ଆଜିର ରାଶିଫଳ, 16 ଡିସେମ୍ବର 2019 ସୋମବାର, ମହାଦେବ ଏହି ୪ଟି ରାଶିର ସବୁ ମନୋକାମନା ପୂର୍ଣ କରିବେ

୧-ମେଷ

ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ । ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ । କୃଷିଜିବୀମାନଙ୍କୁ ସରକାରୀ ସାହାଯ୍ୟ ମିଳିପାରେ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ । ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ମହିଳାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ପ୍ରତିକାର–ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

୨-ବୃଷ

ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ବାଦବିବାଦ ମାଲିମକଦ୍ଦମାର ଅବସାନ ହେବ । ନୂତନ କାର୍ଯ୍ୟ ଆରମ୍ଭ କରି ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ । ମହିଳାମାନେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ପାଇବେ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୩-ମିଥୁନ

କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନବୃଦ୍ଧି ସହ କୃତକାର୍ଯ୍ୟ ହେବେ । ମହିଳା ମାନଙ୍କର ଉଚ୍ଚଆଶା ସଫଳ ହେବ । ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ । ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପ୍ରତିକାର– ଗୋମାତାକୁ ଖାଇବାକୁ ଦିଅନ୍ତୁ ।

୪-କର୍କଟ

ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବାସହ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ମାଲିମୋକଦ୍ଦମାରେ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ । ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗିବେ । ପ୍ରତିକାର– କୁକୁରକୁ ଖାଇବାକୁ ଦିଅନ୍ତୁ ।

୫-ସିଂହ

ବ୍ୟବସାୟରେ ଦୁଃସ୍ଥିତିର ସମସ୍ୟା ଅନେକାଂଶରେ ହ୍ରାସ ପାଇବ । କିଛି ନୂତନ ଯୋଜନା ମିଶାଇବା ଫଳରେ ବିଶେଷ ଲାଭବାନ୍ ହେବେ । କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ବିକାଶ ହେବ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ମହିଳାମାନେ ଅଳଙ୍କାର କ୍ରୟ କରି ପାରନ୍ତି ଓ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୬-କନ୍ୟା

ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ବ୍ୟବସାୟ କ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ଭୋଗବିଳାସରେ ସାମିଲ ହେବାକୁ ଅବସର ସୃଷ୍ଟି କରି ପାରିବେ । ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ଶୁଭ ଲାଭ ମଧ୍ୟେ ପାରିପାର୍ଶ୍ଵିକ ବାତାବରଣ ପ୍ରତି ସଚେତନତା ବୃଦ୍ଧି ପାଇବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । ପ୍ରତିକାର– କୁକୁରକୁ ଖାଇବାକୁ ଦିଅନ୍ତୁ ।

୭-ତୁଳା

ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଚାକିରୀଜୀବିମାନଙ୍କର ପରିବର୍ତ୍ତନର ଝଲକ ଦୃଶ୍ୟହେବ । ବାଦବିବାଦ ଓ ମାଲିମକଦ୍ଦମାର ଅବସାନ ହେବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ପ୍ରତିକାର– କୁକୁରକୁ ଖାଇବାକୁ ଦିଅନ୍ତୁ ।

୮-ବିଚ୍ଛା

ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଆୟ ଉତ୍ତମ ଓ ବ୍ୟୟ ହ୍ରାସ ପାଇବାସହ ଅର୍ଥଲାଭର ଯୋଗ ରହିଛି । ଲୋକ ସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । ସରକାରୀ କର୍ମଚାରୀ ମାନେ ପ୍ରତିଷ୍ଠାର ଅଧିକାରୀ ହେବେ । ମହିଳାମାନେ ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ମାଲିମୋକଦ୍ଦମାରେ ଉତ୍ସାହ ବୃଦ୍ଧି ହେବ । ରାଜନୀତି ସ୍ତରରେ ମୁଣ୍ଡ ଉଚ୍ଚା ରହିବ । ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ । ପ୍ରତିକାର–ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

୯-ଧନୁ

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଭୁଜାତ ଦ୍ରବ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଘରୋଇ କର୍ମକ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

୧୦-ମକର

ସୁଖ ସମୃଦ୍ଧି ବୃଦ୍ଧି ସହ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର ଯୋଗେ ଲାଭ ପାଇବେ । ମୂଲ୍ୟବାନ ବା ସୌଖୀନ ପଦାର୍ଥ ସଂଗ୍ରହ ତଥା ନିର୍ମାଣ କ୍ଷେତ୍ରରେ ଅଗ୍ରଗତି ନିମନ୍ତେ ସମର୍ଥ ହୋଇ ପାରିବେ । ପାରିବାରିକ ସୁଖ ସମୃଦ୍ଧିରେ ମୁଖ୍ୟଭୂମିକା ତୁଲାଇବେ । ଆର୍ଥିକ ଦିଗରୁ ସୁବିଧା ଜନକ ପରିସ୍ଥିତି ଦେଖାଦେବ । ମାନସିକ ଏକାଗ୍ରତା ବଜାୟ ରହିବ । ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ ନକରିବା ଉଚିତ୍ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ୍କାରରେ ସଫଳ ହେବେ । ପ୍ରତିକାର– କୁକୁରକୁ ଖାଇବାକୁ ଦିଅନ୍ତୁ ।

୧୧-କୁମ୍ଭ

ଗୁରୁଗୁରୁଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ । ସମାଜସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ । କର୍ମକ୍ଷେତ୍ରରେ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ମହିଳାମାନେ ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ଉତ୍ତମ ରୋଜଗାର କରିପାରିବେ ଓ ପ୍ରଚୁର ଅର୍ଥ ଲାଭହେବ । ପରିବହନ ବ୍ୟବସାୟ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ପ୍ରତିକାର:- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

୧୨-ମୀନ

ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ ଓ ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ । ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ । କୌଣସି ବ୍ୟାଙ୍କରୁ ମଧ୍ୟ ଋଣ ପାଇବା ଯୋଗ ଅଛି । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆହୋଇ କର୍ତ୍ତବ୍ୟ ପାଳି ଚାଲିଲେ ପରେ ହଇରାଣ ହେବେ ନାହିଁ । ପ୍ରତିକାର– ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ ।