ଆଜିର ରାଶିଫଳ 17 ଅଗଷ୍ଟ 2019, ଶନିବାର, ଶନି ଦେବ ଙ୍କ କୃପାରୁ ଏହି ୪ଟି ରାଶି ସବୁ କାମରେ ସଫଳ ହେବେ

ମେଷ:-

କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ସହ ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ ଓ ନିଜ ଲୋକମାନେ ହିଁ କାମରେ ଆସିବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପରିବାରରେ ମାନ ମନାନ୍ତର ଦୂର ହେବ । ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହେବେ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ । ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ମାନସିକ ଶାନ୍ତି ଅନୁଭବ କରିବେ ।  ପ୍ରତିକାର:- କୁକୁରଙ୍କୁ ଖାଦ୍ୟ ଦେବା ଉଚିତ୍ ।

ବୃଷ:-

ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହୋଇପାରେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ମହିଳାମାନେ ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ଉଚ୍ଚଆଶା ସଫଳ ହେବ । ସରକାରୀ ଚାପ ପଡିଲେ ମଧ୍ୟ ସଫଳତା ମିଳିବ । ବ୍ୟବସାୟରେ  ସାମାନ୍ୟ ଲାଭ ପାଇବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ସୁଖ ଶାନ୍ତିରେ ଦିନଟି କାଟିବେ । ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ । ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହୋଇପାରେ । କର୍ମର୍କ୍ଷେତ୍ରରେ ସହକର୍ମୀମାନେ ସହଯୋଗ କରବେ । କୋର୍ଟ କଚେରୀ ମାମଲାରେ ବିଳମ୍ବ ହେଲେବି ବିଚାର ବିଭାଗ ରାୟ ସପକ୍ଷରେ ଯିବ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେଲେ ବି ବଡ଼ନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ । ଦୂରଯାତ୍ରା, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ସଫଳତା ମିଳିବ । କର୍ମ କ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ଶ୍ରମିକମାନେ ବେଶି ଉପକୃତ ହେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ମହିଳାମାନେ ସୁଖ-ଶାନ୍ତିରେ ଦିନ କଟାଇବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ ।  ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

ସିଂହ:–

କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ବ୍ୟବସାୟୀମାନଙ୍କର ନାନା ବାଟରେ ଧନାଗମ ଘଟିବ ଓ କାରବାର ବଢ଼ିବ । ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ । ମହିଳାମାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ । ଲୋକ ସମ୍ପର୍କ ବୃଦ୍ଧି ହେବ । ବିଦ୍ୟାରେ ଉନ୍ନତି ହେବ ।  ପ୍ରତିକାର:- ମାଦକ ଦ୍ରବ୍ୟ ବ୍ୟବହାର କରନ୍ତୁ ନାହିଁ ।

କନ୍ୟା:–

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ । କର୍ମ କ୍ଷେତ୍ରରେ ଯଶ, ମାନକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ମହିଳାମାନେ ସନ୍ତାନଙ୍କ ଉନ୍ନତିରେ  ଖୁସୀ ଅନୁଭବ କରିବେ । ପ୍ରତିଯୋଗିତା ପରିକ୍ଷାରେ ଉତ୍ତିର୍ଣ୍ଣହେବେ । ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ ।  ପ୍ରତିକାର-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ରାଜନୀତିରେ ପରୋପକାର ସମାଜସେବା କାର୍ଯ୍ୟରେ କୃତକାର୍ଯ୍ୟ ହେବେ । ବିଦ୍ୟା ଓ ଖେଳରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ । ପ୍ରତିକାର- ଭୋକିଲା ଲୋକକୁ ନିରାଶ କରିବେ ନାହିଁ ।

ବିଚ୍ଛା:-

ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । କର୍ମ କ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇବେ । ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ । ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ । ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ  ପଦୋନ୍ନତି ହେବ । କୁଟୁମ୍ବ ଓ ପାରିବାରିକ କ୍ଷେତ୍ରରେ ସାମାଜିକ ପତିଆରା ଅମଳିନ ରହିବା ସହ ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ । ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ମକର:-

ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆନନ୍ଦିତ ହେବେ । ବ୍ୟବସାୟରେ ଖୁବ୍ ଆଶାବାଦୀ ହେବେ । ବାକିଥିବା ଅର୍ଥ ଆଦାୟ ହେବ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ରାଜନୀତିରେ ଲୋକପ୍ରିୟତା, ବିଦ୍ୟାରେଉନ୍ନତି, ଖେଳରେ ପ୍ରଶଂସା, କୃଷିରେ ମନନିବେଶ କରିବେ । ଶୁଭକାର୍ଯ୍ୟ ପାଇଁ ଇଚ୍ଛାକରି ଗୁରୁଜନମାନଙ୍କ ଠାରୁ ଆର୍ଶିବାଦ ପାଇବେ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ସହଯୋଗୀମାନେ ଉନ୍ନତିପାଇଁ ଚେଷ୍ଟା କରିବେ । ବିଶିଷ୍ଟ ବ୍ୟକ୍ତିଙ୍କ ସହ ସଂପର୍କ ଓ ଆମୋଦ ପ୍ରମୋଦର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ସଫଳତା ମିଳିବ । ରାଜନୀତିରେ ସମସ୍ୟା ଦୂର ହେବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ ଓ ମାନସିକ ଶାନ୍ତି ପାଇବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ ।  ପ୍ରତିକାର:- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ମୀନ:-

ନୂଆ ନିଯୁକ୍ତିର ସମ୍ଭାବନା ଅଛି । ମାନ ସମ୍ମାନ ପ୍ରତିଷ୍ଠା ବୃଦ୍ଧି ହେବ । ଯୋଗାଯୋଗରେ ଲାଭ ମିଳିବ । ବ୍ୟବସାୟରେ ପ୍ରସାର ପ୍ରଚାର ହେବ ଓ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଏବଂ ପରିବହନ ଭଲ ଚାଲିବ । ମହିଳାମାନେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ବିଦ୍ୟା ଓ ଖେଳରେ ଉତ୍ସାହ ବଢ଼ିବ । ଗୃହ ସମସ୍ୟା ଦୂର ହୋଇ ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ । ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ ଡାକ୍ତରମାନେ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।