ଆଜିର ରାଶିଫଳ 17 ଜୁଲାଇ 2019, ବୁଧବାର, ଏହି ୪ଟି ରାଶି ଉପରେ ସାଇ ବାବାଙ୍କ କୃପା ରହିବ

ମେଷ:-

ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ରାଜନୀତି ମାମଲାରେ ସଫଳତା ମିଳିବ । ମହିଳାମାନଙ୍କର ଉନ୍ନତି ହେବ ଓ ମନ ଖୁସି ରହିବ । କେହି କୌଣସି କ୍ଷତି କରିପାରିବେ ନାହିଁ ।  ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ ।

ବୃଷ:-

ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । କୋର୍ଟ କଚେରୀ ମାମଲାରେ ବେଶି ଉପକୃତ ହେବେ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ ଓ ବଡ଼ନେତାଙ୍କୁ ସନ୍ତୁଷ୍ଟ କରି ଶାନ୍ତି ପାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ ।  ପ୍ରତିକାର- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

ମିଥୁନ:-

ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ  ପରିପୂର୍ଣ୍ଣ ହେବ । ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ସରକାରୀ କାମରେ ସଫଳତା ମିଳିବ । ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି । ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ । ସ୍ୱାସ୍ଥ୍ୟ ଭଲ ରହିବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ ।  ପ୍ରତିକାର-ହନୁମାନ ମନ୍ଦିରରେ ବୁନ୍ଦି ଭୋଗ ଲଗେଇ ବାଣ୍ଟିଦିଅନ୍ତୁ ।

କର୍କଟ:-

କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ । ଆର୍ଥିକ ପରିସ୍ଥିତି ଉତ୍ତମ ରହିବ । ପ୍ରେମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସୁଖ ସମୃଦ୍ଧି ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।  ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

ସିଂହ:-

କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବ୍ୟବସାୟରେ  ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି କାମ କରି ପାରନ୍ତି । କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ଯାଏଁ ଆଦର୍ଶ ସ୍ଥାନ ଗ୍ରହଣ କରିବେ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ । ମହିଳାମାନେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ । ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ ।  ପ୍ରତିକାର- ସବୁଜବସ୍ତ୍ର କ୍ୟାସବାକ୍ସ ବା ମନିପର୍ସରେ ରଖନ୍ତୁ ।

ତୁଳା:-

କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ । ସୁଯୋଗ ହାତପାହାନ୍ତାରେ ପହଞ୍ଚିବ । ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ । ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର । ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ ।  ପ୍ରତିକାର- ପିତାମାତାଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ଦାମ୍ପତ୍ୟଜୀବନ ସୁଖମୟ ହେବ । ପରିଶ୍ରମ ଦ୍ୱାରା ଲାଭ ପାଇବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଦୂରଯାତ୍ରାକରି ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ । ବିଦ୍ୟା ଓ ଖେଳରେ ଉନ୍ନତି ହେବ । ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ । ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ଶୁଭ ସମାଚାର ପାଇ ମନ ଖୁସି ହେବ । ବ୍ୟବସାୟରେ ଅଚଳାବସ୍ଥା ସୁଧୁରିଯିବ । କର୍ମ କ୍ଷେତ୍ରରେ ସମ୍ମାନୀତ ହେବେ । ଜନ ସେବାରେ ପ୍ରଶଂସା ମିଳିବ ।  ପ୍ରତିକାର- ଅସହାୟକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-

ବ୍ୟବସାୟରେ ଖୁବ୍ ଆଶାବାଦୀ ହେବେ । ବାକିଥିବା ଅର୍ଥ ଆଦାୟ ହେବ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ରାଜନୀତିରେ ଲୋକପ୍ରିୟତା ଓ ଉନ୍ନତି, ଖେଳରେ ପ୍ରଶଂସା, ବିଦ୍ୟାରେ ମନନିବେଶ କରିବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ସାଧାରଣ ଘଟଣାଯୋଗୁ ବନ୍ଧୁଙ୍କ ସହ ବାଦବିବାଦଠାରୁ ଦୂରେଇ ରହିବା ଉଚିତ । ରାଜନୀତିରେ ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରା ଜନିତ ରୋଗପ୍ରତି ସାବଧାନ  ରହିବା ଉଚିତ୍ । ମହିଳା ମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ମକର:-

ବ୍ୟକ୍ତିଗତ ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ । ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରିବେ । ଦୂରଯାତ୍ରା କଲେ ଅଶୁଭତ୍ୱନାଶ ହୋଇ ଶୁଭ ଫଳ ପ୍ରାପ୍ତି ହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ମାଲିମକଦ୍ଦମା, ବାଦବିବାଦ, ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି । ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ ଓ ବଡନେତାଙ୍କୁ ସନ୍ତୁଷ୍ଟ କରିବା ସହଜ ସରଳ ହେବ । ମହିଳାମାନେ ସୁଖ ଶାନ୍ତିରେ ଦିନ କଟାଇବେ ।  ପ୍ରତିକାର-  ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

କୁମ୍ଭ:-

ଆର୍ଥିକସ୍ଥିତିରେ ଉନ୍ନତି ହେବ । ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ମହିଳାମାନଙ୍କର ବ୍ୟବସାୟରେ ସଫଳତା ଅର୍ଜନ  ତଥା ଦୂରଯାତ୍ରାର ସୁଯୋଗ ପାଇ ହସ ଖୁସିରେ ଚଳିବେ । ଋଣ ଭରଣାରେ ସହଜ ହେବ । ବ୍ୟବସାୟରେ ଭାଗିଦାରୀଙ୍କ ପାଇଁ କ୍ଷତିରୁ ବଞ୍ଚିଯିବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ ।  ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

ମୀନ:-

ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ସୁଖ ସମ୍ପଦ ପ୍ରାପ୍ତି ହେବ । ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତହେବେ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ ।  ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।