ଆଜିର ରାଶିଫଳ, 16 ସେପ୍ଟେମ୍ବର 2019 ସୋମବାର, ମହାଦେବ ଙ୍କ ଅଶେଷ କୃପା ରହିବ ଏହି ୪ଟି ରାଶି ଉପରେ

ମେଷ:-

ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ । ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ । ରାଜ ନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ । ଶାରିରୀକ ଅସୁସ୍ଥତା ଦୂରହେବ ଓ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ଧନ ସମ୍ବନ୍ଧୀୟ ମାମଲାରେ ବୁଦ୍ଧି ଓ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ । ପାରିବାରିକ ଜୀବନରେ ସୁଧାର ହେବ । ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

ବୃଷ:-

କର୍ମକ୍ଷେତ୍ରରେ ନିଜ କର୍ମଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ମାଲି ମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ଅକ୍ଷୁର୍ଣ୍ଣ ରହିବ । ଶତ୍ରୁହାନି, ଉଚ୍ଚପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ବ୍ୟବସାୟରେ ଶ୍ରମ ସାର୍ଥକ ହେବ, ଆୟ ବଢିବ । ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବା ସହ ଉଚ୍ଚ ଆଶାରେ ଆଗେଇବେ । ଜାଗାଜମି, ଉଚ୍ଚସ୍ତରୀୟ ବାହନ ଆଦି ଆଜି କ୍ରୟ ନକରିବା ଉଚିତ୍ ।   ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟରେ ପ୍ରଚୁର ଲାଭ କରିବେ । ରାଜନୀତି ରେ ଲୋକ ସମ୍ପର୍କରେ ଉନ୍ନତି ହେବ । ମହିଳାମାନେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବା ଯୋଗେ ଉପରିସ୍ଥଙ୍କ ଶ୍ରଦ୍ଧା ଓ କୃପାଭାଜନ ହେବ । କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ । କର୍ମ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି କୋଲସମ୍ପର୍କ ବୃଦ୍ଧି ସହ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । କୋର୍ଟ କଚେରୀ ପ୍ରତି ବିତୃଷ୍ଣା ଜାତ ହେବ ତାରିଖ ଘୁଞ୍ଚିଗଲେ ଭଲ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-

ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ । ଚାକିରୀଜୀବିମାନେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ଯାଏଁ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ମାଲି ମୋକଦ୍ଦମାରେ ଆଶାବାଦୀ ହେବେ । ବ୍ୟବସାୟୀମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣି ବାରେ ସଫଳ ହେବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ମାନସିକ ଅସ୍ଥିରତା ଦେଖାଦେବ ଓ କୌଣସି ଯୋଜନା କରିବା ପୂର୍ବରୁ ଗଭୀର ଚିନ୍ତା କରନ୍ତୁ । ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ ।  ପ୍ରତିକାର:- ପିମ୍ପୁଡ଼ି ଓ ଜନ୍ଦା ଗାତ ପାଖରେ ଗୁଡ଼ ରଖନ୍ତୁ ।

ସିଂହ:-

ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ । ସରକାରୀ କର୍ମଚାରୀମାନେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇ ଆନନ୍ଦିତ ହେବେ । ପୁରାତନ ରୋଗରୁ ମୁକ୍ତି ପାଇ ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ । ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହେବେ । କୌଣସି ଶୁଭ ସମାଚାର ମଧ୍ୟ ଶୁଣିବେ । ଜାଗାଜମି, ଉଚ୍ଚସ୍ତରୀୟ ବାହନ ଆଦି ଆଜି କ୍ରୟ ନକରିବା ଉଚିତ୍ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ପରିବାରରେ ଜଟିଳ ପରିସ୍ଥିତି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ।  ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢ଼ାଳନ୍ତୁ ।

