ଆଜିର ରାଶିଫଳ, 17 ନଭେମ୍ବର 2019 ରବିବାର, ସୂର୍ଯ୍ୟଙ୍କର ହେଲା ମହାସଂଯୋଗ ଏହି ୫ଟି ରାଶି ର ସବୁ ଇଚ୍ଛା ପୁରଣ ହେବ

୧-ମେଷ

ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚିନ୍ତା କରିବେ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ଦୂରସ୍ଥାନକୁ ଯାତ୍ରା କରିବେ । ଶୁଭ ସମାଚାର ପାଇ ଖୁସି ହେବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ବିଦ୍ୟାର୍ଥୀଙ୍କର ବିଦ୍ୟାରେଉନ୍ନତି ହେବାରୁ ମନ ଖୁସି ରହିବ ।

୨-ବୃଷ

କୃଷିଜିବୀମାନେ ହସଖୁସିରେ ସମୟ ବିତାଇବେ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ରାଜନୀତିରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ । ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ । ଗୁରୁଜନ ଓ ବରିଷ୍ଠ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ।

୩-ମିଥୁନ

ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ବ୍ୟାପାରରେ ପ୍ରଚୁର ଲାଭ ହେବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ଅଚାନକ ଭାବରେ ଦୂରଯାତ୍ରା କରିବେ । ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ । ସ୍ଵାସ୍ଥ୍ୟରେ ସୁଧାର ଆସିବ । ଅଚାନକ ଧନ ପ୍ରାପ୍ତି ହେବ ଓ ସନ୍ତାନଙ୍କ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ ।

୪-କର୍କଟ

ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ ଓ ସାମାଜିକ ପତିଆରା ଅମଳିନ ରହିବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ି ପାରେ । କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ନୂତନ ବନ୍ଧୁଲାଭ ହେବା ସହ ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ । ଶିଳ୍ପ ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନା ମୁତାବକ କାମ କରିଲେ ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ ।

୫-ସିଂହ

ରାଜନୈତିକ କ୍ଷେତ୍ରରେ ନୀରବତା ରକ୍ଷାକରି ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ । ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ ଯନ୍ତ୍ରଣା ଭୋଗିବେ । ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ହେବ । ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । କର୍ମରେ ସ୍ଥିରବସ୍ଥା ଆସିବା ଫଳରେ ଆତ୍ମସନ୍ତୋଷ ଆଣିଦେବ । ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆଗକୁ ବଢିବେ । ମହିଳାମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିଣୀ ହୋଇ ପାରିବେ ।

୬-କନ୍ୟା

ଅନେକ ଶୁଭ କର୍ମର ସୁଯୋଗ ପାଇବେ । ମହିଳାମାନେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ରାଜ ନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ପରିବାରରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ ।

୭-ତୁଳା

ପରିବାରର କେତେକ ସମସ୍ୟା ନେଇ ମାନସିକ ପୀଡା ଅନୁଭବ କରିବେ । ବିବାଦୀୟ ପରିସ୍ଥିତି ଯୋଗୁ ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ । ଧର୍ମକାର୍ଯ୍ୟରେ ରୁଚି ବୃଦ୍ଧି ହେବ । ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ ଯନ୍ତ୍ରଣା ଭୋଗି ପାରନ୍ତି । ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ । ନୂତନବନ୍ଧୁଙ୍କ ଆଗମନ ହେବ । ଦୁର୍ବଳ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ । ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ । ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଉପରିସ୍ଥଙ୍କୁ ଆପଣାର କରି ପରିବାର ଜନଙ୍କ କୃପାଭାଜନ ହେବେ ।

୮-ବିଚ୍ଛା

ବ୍ୟବସାୟ କ୍ଷେତ୍ରରେ ଅର୍ଥକୁ ଭଗବାନ ଜ୍ଞାନ କରି ବିବାଦମାନ ପରିସ୍ଥିତିର ବି ସମ୍ମୁଖୀନ ହେବାକୁ ପଡିପାରେ । ଧର୍ମ କର୍ମରେ ରୁଚି ବୃଦ୍ଧି ହେବ । ରାଜନୀତିରେ ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତି କରି ପାରେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ ।

୯-ଧନୁ

ରାଜନୀତି କ୍ଷେତ୍ରରେ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ । ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ସ୍ଥଗିତଥିବା କର୍ମଟି ପୂରଣ ହୋଇପାରେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ । ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ ।

୧୦-ମକର

କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ ।

୧୧-କୁମ୍ଭ

ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ । କାର୍ଯ୍ୟକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ । ଶୁଭ ସମାଚାର ମିଳିପାରେ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରି ପାରନ୍ତି । ଆର୍ଥିକସ୍ଥିତି ସୁଧୁରି ଯାଇ, ଯଶ ପ୍ରତିଷ୍ଠା ମିଳିବ ।

୧୨-ମୀନ

ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ଗୃହରେ ଶୁଭକାର୍ଯ୍ୟର ଆୟୋଜନ କରି ପାରନ୍ତି । ପ୍ରତିସ୍ପର୍ଦ୍ଧା ଓ ପ୍ରତିଯୋଗିତାରେ ବିଜୟଶ୍ରୀ ହେବ । ପ୍ରେମୀପ୍ରେମିକାଙ୍କର ଅଧୁରା କାର୍ଯ୍ୟ ପୂରଣ ହେବ । ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ । ନୂଆ ଚାକିରୀ ହେବାର ସୁଯୋଗ ମିଳିବ ଓ ନୂଆ ଜ୍ଞାନର ବୃଦ୍ଧି ହେବ । ଶାରୀରିକ କଷ୍ଟ ଦୂର ହେବ । ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ମହିଳାମାନେ ଉଚିତ ପନ୍ଥା ଗ୍ରହଣ କରିବେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । କର୍ମ କ୍ଷେତ୍ରରେ ଆୟ ବୃଦ୍ଧି ହେବ ।