ଆଜିର ରାଶିଫଳ, 17 ନଭେମ୍ବର 2018 ଶନିବାର – ଏହି ୩ଟି ରାଶି ଉପରେ ଶନିଦେବ ହେଲେ ପ୍ରସନ ସବୁ କାମ ସଫଳ ହେବ

ମେଷ–

ବିଦେଶ ଯାତ୍ରାରେ ଲାଭବାନ ହେବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ । ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟ ମଧ୍ୟ କରିପାରିବେ । ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳ ହେବେ । ମହିଳାମାନେ କର୍ତ୍ତବ୍ୟନିଷ୍ଠା ପରାୟଣ ହେବେ । କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ । ପ୍ରତିକାର– ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ ।

ବୃଷ–

ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଧନର ଆଗମନ ହୋଇପାରେ । ଗୃହବାହନ ପ୍ରାପ୍ତି ପରିଜନ ଓ ସାଧୁଜନପ୍ରିୟ ହେବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ । ହଠାତ୍ କାହାର ଡାକରା ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ପ୍ରତିକାର– ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

ମିଥୁନ–

ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । ଚାକିରୀରେ ଆପଣଙ୍କ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ । ଜନସମ୍ପର୍କ ସୁଦୃଢ ହେବ । ଯାହା ଚିନ୍ତା କରିବେ ତାହା ପୂରଣ ହେବ । ମାନସିକ ଚିନ୍ତା ଦୂର ହେବ । ସନ୍ତାନମାନଙ୍କ ପାଇଁ ସବୁବେଳେ ଚିନ୍ତିତ ରହିବେ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ପ୍ରତିକାର–ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କର୍କଟ–

ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପରିବାରରେ ମାନ ମନାନ୍ତର ଦୂର ହେବ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧିଘଟିବ ଓ ଲାଭବାନ ହେବେ । ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ପ୍ରତିକାର– ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ସିଂହ–

ରାଜକୀୟ ମାମଲାରେ ସଫଳତା ମିଳିବ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ଶାରିରୀକ ଅସୁସ୍ଥତା ଦୂରହେବ ଓ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ଦୂରଯାତ୍ରା କରି ମନ ଖୁସି ରହିବ । ମାଲିମୋକଦ୍ଦମାରେ ବିଜୟୀ ହେବେ । ପ୍ରତିକାର– ଗାଈକୁ ଗୁଡ ରୁଟି ଖାଇବାକୁ ଦିଅନ୍ତୁ ।

କନ୍ୟା–
କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ଯଶ, ମାନ-ସମ୍ମାନ ପ୍ରତିଷ୍ଠା ମିଳିବ । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । ବିଦ୍ୟା କ୍ଷେତ୍ରରେ ବୀଜୟ ପ୍ରାପ୍ତ ହେବ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ପ୍ରତିକାର– ଗାଈକୁ ଗୁଡ ରୁଟି ଖାଇବାକୁ ଦିଅନ୍ତୁ ।

ତୁଳା–

ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ଅଶାନ୍ତିର ଝଡ ଶାନ୍ତ ହେବ । ଆୟ ବ୍ୟୟରେ ତାଳମେଳ ରହିବ ନାହିଁ । ଶତୃମାନେ ଦୂରେଇଯିବେ । ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ । ପ୍ରତିକାର– ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ବିଛା–

ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ନୂତନ କର୍ମ ନିଯୁକ୍ତି ପାଇବେ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ । ପ୍ରତିକାର– ମୁଗଡାଲି ମନ୍ଦିରରେ ଦାନ କରନ୍ତୁ ।

ଧନୁ–
ଶତୃ ବୃଦ୍ଧି ଓ ଆର୍ଥିକ ଅନାଟନ ଦେଖା ଦେବ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ହେବେ । ପରିବାରରେ ଅଶାନ୍ତି ଦେଖାଦେବ । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ । ରାଜନୀତି କ୍ଷେତ୍ରରେ ଅଶାନ୍ତି ଭୋଗିବେ ଓ କାର୍ଯ୍ୟ କ୍ଷେତ୍ରର ପରିବର୍ତ୍ତନ ହେବ । ଛାତ୍ରଛାତ୍ରୀମାନେ ବିଦ୍ୟାରେ ଅମନଯୋଗୀ ହେବେ । ପ୍ରତିକାର– ଅସହାୟକୁ ନିରାଶ କରିବେ ନାହିଁ ।

ମକର–

କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ । ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ ପାଇବେ । ଗୃହ ସମସ୍ୟାରେ ଧନ୍ଦି ହୋଇଯିବେ । ନିଜ ଲୋକମାନେ ହିଁ କାମରେ ଆସିବେ । କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ । ପାରିବାରିକ ଅଶାନ୍ତି ସୃଷ୍ଟି ହେବ । ପ୍ରତିକାର– ଆରାଧ୍ୟାଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

କୁମ୍ଭ–

ଉଚ୍ଚଆଶା ସଫଳ ହେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ମହିଳାମାନେ ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ । କର୍ମ କ୍ଷେତ୍ରରେ ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ । ପ୍ରତିକାର– ଚଣାଡାଲି ମନ୍ଦିରରେ ଦାନ କରନ୍ତୁ ।

ମୀନ-
ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା, ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ପ୍ରତିକାର- ପିତା ମାତାଙ୍କୁ ପଦସ୍ପର୍ଷ କରି ପ୍ରଣାମ କରନ୍ତୁ ।