଳକ ସଂବାଦ ମିଳିପାରେ । ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ପଦୋନ୍ନତିର ସମ୍ଭାବନା ରହିଛି । ମାଲି-ମୋକଦ୍ଦମାରେ ଶୀଘ୍ର ଫଇସଲା ଦିଗ ଉନ୍ମୁକ୍ତ ହେବ ଓ ମୁଣ୍ଡ ଉଚ୍ଚ ରହିବ । ରାଜନୀତି କ୍ଷେତ୍ରରେ ଉଚ୍ଚ ପ୍ରତିଷ୍ଠାର ଦ୍ଵାର ସାହାଣମେଲା ହେବ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଲୁଗାପଟା ଓ ସୌଖୀନ ଦ୍ରବ୍ୟରେ ବ୍ୟବସାୟୀମାନେ ଦ୍ଵିଗୁଣ ଲାଭ କରିବେ । ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ଯଦିଚ ସତର୍କ ରହି ଆର୍ଥିକ ଭାରସାମ୍ୟ ରକ୍ଷାକରୀ ପାରିବେ ଓ ଶାନ୍ତିର ନିଃଶ୍ଵାସ ମାରି ପାରିବେ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ଧନୁ:-

ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । କର୍ମ କ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ ଓ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । ଯଥେଷ୍ଟ ଅଗ୍ରଗତି ଘଟିବ ଓ ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ । ଖାଦ୍ୟପେୟରେ ନୀତିନିୟମ ରକ୍ଷା କରିବା ସହିତ ମନକୁ ଶାନ୍ତ ରଖି ପାରିଲେ ସ୍ୱାସ୍ଥ୍ୟ ଠିକ୍ ରହିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ । ସୁଖ ସମ୍ପଦ ପ୍ରାପ୍ତି ହେବ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ । ନିଯେ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ଅଧୁରା କାର୍ଯ୍ୟ ପୂରଣ ପାଇଁ ଚେଷ୍ଟା କରିବେ ।  ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

ମକର:-

ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରୋଜଗାର ସମସ୍ୟା ସୁଧୁରି ଯିବ । ଧନ ଲାଭ ହେବାରୁ ମନ ଖୁସି ରହିବ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ମହିଳାମାନଙ୍କର ସନ୍ତାନଙ୍କ ଚିନ୍ତାରେ ମାନସିକ ଅସ୍ଥିରତା ବୃଦ୍ଧି ହେବ ଓ ଉଚିତପନ୍ଥା ଗ୍ରହଣ କରିବେ ।  ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରିବେ ନାହିଁ ।

କୁମ୍ଭ:-

ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ବିଦ୍ୟାରେଉନ୍ନତି, କୃଷିରେ ମନସନ୍ତୁଷ୍ଟ, ଖେଳରେ ବିଜୟୀ ହେବେ । ମହିଳାମାନେ ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ । ରାଜନୀତିରେ ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବେ । ଆର୍ଥିକ ଗତିବିଧିରେ ବ୍ୟସ୍ତ ରହି ପ୍ରଚୁର ଅର୍ଥ ଲାଭହେବ । ରୋଜଗାର ସମସ୍ୟା ସୁଧୁରି ଯିବ । ଧନ ଲାଭ ହେବାରୁ ମନ ଖୁସି ରହିବ । ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବା ସହ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଧୈର୍ଯ୍ୟ ଓ ସଂଯମ ରଖି ଦୁଃଖୀ ଲୋକଙ୍କୁ ସାହାର୍ଯ୍ୟ କରିବେ । ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

ମୀନ:-

ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଦେଖାଦେବ । କାହାର ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ କିନ୍ତୁ ଯାତ୍ରାରେ ସଫଳତା ଲାଭ ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ବନ୍ଧୁଙ୍କ ଶୁଭକର୍ମରେ ମଧ୍ୟ ଯୋଗଦେବାକୁ ବାଧ୍ୟବାଧକତା ହେବେ । ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ ।  ପ୍ରତିକାର-ମୁହଁ ମିଠାକରି ଘରୁ ବାହାରନ୍ତୁ ।