କନ୍ୟା:-

କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । କୌଣସି ଶୁଭ ସମାଚାର ଶୁଣିହସ-ଖୁସିରେ ସମୟ ବ୍ୟତୀତ ହେବ । ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ । ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ । ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ କଠିନ ପରିଶ୍ରମ କରି ପୁରଣ କରି ପାରନ୍ତି । କୋର୍ଟକଚେରୀ ମାମଲା ସମାଧାନ ହୋଇଯିବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ରାଜନୀତି ମାମଲାରେ ସଫଳତା ମିଳିବ । ପରିବାର ରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ପରିସ୍ଥିତି ବଦଳିଯିବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ବା ଚାକିରୀ ଇତ୍ୟାଦି ସଂପୂର୍ଣ୍ଣ ହେବ । ନୂତନଦ୍ରବ୍ୟ କ୍ରୟକଲେ ଲାଭମିଳିବ, କିନ୍ତୁ ବିରୋଧି ଓ ଶତୃମାନଙ୍କୁ ନଜର ରଖିବାକୁ ହେବ । ବନ୍ଧୁଙ୍କ ଆର୍ଥିକ ସହାୟତାରେ ଖୁସିହେବେ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବ୍ୟାପାରରେ ଅଟକି ଥିବା ଅର୍ଥ ମିଳିଯିବା ଫଳରେ  ସାବଧାନ ରହି ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ପ୍ରେମପ୍ରସଙ୍ଗରେ ସଫଳତା ମିଳିବାର ସମ୍ଭାବନା ଅଛି । ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା କରି ପାରନ୍ତି ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ପୈତୃକ ସମ୍ପତ୍ତି ନେଇ ବିବାଦର ସମାଧାନ ହେବ । ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ପୂରଣ ହେବ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପାରିବେ । ସ୍ୱାସ୍ଥ୍ୟରେ ଉନ୍ନତି ହେବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ବିଗିଡିଥିବା କାର୍ଯ୍ୟ କାହାର ସାହାଯ୍ୟ ଦ୍ଵାରା ସମ୍ପନ୍ନ ହେବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । କୌଣସି ଦୂର ସ୍ଥାନକୁ ଯାତ୍ରା କରିଲେ ଧନ ପ୍ରାପ୍ତି ହେବାର ଉପଯୁକ୍ତ ସମୟ । ମହିଳା ମାନେ ସମ୍ବନ୍ଧ ଓ ସମ୍ପର୍କରେ ସୁଖ ଶାନ୍ତିରେ ଦିନଟି କଟାଇବେ ।  ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

ଧନୁ:-

ସାମାଜିକ ପତିଆରା ଅମଳିନ ରହିବ । କୌଣସି ଆୟୋଜନ ବା ସମାରୋହରେ ଭାଗ ନେବେ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ପ୍ରଶଂସା ମିଳିବା ସହ ମିତ୍ର ଓ ସହଯୋଗୀମାନେ ସମର୍ଥନ କରିବେ । ଆର୍ଥିକ ସ୍ଥିତିରେ ସୁଦୃଢ ଓ ସକ୍ଷମ ସ୍ଥିତିରେ ରହିବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟ, ଚାକିରୀ ଇତ୍ୟାଦି ଆରମ୍ଭ କରି ପାରିବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । ଅଫିସରେ କରିଥିବା କାମର ଶୁଭ ସୂଚନା ପାଇବେ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ମିତ୍ର ବା ଜରୁରୀମନ୍ଦଙ୍କ ସହାୟତା ପାଇଁ ହାତ ବଢାଇବେ । ନିଜର କାମ କରିବା ଷ୍ଟାଇଲରେ କିଛି ବଦଳାଇବାକୁ ଗୁରୁତ୍ଵ ଦେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ରାଜନୀତି କ୍ଷେତ୍ର ସୁଦୃଢ ହେବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାର ପରିପୂର୍ଣ୍ଣ ହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀହେବେ ।   ବ୍ୟବସାୟ କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସାହାଯ୍ୟ ପାଇବେ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ବ୍ୟବସାୟୀ ମାନଙ୍କର ଆଶାତିତ ଲାଭ ହେବ । କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ । ଶରିର ସୁସ୍ଥ ରହିବ । ସରକାରୀ କ୍ଷେତ୍ରରେ ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ପ୍ରେରଣା ଓ ଆର୍ଥିକ ସହାୟତାରେ ଉତ୍ସାହ ବୃଦ୍ଧି ପାଇବ । ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀ ହେବେ । ଏମିତି କାର୍ଯ୍ୟ ଆଜି କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ । ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ । କୌଣସି କାର୍ଯ୍ୟ ଆରମ୍ଭ କଲେ ଶୀଘ୍ର ପୁରଣ ହେବ । ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରବେ ଓ କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ ।  ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

ମୀନ:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବାସହ ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ସେବାକାରୀମାନଙ୍କ ସହଯୋଗରେ ସମ୍ମ । ନ ଜନକ ସ୍ଥିତି ପରିଲକ୍ଷିତ ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଜନସେବାଦ୍ଵାରା ଓ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ । କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନରେ ବୃଦ୍ଧି ହେବ । ମହିଳାମାନେ ଗୁରୁଜନମାନଙ୍କର ଆଦରଣୀୟା ହେବେ ଓ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ । ଶିକ୍ଷା କ୍ଷେତ୍ରରେ ଆଦୌ ମନଯୋଗ ଦେବେ ନାହିଁ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।