ଆଜିର ରାଶିଫଳ, 16 ଡିସେମ୍ବର 2018 ରବିବାର – ସୂର୍ଯ୍ୟ ଦେବତା ଆଜିଠୁ ଏହି ୪ଟି ରାଶି ଉପରେ କରିଲେ ଶୁଭଦୃଷ୍ଟି

ମେଷ-

ଉଚ୍ଚ ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ପିଲାମାନଙ୍କର ସ୍ୱାସ୍ଥ୍ୟର ଅବନତି ନେଇ ଚିନ୍ତିତ ରହିବେ । ଯୁବକ ଯୁବତୀମାନଙ୍କର ପରୀକ୍ଷା ପ୍ରତିଯୋଗିରେ ସଫଳତା ମିଳିବ । ସାଙ୍ଗ ସାଥୀମାନେ ସାହାଯ୍ୟ କରିବେ । କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ମହିଲାମାନେ ସ୍ୱାସ୍ଥ୍ୟ ସମସ୍ୟା ନେଇ ଡାକ୍ତରଙ୍କ ପରାମର୍ଶ କରିବାକୁ ମନ ବଳେଇବେ । ପ୍ରତି କଥାକୁ ଗୁରୁତ୍ଵଦେଇ କାର୍ଯ୍ୟଠିକ୍ ଭାବେ ସଂପୂର୍ଣ୍ଣ କରିବେ । ଥାନା, ଫାଣ୍ଡି କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ । ଆୟ ବୃଦ୍ଧି ହେବ କିନ୍ତୁ ଅଯଥା ବ୍ୟୟ ମଧ୍ୟ କରିବେ । ବ୍ୟବସାୟରେ ଆକସ୍ମିକଭାବରେ ଆଳସ୍ୟଭାବ ବୃଦ୍ଧିପାଇବ । ପ୍ରତିକାର:- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ବୃଷ-

ଅଫିସରେ ଟେନସନ ଦୂର ହେବ । ପାରିବାରିକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ଯେତେ ସମସ୍ୟା ଥିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ । ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ । ମହିଳାମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ୱିତ ହେବ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ । ଖାଦ୍ୟପେୟର ଅନିୟମିତତା ସ୍ୱାସ୍ଥ୍ୟହାନିର କାରଣ ହେବ । ପରୋକ୍ଷ ଶତୃତା କାରଣରୁ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ ନାହିଁ । ମାଲିମୋକଦ୍ଦମାରେ ନିଜ ଲୋକମାନେ ବିଶ୍ୱାସ ଘାତକତା କରିବେ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ମିଥୁନ-

ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ । ପୈତୃକ ସମ୍ପତ୍ତିକୁ ନେଇ ବାଦ-ବିବାଦ ମେଣ୍ଟିଯିବ । କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ପ୍ରତିକାର-ଘରୁ ବହାରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ ।

କର୍କଟ-

ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣ ହେବ । ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ଯୁବକ ଯୁବତୀମାନଙ୍କର ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେବ । ବ୍ୟବସାୟ କ୍ଷେତ୍ରରେ ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ନିଜଲୋକମାନେ ଶତ୍ରୁତା ଆଚରଣ କରିବେ । କୂଟନୀତି ପ୍ରୟୋଗକରି କାମ ହାସଲ କରିପାରିବେ । ବିବାଦୀୟ ଘଟଣା ଶରୀର ଓ ମନକୁ ପ୍ରଭାବିତ କରିବା ଫଳରେ ସ୍ୱାସ୍ଥ୍ୟ ଭଲ ରହିବ ନାହିଁ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବା ନିତାନ୍ତ ଆବଶ୍ୟକ ନତୁବା ଏଥିପାଇଁ ବହୁମୂଲ୍ୟ ଦେବାକୁ ପଡ଼ିପାରେ । ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ସିଂହ-

ଯୁବକ ଯୁବତୀମାନେ ଖୁସିଗପ ଓ ମଉଜ ମଜଲିସ୍ କରିବେ । କର୍ମକ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ମିଥ୍ୟା ଅପବାଦରେ ନିନ୍ଦିତ ହେବେ । ମହିଳାମାନେ ଘରଲୋକଙ୍କୁ ଅବିଶ୍ୱାସ କରି ପରଲୋକଙ୍କୁ ବିଶ୍ୱାସ କଲେ ହଇରାଣରେ ପଡ଼ିବେ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରକ୍ରାନ୍ତ ରହିବ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ୱାସ୍ଥ୍ୟ ଖରାପ ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଛାତ୍ର ଛାତ୍ରୀମାନେ ଦ୍ଵନ୍ଦରେ ପଡି ପରୀକ୍ଷା ପ୍ରତିଯୋଗିତାରେ ବ୍ୟଥିତ ହେବ । ବ୍ୟବସାୟରେ ଆକସ୍ମିକଭାବରେ ଆଳସ୍ୟଭାବ ବୃଦ୍ଧିପାଇବ । ଉଡ଼ା ଖବରର କୌଣସି ଘଟଣା ମନକୁ ବିବ୍ରତ କରିପାରେ । ପ୍ରତିକାର-କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

କନ୍ୟା-

କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବେ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଦୂର ଯାତ୍ରାରେ ଅତ୍ୟଧିକ ଅର୍ଥ ବ୍ୟୟ କରିବେ ଯାହାଦ୍ୱାରା ଆର୍ଥିକ ସଙ୍କଟ ଦେଖାଦେବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍ ନଚେତ୍ କ୍ଷତିରେ ପଡିବେ । ସାଧାରଣ କଥାକୁ ଚିନ୍ତାକରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ । ସାବଧାନତା ଅବଲମ୍ବନ ନକଲେ ଧନହାନୀ ହେବ । ମହିଳାମାନେ ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ । କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନ୍ସନ୍ ଲାଗିବ । ପରକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହେବେ । ପ୍ରତିକାର-ସବୁଜ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ ।

ତୁଳା-

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ନୂତନ କାର୍ଯ୍ୟରେ ହାତଦେଇ କୃତକାର୍ଯ୍ୟ ହେବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ଟେନ୍ସନ୍ ଦୂର ହେବ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ମହିଳାମାନେ ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥହେବେ । ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । । ପ୍ରତିକାର-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ବିଛା-

ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ମହିଳାମାନେ ବିଭିନ୍ନ ଦିଗରୁ ଲାଭବାନ୍ ହେବେ । ଅତି ପ୍ରିୟବନ୍ଧୁ ଆର୍ଥିକ ଦିଗରେ ସାହାଯ୍ୟ କରିବେ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ୱାରା ସହଜ ସୁବିଧାରେ ହୋଇଯିବ । ସାହିତ୍ୟ, କଳାକ୍ଷେତ୍ରରେ ଉଚ୍ଚ ପ୍ରଶଂସା ପାଇବେ । ସ୍ଥଗିତଥିବା କର୍ମଟି ପୂରଣ ହେବ । ସାଙ୍ଗ ସାଥୀମାନେ ସମସ୍ୟା ସମାଧାନ ପାଇଁ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ । ସହକର୍ମୀ ମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ଶିଳ୍ପ, ବାଣିଜ୍ୟ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ଓ ଶତୃମାନେ ଦୂରେଇ ଯିବେ । ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ-

ନିଜର ଯୋଜନାମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ମାଲିମୋକଦ୍ଦମାରେ ସଫଳତା ମିଳିବ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । କେତେକ କ୍ଷେତ୍ରରେ ଅନ୍ୟମାନଙ୍କର ଭଲ କରିବାକୁ ଯାଇ ଅପଦସ୍ଥ ହେବେ । ଆର୍ଥିକ ଅନାଟନ ସମସ୍ୟା ଦେଖାଦେବ । ବଡ଼ପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡ଼ିବ । ମହିଳାମାନେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ଅନ୍ୟମନସ୍କ ରହିବେ । ଶେଷ କରିବାକୁ ଭାବୁଥିବା କର୍ମଟି ପୂରଣ କରିବା ପାଇଁ ବହୁତ କଷ୍ଟ କରିବାକୁ ପଡ଼ିବ । ପିଲାମାନଙ୍କ ପାଠପଢା ନେଇ ଚିନ୍ତିତ ରହିବେ । କେତେକ କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହେବେ । ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ । ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ ।

ମକର-

ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ । କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ କୌଣସି କାମ ପ୍ରତି ମନ ଲାଗିବ ନାହିଁ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ନିର୍ମାଣାଧୀନ କାମ ଅଟକି ରହିଯିବା କାରଣରୁ ସାମୟିକ ବିବ୍ରତ ହୋଇପାରନ୍ତି । ବିଭିନ୍ନ ପ୍ରକାର କଥା ଚିନ୍ତାକରି ମନ ଭଲ ଲାଗିବ ନାହିଁ । ବ୍ୟବସାୟକ୍ଷେତ୍ରରେ ଆଶା କରୁଥିବା ଘଟଣା ସେମିତି କିଛି ହେବ ନାହିଁ । ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ । ପ୍ରତିକାର-ଗ୍ରାମ୍ୟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

କୁମ୍ଭ-

କୋର୍ଟ, କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ମହିଳାମାନେ ପିଲାମାନଙ୍କ ସଫଳତା ବିଷୟରେ ଚିନ୍ତା କରି ଖୁସି ରହିବେ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ଆଦର୍ଶବାଦୀ ଯୋଗେ ରାଜକୀୟ ସମ୍ମାନ ପାଇବେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ଆଜିର ଯାତ୍ରାରେ ଶୁଭଫଳ ମିଳିବ । ପ୍ରଶାସନ କ୍ଷେତ୍ରରେ ଦ୍ୱନ୍ଦ ଦୂର ହେବ । ମହିଳାମାନଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବାରୁ ମନ ଭଲ ରହିବ ଓ ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ପାରିବାରିକ ତିକ୍ତତା ଦୂର ହୋଇ ମାନସିକ ସ୍ଥିତି ଭଲ ରହିବ । ମୂଲ୍ୟହୀନ କଥାକୁ ଗୁରୁତ୍ଵ ନଦେଲେ ପ୍ରତ୍ୟେକ କର୍ମ ସମ୍ପନ୍ନ ହେବ । ପ୍ରତିକାର-ଚଣାଡାଲି ମନ୍ଦିରରେ ଦାନ କରନ୍ତୁ ।

ମୀନ-

ଆଇନ ଅଦାଲତ ତଥା ଲେଖାପଢ଼ାରୁ ଶୁଭଫଳ ମିଳିବ । ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ଧର୍ମ କାର୍ଯ୍ୟପ୍ରତି ମନ ବଳାଇବେ । ମହିଳାମାନଙ୍କର ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ, ଦାମ୍ପତ୍ୟ ସୁଖରେ ଉନ୍ନତି ଓ ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ପରିବାରର ସାହାଯ୍ୟରେ ଉପକୃତ ହେବେ । ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢ଼ିବ । କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ବ୍ୟବସାୟରେ ନୂତନଧାରା ଖୋଲିବେ ଓ ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ଼ ହେବ । ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ପ୍ରତିକାର-ଗ୍ରାମ୍ୟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।